ଆସୁଛି ହୋଲି: ରଙ୍ଗ ଖେଳିବା ବେଳେ ସୌନ୍ଦର୍ଯ୍ୟ ସହ କରନ୍ତୁ ନାହିଁ ବୁଝାମଣା

ରଙ୍ଗର ପର୍ବ ହୋଲି। ଏହି ପର୍ବକୁ ଆଉ ଅଳ୍ପ କେତେଟା ଦିନ ବାକି ଅଛି। ଏହି ଦିନକୁ ସମସ୍ତେ ମନଭରି ଉପଭୋଗ କରିିବାକୁ ଚାହିଥାନ୍ତି। ମାତ୍ର ଏହି ପର୍ବ ବିଶେଷ କରି ମହିଳାଙ୍କ ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଥାଏ। କାରଣ ସେମାନେ ହୋଲି ଖେଳିବାକୁ ଭଲ ପାଉଥିଲେ ମଧ୍ୟ ସୌନ୍ଦର୍ଯ୍ୟ ପାଇଁ ଖେଳିବାକୁ ଭୟ କରିଥାନ୍ତି। ନଖ, କେଶ, ତ୍ୱଚା ଖରାପ ହେବା ଭୟରେ ରଙ୍ଗଠାରୁ ନିଜକୁ ଦୂରେଇ ରଖିଥାନ୍ତି। ହୋଲି ଖେଳି ମଧ୍ୟ କିପରି ନିଜ ସୌନ୍ଦର୍ଯ୍ୟକୁ ବଜାୟ ରଖିପାରିବେ ଜାଣନ୍ତୁ ସେ ବିଷୟରେ।


ନଖ: ହୋଲି ଖେଳିଲେ ସବୁଠାରୁ ଅଧିକ ରଙ୍ଗ ନଖ ମଧ୍ୟରେ ଜମି ରହିଯାଏ। ତେଣୁ ହୋଲି ଖେଳିବା ପୂର୍ବରୁ ନଖରେ ନେଲ୍‌ପଲିସ୍‌ ଲଗାଇ ଦିଅନ୍ତୁ। ଫଳରେ ନଖ ଆଉ ଖରାପ ହେବ ନାହିଁ।


ତ୍ୱଚାରୁ ରଙ୍ଗ ଛଡ଼ାଇବା ପାଇଁ: ହୋଲି ଖେଳ ସରିବା ପରେ ଦେହରୁ କିପରି ରଙ୍ଗ ଛଡ଼ାଯିବ, ତାହା ଚିନ୍ତାର ବିଷୟ ହୋଇଥାଏ। ତେବେ ରଙ୍ଗ ଛଡ଼ାଇବା ପାଇଁ ୨ ଚାମଚ ବେସନରେ ଅଳ୍ପ ହଳଦୀ, ମହୁ ଏବଂ କ୍ଷୀର ମିଶାଇ ଏକ ପେଷ୍ଟ ପ୍ରସ୍ତୁତ କରନ୍ତୁ। ଏହି ପେଷ୍ଟକୁ ରଙ୍ଗ ଲାଗିଥିବା ସ୍ଥାନରେ ଲଗାଇ ୧୫-୨୦ ମିନିଟ ପର୍ଯ୍ୟନ୍ତ ରଖନ୍ତୁ। ପରେ ନଖଉଷୁମ ପାଣିରେ ଧୋଇ ଦିଅନ୍ତୁ। ଏହା ଦ୍ୱାରା ରଙ୍ଗ ଛାଡିଯିବ।


କେଶ: କେଶକୁ ହାନିକାରକ ରଙ୍ଗରୁ ରକ୍ଷା କରିବା ପାଇଁ ହୋଲି ଖେଳିବା ପୂର୍ବରୁ କେଶରେ ଭଲଭାବେ ତେଲ ଲଗାଇ ଦିଅନ୍ତୁ। ଏପରି କରିବା ଦ୍ୱାରା କେଶ ନଷ୍ଟ ହେବ ନାହଁି।


କୋମଳତା ରକ୍ଷା ପାଇଁ: ରଙ୍ଗ ସଂସ୍ପର୍ଶରେ ଆସିବା ଦ୍ୱାରା ଚର୍ମ ଅତ୍ୟନ୍ତ ସମ୍ବେଦନଶୀଳ ହୋଇଯାଏ। ତେଣୁ ହୋଲି ଦିନ ଦୁଇ ଥରରୁ ଅଧିକ ଗାଧାନ୍ତୁ ନାହିଁ। ଏପରି କରିବା ଦ୍ୱାରା ଚର୍ମର ଆର୍ଦ୍ରତା ନଷ୍ଟ ହୋଇପାରେ। ଗାଧୋଇବା ପରେ ଚର୍ମରେ ମଶ୍ଚରାଇଜର ଲଗାଇବାକୁ ଭୁଲନ୍ତୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କୁ ଆଖି ବନ୍ଦ କରିବାକୁ କହିଲେ କୁନି ଝିଅ, ହାତରେ ଧରାଇ ଦେଲେ ଏମିତି ଜିନିଷ: Video ଦେଖିଲେ ଅଟକାଇ ପାରିବେନି ହସ

ଲକ୍ଷ୍ନୌ,୨୭।୩: ଗୋରଖନାଥ ମନ୍ଦିର ପରିସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନିୟମିତ ପ୍ରାତଃଭ୍ରମଣ ସମୟରେ ଅତ୍ୟନ୍ତ ଭାବପ୍ରବଣ ଘଟଣା ଘଟିଥିଲା। କାନପୁରର ପାଞ୍ଚ ବର୍ଷୀୟା ଯଶସ୍ବିନୀ ସିଂ ମୁଖ୍ୟମନ୍ତ୍ରୀଙ୍କୁ…

ରଥଯାତ୍ରା ପାଇଁ କାଠ ଚିରା ଆରମ୍ଭ

କଟକ,୨୭।୩: ଶୁକ୍ରବାର ପବିତ୍ର ଶ୍ରୀରାମ ନବମୀ। ଗାଁଠୁ ସହର ସବୁଠି ଚଳଚଞ୍ଚଳ। ଏହି ପରିପ୍ରେକ୍ଷୀରେ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ ରଥ କାଠ ଚିରଟ ଆରମ୍ଭ ହୋଇଛି।…

ସାମାଜିକ କର୍ମୀ ଲିଙ୍ଗରାଜ ଆଜାଦ ଗିରଫ: ଏହି କାରଣ ପାଇଁ…

ଭବାନୀପାଟଣା,୨୭।୩(ଉତ୍ତମ କୁମାର ଦାଶ): ବିଶିଷ୍ଟ ସାମାଜିକ କର୍ମୀ ଲିଙ୍ଗରାଜ ଆଜାଦ ଗିରଫ ହୋଇଛନ୍ତି। କଳାହାଣ୍ଡି ଜିଲା କର୍ଲାପାଟ ପୋଲିସ ଦ୍ବାରା ଲିଙ୍ଗରାଜ ଆଜାଦଙ୍କୁ ଗତ ୨୫ ତାରିଖରୁ…

ଶିଶୁ ସେନା ନେବେ ଖାମେନେଇଙ୍କ ମୃତ୍ୟୁର ପ୍ରତିଶୋଧ? ଇରାନୀ ସେନାରେ ଭର୍ତ୍ତି ହେଲେଣି ୧୨ ବର୍ଷ ବୟସ୍କ ପିଲା!

ତେହରାନ୍‌,୨୭।୩: ଇରାନର ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଏକ ନୂତନ ପଦକ୍ଷେପ ଅଧୀନରେ ସୁରକ୍ଷା ଏବଂ ଯୁଦ୍ଧ ସହାୟତା କାର୍ଯ୍ୟ ପାଇଁ ସର୍ବନିମ୍ନ ବୟସ ସୀମାକୁ…

ପୋତି ହୋଇଯାଉଛି ବିରୂପା ନଦୀଶଯ୍ୟା, ଜଳପଥ ନିର୍ମାଣ ପ୍ରସ୍ତାବ ସନ୍ଦୀହାନ

ଚଣ୍ଡିଖୋଲ,୨୭ା୩(ପ୍ରଦୀପ୍ତ କୁମାର ପୃଷ୍ଟି): ମହାନଦୀର ଶାଖା ନଦୀ ହେଉଛି ବିରୂପା ଓ ଗେଙ୍ଗୁଟି। ଦୀର୍ଘ ବର୍ଷ ହେବ ଏହି ନଦୀଖନନ ନ ହେବା ଦ୍ବାରା ନଦୀ ଶଯ୍ୟା…

LPGକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୭୦% ପର୍ଯ୍ୟନ୍ତ ବଢିଲା…

ନୂଆଦିଲ୍ଲୀ,୨୭।୩: ଶିଳ୍ପ ଏବଂ ବାଣିଜ୍ୟିକ କ୍ଷେତ୍ରକୁ ଆଶ୍ୱସ୍ତି ପ୍ରଦାନ କରି କେନ୍ଦ୍ର ସରକାର ଅଣ-ଘରୋଇ ଏଲପିଜିର ଆବଣ୍ଟନକୁ ଯଥେଷ୍ଟ ବୃଦ୍ଧି କରିଛନ୍ତି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ…

ବଦଳିଲେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି, ଏହି ବ୍ୟକ୍ତିଙ୍କୁ ମିଳିଲା ଦାୟିତ୍ୱ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ପଟ୍ଟାଙ୍ଗି,୨୭।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ନିମନ୍ତେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି ଭାବେ ଗୁପ୍ତ ଶଙ୍କର ପଟ୍ଟନାୟକଙ୍କୁ ବିଧାୟକ କାଡାମ ମନୋନୀତ କରିଛନ୍ତି।…

ସରପଞ୍ଚ, ସମିତି ସଭ୍ୟଙ୍କ ପ୍ରତିନିଧିଙ୍କୁ ଅଟକ ପ୍ରତିବାଦ: ଧାରଣାରେ ବସିଲେ ପୂର୍ବତନ ଏମପି

ଲୋଇସିଂହା,୨୭।୩(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ରାମପୁର ଗ୍ରାମରେ ରାମନବମୀ ଉପଲକ୍ଷେ ଅନୁଷ୍ଠିତ ଷୋହଳ ପ୍ରହର ନାମ ଯଜ୍ଞରେ ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରୀ ଯୋଗଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri