Posted inରାଜ୍ୟ

ଆସୁଛି ଲଘୁଚାପ: ୧୧, ୧୨ରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୪ା୬(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୮ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବ। ଏହାର ପ୍ରଭାବରେ ରାଜ୍ୟରେ ଦୁଇ ତିନି ଦିନଧରି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୯ ତାରିଖ ସନ୍ଧ୍ୟାରୁ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯିବ। ୧୦ ତାରିଖରେ କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଯାଜପୁର, ପୁରୀ, ଖୋର୍ଦ୍ଧା, କଟକ, ଭଦ୍ରକ, ବାଲେଶ୍ୱର, ନୟାଗଡ଼ ଆଦି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୧ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ । ୧୨ ତାରିଖରେ ଝାରସୁଗୁଡା, ସମ୍ବଲପୁର, ବରଗଡ଼, ସୁନ୍ଦରଗଡ଼, ସୁବର୍ଣ୍ଣପୁର ଆଦି ଜିଲାରେ ବର୍ଷା ହେବ। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଏହି ଲଘୁଚାପ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁକୁ ଓଡ଼ିଶା ପର୍ଯ୍ୟନ୍ତ ନେଇ ଆସିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।
ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଦକ୍ଷିଣ ପଶ୍ଚିମ ମୋସୁମୀ ବାୟୁ କେରଳ ଏବଂ କର୍ନାଟକର କେତେକ ଅଞ୍ଚଳରେ ପ୍ରବେଶ କରିଛି। ମୌସୁମୀ ପାଇଁ ପାଗ ଅନୁକୂଳ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୌସୁମୀ କର୍ନାଟକ, ତାମିଲନାଡୁ ପୁଡୁଚେରି ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଆଡ଼କୁ ମୁହାଁଇବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି।
ଅନ୍ୟ ପକ୍ଷରେ ଆରବ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଗୁରୁବାର ଓ୍ବେଲମାର୍କ ଲଘୁଚାପରେ ପରିଣତ ହୋଇଛି। ଏହା ବିହାର ଓ ଛତିଶଗଡ଼ ଉପରେ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଆକାଶ ମେଘୁଆ ଯୋଗୁ ରାଜ୍ୟରେ ତାତି ହ୍ରାସ ପାଇଛି। ଆସନ୍ତା ୧୦ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀଜନତି ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri