ଆହତ ବ୍ୟକ୍ତିଙ୍କୁ ନିଜ ଗାଡ଼ିରେ ଡାକ୍ତରଖାନା ନେଲେ

ସୁନ୍ଦରଗଡ଼,୧୨।୯ (ଡି.ଏନ୍‌.ଏ): ଜଣେ ଗର୍ଭବତୀଙ୍କୁ ମାଡ଼ ମାରିଥିବା ନେଇ ଗତ କିଛିଦିନ ତଳେ ଚର୍ଚ୍ଚାରେ ଥିବା ସୁନ୍ଦରଗଡ଼ ଏସ୍‌ପି ସୌମ୍ୟା ମିଶ୍ରାଙ୍କୁ ମଙ୍ଗଳବାର ଏକ ଭିନ୍ନ ରୂପରେ ଦେଖିବାକୁ ମିଳିଥିଲା। ଦୁର୍ଘଟଣାରେ ଆହତ ଜଣେ ବ୍ୟକ୍ତିଙ୍କୁ ନିଜ ଗାଡ଼ିରେ ଡାକ୍ତରଖାନା ନେଇ ସେ ନିଜର ମାନବିକତା ଦେଖାଇଛନ୍ତି। ତାଙ୍କର ଏହି କାର୍ଯ୍ୟକୁ ବିଭିନ୍ନ ମହଲରେ ସ୍ବାଗତ କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ଏସ୍‌ପି ମିଶ୍ରା ଅପରାହ୍ନରେ ସୁନ୍ଦରଗଡ଼ରୁ ରାଜଗାଙ୍ଗପୁର ଯାଉଥିଲେ। କୁତ୍ରା ନିକଟ ବିଜୁ ଏକ୍ସପ୍ରେସ ଓ୍ବେ ର ପୁରୁଣା ରାଞ୍ଚିରୋଡ ଛକ ନିକଟରେ ହଠାତ୍‌ ତାଙ୍କ ଗାଡି ସାମ୍ନାରେ ଏକ ଦୁର୍ଘଟଣା ଘଟିଥିଲା। ଜଣେ ବାଇକ୍‌ ଚାଳକ ଜଣେ ସାଇକେଲ ଚାଳକଙ୍କୁ ଧକ୍କା ଦେଇଥିଲେ। ଫଳରେ ସାଇକେଲ ଚାଳକ ଗୁରୁତର ଅବସ୍ଥାରେ ରାସ୍ତା ଉପରେ ଛିଟିକି ପଡିଥିଲେ। ଏପରି ଦୁର୍ଘଟଣା ଏସ୍‌ପି ମିଶ୍ରା ଦେଖିବା ପରେ ତୁରନ୍ତ ନିଜ ଗାଡି ଅଟକାଇଥିଲେ। ରକ୍ତ ଜୁଡୁବୁଡୁ ଅବସ୍ଥାରେ ଥିବା ସାଇକେଲ ଚାଳକଙ୍କୁ ନିଜେ ଉଠାଇ ନିଜ ଗାଡ଼ିରେ ପ୍ରଥମେ କୁତ୍ରା ଡାକ୍ତରଖାନା ନେଇଥିଲେ। ପରେ ତାଙ୍କୁ ରାଜଗାଙ୍ଗପୁର ଡାକ୍ତରଖାନାକୁ ନେଇ ଚିକିତ୍ସା ବ୍ୟବସ୍ଥା କରାଇଥିଲେ। ଅବଶ୍ୟ ଆହତ ସାଇକେଲ ଆରୋହୀ ତଥା ଗମ୍ଭାରୀଡିହି ଗ୍ରାମର ରାଜେନ୍ଦ୍ର କିସ୍‌ପଟ୍ଟାଙ୍କ ଚିକିତ୍ସାଧୀନ ଅବସ୍ଥାରେ ରାଜଗାଙ୍ଗପୁର ଡାକ୍ତରଖାନାରେ ମୃତ୍ୟୁ ଘଟିଥିଲା। ବାଇକ୍‌ ଆରୋହୀ ଚୁନିପଡାର ପ୍ରଦୀପ ସିଂ ଓ ତାଙ୍କ ଶାଳକ ଭୀମ ସିଂ ମଧ୍ୟ ଏହି ଦୁର୍ଘଟଣାରେ ଆହତ ହୋଇଥିଲେ। କୁତ୍ରା ପୋଲିସ ସେମାନଙ୍କୁ ନେଇ ରାଉରକେଲା ଜେନେରାଲ ହସ୍ପିଟାଲରେ ଭର୍ତ୍ତି କରିଛି। କୁତ୍ରା ପୋଲିସ ଦୁର୍ଘଟଣାଗ୍ରସ୍ତ ବାଇକ୍‌ (ନଂ.ଓଡି ୧୪ ଏଲ୍‌ ୨୪୪୩)କୁ ଜବତ କରି ଏକ ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri