ଆସୁଛି ଲଘୁଚାପ

ଭୁବନେଶ୍ୱର,୫ା୬(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୮ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବ। ଏହାର ପ୍ରଭାବରେ ରାଜ୍ୟରେ ଦୁଇ ତିନି ଦିନଧରି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ୯ ତାରିଖ ସନ୍ଧ୍ୟାରୁ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯିବ। ୧୦ ତାରିଖରେ କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଯାଜପୁର, ପୁରୀ, ଖୋର୍ଦ୍ଧା, କଟକ, ଭଦ୍ରକ, ବାଲେଶ୍ୱର, ନୟାଗଡ଼ ଆଦି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୧ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ। ୧୨ ତାରିଖରେ ଝାରସୁଗୁଡା, ସମ୍ବଲପୁର, ବରଗଡ଼, ସୁନ୍ଦରଗଡ଼, ସୁବର୍ଣ୍ଣପୁର ଆଦି ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଏହି ଲଘୁଚାପ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁକୁ ଓଡ଼ିଶା ପର୍ଯ୍ୟନ୍ତ ନେଇ ଆସିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି। ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଦକ୍ଷିଣ ପଶ୍ଚିମ ମୋସୁମୀ ବାୟୁ କେରଳ ଏବଂ କର୍ନାଟକର କେତେକ ଅଞ୍ଚଳରେ ପ୍ରବେଶ କରିଛି। ମୌସୁମୀ ପାଇଁ ପାଗ ଅନୁକୂଳ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୌସୁମୀ କର୍ନାଟକ, ତାମିଲନାଡୁ ପୁଡୁଚେରି ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଆଡ଼କୁ ମୁହାଁଇବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। ଅନ୍ୟ ପକ୍ଷରେ ଆରବ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଗୁରୁବାର ଓ୍ବେଲମାର୍କ ଲଘୁଚାପରେ ପରିଣତ ହୋଇଛି। ଏହା ବିହାର ଓ ଛତିଶଗଡ଼ ଉପରେ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଆକାଶ ମେଘୁଆ ଯୋଗୁ ରାଜ୍ୟରେ ତାତି ହ୍ରାସ ପାଇଛି। ଆସନ୍ତା ୧୦ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀଜନତି ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୪ ରାଶିର ଫିଟିବ ଭାଗ୍ୟ: ଏପ୍ରିଲ ୧୧ରୁ ମିଳିବ ବଡ଼ ସଫଳତା

ନୂଆଦିଲ୍ଲୀ,୧୦।୪: ମୀନ ରାଶିରେ ବୁଧଙ୍କ ଗୋଚର ଏପରି ଏକ ସମୟ, ଯେଉଁଠାରେ ଲୋକଙ୍କର ଚିନ୍ତା ଶକ୍ତି ଭାବନା ଏବଂ କଳ୍ପନା ଦ୍ୱାରା ପ୍ରଭାବିତ ହେବ। ୧୧ ଏପ୍ରିଲ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ସରକାରଙ୍କ ବଡ଼ ଘୋଷଣା: ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା

ଭୁବନେଶ୍ୱର,୧୦।୪: ଏଣିକି ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା। ପ୍ରଧାନମନ୍ତ୍ରୀ ରାହତ୍‌ ଯୋଜନା ମାଧ୍ୟମରେ ମାଗଣା ଚିକିତ୍ସା ମିଳିବ। ଏନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ସମସ୍ତ ଜିଲା SP,…

ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ: ଆଜି ମିଳିଲା ମୃତଦେହ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ…

ଲୋମଟାଙ୍କୁରା ଘଟଣା; ନିଶାରେ ଯୁବତୀଙ୍କୁ ଗଣବଳାତ୍କାର କଲେ ୪ ଯୁବକ, ପ୍ରମାଣ ନଷ୍ଟ କରିବା ପାଇଁ ଫାଶୀ ଦେଇଦେଲେ

ହାଇଦ୍ରାବାଦ,୧୦।୪: ତେଲଙ୍ଗାନାର ୱାରାଙ୍ଗଲ ଜିଲାରେ ଜଣେ  ୨୧ବର୍ଷୀୟା ଆଦିବାସୀ ଯୁବତୀଙ୍କୁ ଗଣବଳାତ୍କାର ଏବଂ ହତ୍ୟା ମାମଲା ସାମ୍ନାକୁ ଆସିଛି । ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା, ପ୍ରକଳ୍ପ ବନ୍ଦ ନିଷ୍ପତ୍ତି ନେଇ…

ଭୁବନେଶ୍ୱର,୧୦ା୪: ରାଜ୍ୟରେ ପୁଣି ଜୋର୍‌ ଧରିଛି ମେଟ୍ରୋ ପ୍ରକଳ୍ପ ରାଜନୀତି। ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ପ୍ରକଳ୍ପ ବନ୍ଦ ନିଷ୍ପତ୍ତି…

ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଇରାନର ବଡ଼ ନିଷ୍ପତ୍ତି: ରଖିଲା ଏମିତି ସର୍ତ୍ତ, ବିଶ୍ୱ ବଜାରରେ ହଇଚଇ

ଓ୍ବାଶିଂଟନ୍‌,୧୦।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ ବିଶ୍ୱ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ ତେଲ ଏବଂ ଗ୍ୟାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri