Posted inରାଜ୍ୟ

ଆସୁଛି ଲଘୁଚାପ: ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା; ୧୧, ୧୨ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୯।୬(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏଥିସହିତ ଆଉ ଏକ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ଉପର ସ୍ତରରେ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଲଘୁଚାପ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପାଇଁ ପାଗ ଅନୁକୂଳ କରିଛି। ମୌସୁମୀ ମହାରାଷ୍ଟ୍ର, କର୍ଣ୍ଣାଟକ ଏବଂ ତେଲେଙ୍ଗାନାର କିଛି ଅଂଶ ଏବଂ ଆନ୍ଧ୍ର ଉପକୂଳକୁ ପ୍ରବେଶ କରିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ମୌସୁମୀ ଉତ୍ତର ପୂର୍ବ ରାଜ୍ୟ ସିକିମ୍‌, ଓଡ଼ିଶାର କିଛି ଅଞ୍ଚଳ ଓ ପଶ୍ଚିମବଙ୍ଗର ଗାଙ୍ଗେୟ ସମତଳ ଅଞ୍ଚଳରେ ପ୍ରବେଶ କରିବ। ମୌସୁମୀ ପ୍ରବେଶ କରୁଥିବାରୁ ଆସନ୍ତା ୫ ଦିନ ପାଇଁ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ବର୍ଷା ପୂର୍ବାନୁମାନ କରାଯାଇଛି। ଲଘୁଚାପ ଓ ମୌସୁମୀ ଯୋଗୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୋଳ, କଟକ, ଜଗତ୍‌ସିଂହପୁର, ଖୋର୍ଦ୍ଧା, ପୁରୀ, ବଲାଙ୍ଗୀର, ସୋନପୁର, ବୌଦ୍ଧ, କନ୍ଧମାଳ ଏବଂ ଗଞ୍ଜାମ ଜିଲାର କେତେକ ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କିମି ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। । ଏହାଛଡ଼ା ଗଞ୍ଜାମ, ଗଜପତି, କୋରାପୁଟ ଏବଂ ମୟୂରଭଞ୍ଜ ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ସତର୍କ ସୂଚନା ଜାରି କରାଯାଇଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ୧୦ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, ପୁରୀ, କନ୍ଧମାଳ, କଳାହାଣ୍ଡି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ୧୧ ତାରିଖରେ କୋରାପୁଟ, ମାଲକାନଗିରି, ଗଜପତି ଏବଂ ଗଞ୍ଜାମ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଏ ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଲଘୁଚାପ ଯୋଗୁ ଓଡ଼ିଶା ଉପକୂଳ ଅଶାନ୍ତ ରହିବ। ଘଣ୍ଟାକୁ ୪୦ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି। ୧୦ରୁ ୧୨ ତାରିଖ ଯାଏ ମାଛ ଧରିବା ଲାଗି ସମୂଦ୍ରକୁ ନ ଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ସତର୍କ କରାଯାଇଛି। ଯେଉଁମାନେ ଗଭୀର ସମୂଦ୍ରରେ ଅଛନ୍ତି ସେମାନେ ୯ ତାରିଖ ସୁଦ୍ଧା ଫେରିଆସିବା ପାଇଁ କୁହାଯାଇଛି। ଲଘୁଚାପକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଜିଲାପାଳମାନଙ୍କୁ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍‌, ଆଉ ତା’ପରେ…

ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri