Posted inରାଜ୍ୟ

ଆସୁଛି ଲଘୁଚାପ: ୧୧, ୧୨ରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୪ା୬(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୮ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବ। ଏହାର ପ୍ରଭାବରେ ରାଜ୍ୟରେ ଦୁଇ ତିନି ଦିନଧରି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୯ ତାରିଖ ସନ୍ଧ୍ୟାରୁ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯିବ। ୧୦ ତାରିଖରେ କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଯାଜପୁର, ପୁରୀ, ଖୋର୍ଦ୍ଧା, କଟକ, ଭଦ୍ରକ, ବାଲେଶ୍ୱର, ନୟାଗଡ଼ ଆଦି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୧ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ । ୧୨ ତାରିଖରେ ଝାରସୁଗୁଡା, ସମ୍ବଲପୁର, ବରଗଡ଼, ସୁନ୍ଦରଗଡ଼, ସୁବର୍ଣ୍ଣପୁର ଆଦି ଜିଲାରେ ବର୍ଷା ହେବ। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଏହି ଲଘୁଚାପ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁକୁ ଓଡ଼ିଶା ପର୍ଯ୍ୟନ୍ତ ନେଇ ଆସିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।
ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଦକ୍ଷିଣ ପଶ୍ଚିମ ମୋସୁମୀ ବାୟୁ କେରଳ ଏବଂ କର୍ନାଟକର କେତେକ ଅଞ୍ଚଳରେ ପ୍ରବେଶ କରିଛି। ମୌସୁମୀ ପାଇଁ ପାଗ ଅନୁକୂଳ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୌସୁମୀ କର୍ନାଟକ, ତାମିଲନାଡୁ ପୁଡୁଚେରି ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଆଡ଼କୁ ମୁହାଁଇବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି।
ଅନ୍ୟ ପକ୍ଷରେ ଆରବ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଗୁରୁବାର ଓ୍ବେଲମାର୍କ ଲଘୁଚାପରେ ପରିଣତ ହୋଇଛି। ଏହା ବିହାର ଓ ଛତିଶଗଡ଼ ଉପରେ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଆକାଶ ମେଘୁଆ ଯୋଗୁ ରାଜ୍ୟରେ ତାତି ହ୍ରାସ ପାଇଛି। ଆସନ୍ତା ୧୦ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀଜନତି ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri