Posted inଖେଳ

ଆହତ ସତ୍ତ୍ୱେ ଖେଳିଲେ ବରୁଣ, ହସ୍ତକ୍ଷେପ କରିପାରେ ବିସିସିଆଇ

ନୂଆଦିଲ୍ଲୀ,୧୭ା୫: ଆହତ ସତ୍ତ୍ୱେ ବରୁଣ ଚକ୍ରବର୍ତ୍ତୀ ଶନିବାର ଗୁଜରାଟ ଟାଇଟନ୍ସ ବିପକ୍ଷ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ ପାଇଁ ସମ୍ପୂର୍ଣ୍ଣ ୪ ଓଭର ବୋଲିଂ କରିଥିଲେ। ଏହି ଘଟଣାକୁ ନେଇ ପୁଣି ଥରେ ଦେଶ ବନାମ କ୍ଲବ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ବରୁଣ ମ୍ୟାଚ୍‌ରେ ଯନ୍ତ୍ରଣାରେ ଥିବା ଜଣାପଡ଼ୁଥିଲେ ମଧ୍ୟ ବୋଲିଂ କରିବା ଜାରି ରଖିଥିଲେ। ଏନେଇ ଟିମ ଇଣ୍ଡିଆ ମ୍ୟାନେଜମେଣ୍ଟ ଅସନ୍ତୋଷ ବ୍ୟକ୍ତ କରିପାରେ। କାରଣ ଆସନ୍ତା ମାସରେ ଭାରତୀୟ ଦଳକୁ ଡବ୍ଲିନ ଓ ଇଂଲଣ୍ଡରେ ୭ ଟି୨୦ ମ୍ୟାଚ୍‌ ଖେଳିବ।

ଘଟଣା ସମ୍ପର୍କରେ ବିସିସିଆଇର ଜଣେ ସିନିୟର ଅଧିକାରୀ କହିଛନ୍ତି, ଜଟଣା ଦମ୍ପର୍କରେ ଜଣାଅଛି। କେକେଆର ଫିଜିଓ ଟିମ୍‌ ଇଣ୍ଡିଆ ଫିଜିଓ କମଲେଶ ଜୈନଙ୍କ ସହ ଯୋଗାଯୋଗରେ ଅଛନ୍ତି।

ଗତ ମ୍ୟାଚ୍‌ରେ ଏକ ବାଉଣ୍ଡ୍ରି ବଞ୍ଚାଇବାକୁ ଉଦ୍ୟମ କଲା ବେଳେ ବରୁନଙ୍କ ବାମ ପାଦରେ ଆଘାତ ଲାଗିଥିଲା। ଏ ନେଇ କେକେଆର ପକ୍ଷରୁ ବିସିସିଆଇକୁ ଜଣାଇ ଦିଆଯାଇଥିଲା। ହେୟାରଲାଇନ ଫ୍ରାକଚର ହୋଇଥିବା ଜଣାପଡ଼ିଛି। ବରୁଣ ଜଣେ ବିସିସିଆଇର କେନ୍ଦ୍ରୀୟ ଚୁକ୍ତିପ୍ରାପ୍ତ ଖେଳାଳି। ଏଣୁ ତାଙ୍କ ଫିଟ୍‌ନେସ ବୋର୍ଡ ପାଇଁ ଗୁରୁତ୍ୱପୂର୍ଣ୍ଣ। ଏନେଇ ବିସିସିଆଇ ମେଡିକାଲ ଦଳ ଏଥିରେ ହସ୍ତକ୍ଷେପ କରିପାରେ। ଜୈନ କେକେଆର ମେଡିକାଲ ଦଳକୁ ଉତ୍ତର ମାଗିପାରନ୍ତି।

ଇଞ୍ଜୁରୀ କାରଣରୁ ବରୁନଙ୍କୁ ଆର୍‌ସିବି ବିପକ୍ଷ ମ୍ୟାଚ୍‌ରେ ବିଶ୍ରାମ ଦିଆଯାଇଥିଲା। କିନ୍ତୁ ତାଙ୍କୁ ଶନିବାର ଖେଳାଯାଇଥିଲା। ଅନ୍ୟପକ୍ଷେ କେକେଆରର ପ୍ଲେଅଫ୍‌ ଆଶା ଉଜ୍ଜୀବିତ ରହିଛି। ଜଣେ ଖେଳାଳି ଯନ୍ତ୍ରଣାରେ ଥାଇ ଖେଳିବାକୁ ନିଷ୍ପତ୍ତି ନେଇପାରନ୍ତି। କିନ୍ତୁ ଏହା ଉଚିତ କି। ବିସିସିଆଇ ଫ୍ରାଞ୍ଚାଇଜକୁ ଏଭଳି ନିଷ୍ପତ୍ତିକୁ ଅନୁମତି ଦେବ ନାହିଁ। ବିସିସିଆଇ ନିଶ୍ଚିତ ଭାବେ ବରୁଣଙ୍କୁ ପରବର୍ତ୍ତୀ ଦୁଇ ମ୍ୟାଚ୍‌ରୁ ବିଶ୍ରାମ ଦେବାକୁ କହିବ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ବନମାଳିପୁଟ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

ପଞ୍ଜାବକୁ ହରାଇ ପ୍ଲେଅଫ୍‌ରେ ସ୍ଥାନ ପକ୍କା କଲା ଆର୍‌ସିବି

ଧର୍ମଶାଳା,୧୭ା୫: ଭେଙ୍କଟେଶ ଆୟାରଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ରବିବାର ଖେଳାଯାଇଥିବା ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୨୩ ରନରେ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଛି। ଏହି…

ସୁନାଥରରେ ଗ୍ଯାସ ସିଲିଣ୍ଡର ବିସ୍ଫୋରଣ ଘଟଣା, ଆଠଦିନର ସଂଗ୍ରାମ ପରେ ଆଖିପୁଜିଲେ ପ୍ରଶନ

ପୁରୁଷୋତ୍ତମପୁର,୧୭ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ଗତ ରବିବାର ସନ୍ଧ୍ୟାରେ…

ଭାରସାମ୍ଯ ହରାଇ ଗଛକୁ ପିଟିଲା ଟ୍ରକ, ଡ୍ରାଇଭର ମୃତ

ପୁରୁଷୋତ୍ତମପୁର,୧୭ା୫( ସବିତା ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଥାନା ଆନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ଯରାସ୍ତାର ବାଇଧର ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଲାଣି ଠାରେ ଏକ…

ନିଖିଲଙ୍କୁ ଗୋଡ଼ାଇ ଗୁଳି କରିଥିଲେ ଦୁର୍ବୃତ୍ତ, ୯ ଜଣଙ୍କୁ ବାନ୍ଧିଲା ପୋଲିସ

ଗୁଣପୁର,୧୭ା୫(ସୁଜାତା ପାଢ଼ୀ)- ରାୟଗଡ଼ା ଥାନା ପୋଲିସ ନିଖିଳଙ୍କୁ ଗୁଳି କରି ହତ୍ୟା କରାଯିବା ମାମଲାର ପର୍ଦ୍ଦାଫାଶ କରିଛି । ହତ୍ୟାକାଣ୍ଡରେ ଜଡ଼ିତ ଥିବା ୯ ଜଣଙ୍କୁ ଗିରଫ…

ଲକ୍ଷ୍ୟ ସ୍ଥିର ରହିଲେ ସଫଳତା ନିଶ୍ଚିତ ମିଳିବ, ମେଧାବୀ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଇ…

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ସ୍କଲାର୍ସ ରେକୋଗନାଇଜେଶନ କମିଟି ପକ୍ଷରୁ ରବିବାର ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମାଟ୍ରିକ ପରୀକ୍ଷାରେ ଭଲ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri