ଆସୁଛି ୨ଟି ଲଘୁଚାପ:୭ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୭।୮(ବ୍ୟୁରୋ): ଆସନ୍ତା ୨୮ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିସହିତ ଆସନ୍ତା ୨ ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। ତେବେ ଏହି ଲଘୁଚାପ ପ୍ରଭାବରେ ରାଜ୍ୟରେ ସେତେ ପରିମାଣର ବର୍ଷା ହେବାର ସମ୍ଭାବନା ନାହିଁ। ଚାଇନା ସମୁଦ୍ରରେ ସୃଷ୍ଟି ହେଉଥିବା ବାତ୍ୟା ଯୋଗୁ ଲଘୁଚାପ ଦୁର୍ବଳ ହେବା ସମ୍ଭାବନା ରହିଛି। ତେବେ ଉପକୂଳ ଓ ଆଭ୍ୟନ୍ତରୀଣ ଜିଲାର କେତେକ ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ମଧ୍ୟ ହୋଇପାରେ। ଆସନ୍ତା ସେପ୍ଟେମ୍ବର ୨ ତାରିଖ ଯାଏ ରାଜ୍ୟର ବିଭିନ୍ନ ଭାଗରେ ବର୍ଷା ଲାଗି ରହିବ।
ଓଡିଶା ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ, ଝାରସୁଗୁଡା, କେନ୍ଦୁଝର, ସମ୍ବଲପୁର, ବରଗଡ, ବଲାଙ୍ଗୀର, ନୂଆପଡା ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ଜିଲାଗୁଡିକ ପାଇଁ ପାଣିପାଗ ବିଭାଗ ଅରେଞ୍ଜ ସତର୍କ ସୂଚନା ଦେଇଛି। ସେହିପରି ମୟୂରଭଞ୍ଜ, ଦେବଗଡ, ଅନୁଗୋଳ, ଢେଙ୍କାନାଳ, କଟକ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ଜଗତ୍‌ସିଂହପୁର, ପୁରୀ, ବୌଦ୍ଧ, ସୋନପୁର ଏବଂ କଳାହାଣ୍ଡି ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ। ଏହି ଜିଲାଗୁଡିକ ପାଇଁ ୟେଲୋ ସତର୍କତା ଜାରି କରାଯାଇଛି। ଦକ୍ଷିଣ ପଶ୍ଚିମ ମୌସୁମୀ ଯୋଗୁ ରାଜ୍ୟରେ ଗତ ଦୁଇ ଦିନ ହେବ ବର୍ଷା ହେଉଛି। ମିଳିଥିବା ସୂଚନା ଅନୁଯାୟୀ ଗତ ୪୮ ଘଣ୍ଟା ମଧ୍ୟରେ ପାରାଦୀପରେ ୧୦୦ ମିଲିମିଟର ବର୍ଷା ହୋଇଥିବା ବେଳେ ବାଲେଶ୍ୱର ୨୯.୬, ଚାନ୍ଦବାଲି ୨୬.୬, କଟକ ୫୧.୬, ଭୁବନେଶ୍ୱର ୧୯.୧, ଗୋପାଳପୁର ୨୦.୪, ପୁରୀ ୨୦.୪, ଅନୁଗୋଳ ୩୬.୬, ବାରିପଦା ୨୪.୪, କେନ୍ଦୁଝର ୬.୧, ସମ୍ବଲପୁର ୧୧, ସୁନ୍ଦରଗଡ ୬, ହୀରାକୁଦ ୫୫.୧, ଭବାନୀପାଟଣା ୩୬.୪, ବଲାଙ୍ଗୀର ୨୫, କୋରାପୁଟ ୧୧.୨, ଟିଟିଲାଗଡ ୨୮, ମାଲକାନଗିରି ୧୬, ସୋନପୁର ୧୨.୬ ଏବଂ ଦାରିଙ୍ଗବାଡିରେ ୩୧.୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

ସରକାରୀ ହସ୍ପିଟାଲ ପରିସରରେ ଥିବା ଘରୋଇ ଔଷଧ ଦୋକାନ ହେବ ବନ୍ଦ

ଭୁବନେଶ୍ୱର, ୨୬।୪(ବନ୍ଦନା ସେଠୀ):ରାଜ୍ୟର ସରକାରୀ ଡାକ୍ତରଖାନା ପରିସରରେ ରହିଥିବା ଘରୋଇ ଔଷଧ ଷ୍ଟୋର୍‌ ବନ୍ଦ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏପରି କଡ଼ା...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ନାମାଙ୍କନ ଶେଷ

ଭୁବନେଶ୍ୱର,୨୬ା୪(ଅନିଲ ଦାସ): ରାଜ୍ୟର ପ୍ରଥମ ପର୍ଯ୍ୟାୟ(ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଏପ୍ରିଲ ୧୮ରୁ ୨୪ ତାରିଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri