ଆସ୍ଥାଗୃହ ଅନ୍ତେବାସୀଙ୍କ ସହ ଖାଇଲେ ଜିଲାପାଳ

ସୁନ୍ଦରଗଡ,୨୯।୧୨ (ଡି.ଏନ୍‌.ଏ) -ସମସ୍ତଙ୍କ ମଧ୍ୟରେ ବହିପଢିବା ଅଭ୍ୟାସ ସୃଷ୍ଟି କରିବା ପାଇଁ ସୁନ୍ଦରଗଡ଼ରେ ‘ବହିପଢ’ ଅଭିଯାନ ଆରମ୍ଭ କରି ଅଭିନବ ପ୍ରୟାସ କରିଥିବା ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ ଶନିବାର ସ୍ଥାନୀୟ ଆସ୍ଥାଗୃହରେ ଅନ୍ତେବାସୀଙ୍କ ସହ ଏକାଠି ବସି ମଧ୍ୟାହ୍ନ ଭୋଜନ କରି ଭିନ୍ନ ଏକ ଉଦାହରଣ ସୃଷ୍ଟି କରିଛନ୍ତି। ଜିଲାପାଳ ଆସ୍ଥାଗୃହ ପରିଦର୍ଶନ କରି ସେଠାରେ ରହୁଥିବା ଅନ୍ତେବାସୀଙ୍କ ସହିତ ଆଲୋଚନା କରି ସେମାନଙ୍କୁ ବିଭିନ୍ନ ସୁବିଧା ଅସୁବିଧା ସମ୍ପର୍କରେ ପଚାରି ବୁଝିଥିଲେ। ଏଥିସହିତ ସେଠାରେ ରହୁଥିବା ଅନ୍ତେବାସୀ ମାନଙ୍କର ସିଲେଇ, ଷ୍ଟିଚିଂ, ଛତୁଚାଷ ଓ ଗୋପାଳନ କାର୍ଯ୍ୟ ଦେଖି ପ୍ରଶଂସା କରିଥିଲେ। ଏହା ସହ ଆଗାମୀ ଦିନରେ ନଡାରୁ କମ୍ପୋଷ୍ଟ ଖତ ତିଆରି ପାଇଁ ଜିଲାପାଳ ପରାମର୍ଶ ଦେଇଥିଲେ। ଏହି ଅବସରରେ ଏନ୍‌ଟିପିସି ଡୁଲୁଙ୍ଗା କୋଇଲା ଖଣି ପ୍ରକଳ୍ପ ତରଫରୁ ଅନ୍ତେବାସୀମାନଙ୍କୁ ଜିଲାପାଳ କମ୍ବଳ ବଣ୍ଟନ କରିଥିଲେ। ପ୍ରକାଶ ଥାଉ କି ଆସ୍ଥା ଗୃହରେ ଅସହାୟ ମାନସିକ ଭିନ୍ନକ୍ଷମ ଓ ମାନସିକ ଭିନ୍ନକ୍ଷମ ଅସହାୟ ମହିଳା ମାନଙ୍କୁ ଉଦ୍ଧାର କରାଯାଇ ଏଠାରେ ରଖାଯାଉଛି। ସେମାନଙ୍କର ଚିକିତ୍ସା କରାଯାଇ ସୁସ୍ଥ ହେବା ପରେ ସେମାନଙ୍କୁ ଯୋଗ ଓ ଅନ୍ୟାନ୍ୟ ତାଲିମ ପ୍ରଦାନ କରାଯିବା ସହ ଆତ୍ମନିର୍ଭରଶୀଳ ହେବାପାଇଁ ତାଲିମ ଦିଆଯାଉଛି। ଜିଲାପାଳଙ୍କ ଏହି ପରିଦର୍ଶନ ବେଳେ ଜିଲା ସାମାଜିକ ସୁରକ୍ଷା ଅଧିକାରୀ ଅଶୋକ କୁମାର ବିଶି, ଆସ୍ଥା ଗୃହର ତତ୍ତ୍ୱାବଧାରିକା ଆଡଭୋକେଟ ସ୍ନେହଲତା ପଟେଲ, ଏନ୍‌ଟିପିସି ଡୁଲୁଙ୍ଗାକୋଇଲା ଖଣି ପ୍ରକଳ୍ପର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଆସିପାରିଲାନି ଆମ୍ବୁଲାନ୍ସ: ଗୁରୁତର ରୋଗୀଙ୍କୁ ଖଟିଆରେ ବୋହିନେଲେ ୭ କିମି

ଭଞ୍ଜନଗର,୧୩।୬(ବାବୁଲା ପ୍ରଧାନ): ଜଙ୍ଗଲରେ ବସବାସ କରୁଥିବା ଲୋକେ କେତେ ଦୁର୍ଦ୍ଦିନରେ ଏବେବି ବସବାସ କରନ୍ତି ତାହାର ଏକ ଜ୍ୱଳନ୍ତ ଉଦାହରଣ ଶୁକ୍ରବାର ଦେଖିବାକୁ ମିଳିଛି। କନ୍ଧମାଳ ଜିଲା…

୬ଟି ବିଭାଗର ୮ଟି ବଡ଼ ପ୍ରସ୍ତାବକୁ ଓଡ଼ିଶା କ୍ୟାବିନେଟର ମଞ୍ଜୁରି 

ଭୁବନେଶ୍ୱର, ୧୨/୬ : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ରାଜ୍ୟ କ୍ୟାବିନେଟ ବୈଠକରେ ୬ଟି ବିଭାଗ ପକ୍ଷରୁ ଆଗତ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରି ମିଳିଛି।…

ମୋହନା ଅଞ୍ଚଳରେ କାଳବୈଶାଖି ବିଭିନ୍ନ ସ୍ଥାନରେ ଗଛ ପଡି ରାସ୍ତା ଅବରୋଧ

ମୋହନା, ୧୨।୬( ମନ୍ମଥ ମିଶ୍ର ): ମୋହନା ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖି ପ୍ରଭାବରେ ପ୍ରବଳ ବେଗରେ ପବନ ବହିବା ସହ  ଶୁକ୍ରବାର  ସନ୍ଧ୍ୟା ସମୟରେ ବର୍ଷା…

୧୭ ଡ୍ରମ୍‌ ମଦ ପୋଚ ନଷ୍ଟକଲେ ଗ୍ରାମବାସୀ

ନନ୍ଦପୁର,୧୨ା୬(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକ ବନମାଳିପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମବାସୀ ଲୁଚାଇ ରଖାଯାଇଥିବା ୧୭ ଡ୍ରମ୍‌ ମଦ ପୋଚ ନଷ୍ଟ…

ବଜ୍ରପାତରେ ମହିଳାଙ୍କ ମୃତ୍ୟୁ

ଲାଞ୍ଜିଗଡ଼,୧୨ା୬(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ଦାରପଟା ଗ୍ରାମର କନକ ବେହେରା (୪୫)ଙ୍କ ଶୁକ୍ରବାର ବଜ୍ରପାତରେ ମୃତ୍ୟୁ ଘଟିଛି। ସୂଚନାନୁସାରେ ଅପରାହ୍ନ ସାଢେ…

ବଜ୍ରପାତରେ ୨୦ ଛେଳିମେଣ୍ଢା ମୃତ

ପାତ୍ରପୁର,୧୨ା୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଜିଲୁଣ୍ଡା ନିକଟସ୍ଥ ପାହାଡ ଅଞ୍ଚଳର ଏକ ଜମିରେ ଶୁକ୍ରବାର ବଜ୍ରପାତରେ ଗୋଟିଏ ଛେଳି ଓ ୧୯ ମେଣ୍ଢାଙ୍କ…

ମଣ୍ଡି ଅଭାବ: ଥୁଆମୂଳ ରାମପୁରରେ ଦଲାଲଙ୍କ କବ୍‌ଜାରେ ଆମ୍ବ ଚାଷୀ

ଥୁଆମୂଳ ରାମପୁର, ୧୨/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ସରକାରୀ ବଜାର ବ୍ୟବସ୍ଥା ନଥିବାରୁ ଆମ୍ବ ଚାଷୀ ବ୍ୟାପକ ଶୋଷଣର ଶିକାର ହେଉଛନ୍ତି।…

ଭାରତ ପାଇଁ ବାହାରିଲେ ଟ୍ରମ୍ପ, ଇରାନକୁ ସିଧା କହିଦେଲେ…

ଓ୍ୱାଶିଂଟନ,୧୨ା୬: ଉପସାଗରୀୟ ଅଞ୍ଚଳରେ ଯୁଦ୍ଧ ବନ୍ଦ ପାଇଁ ରବିବାର ସୁଦ୍ଧା ଆମେରିକା ଏବଂ ଇରାନ ମଧ୍ୟରେ ବହୁପ୍ରତୀକ୍ଷିତ ଶାନ୍ତି ଚୁକ୍ତିନାମା ସ୍ୱାକ୍ଷର ହୋଇପାରେ। ଏକ ପାଶ୍ଚାତ୍ୟ ସୂତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri