ଆହାର କେନ୍ଦ୍ରରେ ଖାଇଲେ ମନ୍ତ୍ରୀ

ଢେଙ୍କାନାଳ ଅଫିସ,୨୯ା୧୦

ଢେଙ୍କାନାଳ ପୌରସଂସ୍ଥା କାର୍ଯ୍ୟାଳୟ ଓ ବ୍ଲକ କାର୍ଯ୍ୟାଳୟ ଅଚାନକ ଗସ୍ତରେ ଆସିଥିବା ରାଜ୍ୟ ପଞ୍ଚାୟତିରାଜ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ବସଷ୍ଟାଣ୍ଡ ନିକଟସ୍ଥ ଆହାର କେନ୍ଦ୍ରକୁ ଯାଇଥିଲେ। ୫ ଟଙ୍କାର ଟିକେଟ୍‌ କାଟି ଖାଦ୍ୟ ଖାଇବା ସହ ସେଠାରେ ଖାଉଥିବା ଲୋକଙ୍କୁ ମଧ୍ୟ ଖାଦ୍ୟର ମାନ ସମ୍ପର୍କରେ ପଚାରି ବୁଝିଥିଲେ। ସଦର ବ୍ଲକ କାର୍ଯ୍ୟାଳୟରେ ଏକ ପ୍ରକୋଷ୍ଠରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କର ଫଟୋଚିତ୍ର ଅଳିଆ ଆବର୍ଜନା ଭିତରେ ପଡିଥିବା ଦେଖି ଅସନ୍ତୋଷ ବ୍ୟକ୍ତ କରିବା ସହ ଏହାକୁ ତୁରନ୍ତ ପରିଷ୍କାର କରି ସଜାଡି ରଖିବା ପାଇଁ କର୍ମଚାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୌନ୍ଦର୍ଯ୍ୟକରଣ ବଦଳରେ ଫୁଡ୍‌କୋର୍ଟ-ଦୋକାନ ଗୃହ ନିର୍ମାଣ, ଐତିହ୍ୟ ହରାଉଛି…

ଗୋପାଳବନ୍ଧ ହିଡରେ ଫୁଡ୍‌କୋର୍ଟ, ଦୋକାନ ଗୃହ ନିର୍ମାଣକୁ ବିରୋଧ ପୁରୁଷୋତ୍ତମପୁର,୨୦ା୨ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ୯ ନଂ. ୱାର୍ଡ ରେ ଥିବା କିମ୍ବଦନ୍ତୀପୂର୍ଣ୍ଣ ଐତିହାସିକ ଗୋପାଳବନ୍ଧଟି…

ଆପଣଙ୍କ e-KYC ଅପଡେଟ୍ ଅଛି ତ? ଖୁବଶୀଘ୍ର ଆସିବାକୁ ଯାଉଛି ସୁଭଦ୍ରା ଯୋଜନାର ୪ର୍ଥ କିସ୍ତି

ଭୁବନେଶ୍ୱର,୨୦ା୨: ଖୁବଶୀଘ୍ର ଆସିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି। ଏନେଇ ଓଡ଼ିଶା ସରକାର ଆଗୁଆ ସୂଚନା ଦେଇ ସାରିଛନ୍ତି। ଯଦି ଆପଣ ଜଣେ ଆବେଦନକାରୀ, ତେବେ ଟଙ୍କା…

ଶଟର ପକାଇ ଜଗି ରହୁଛନ୍ତି ବାଉନ୍‌ସର, ଭିତରେ ବାର୍‌ ଡ୍ୟାନ୍ସରଙ୍କ ଉପରେ ଉଡୁଛି ଟଙ୍କା

ଭୁବନେଶ୍ୱର,୨୦ା୨(ତ୍ରିନାଥ ମହାନ୍ତି): ସବୁ ନିୟମ ଓ କଟକଣାକୁ ଫୁ’ କରିଦେଉଛନ୍ତି ବାର୍‌ ମାଲିକ। ପୋଲିସ ଓ ଅବକାରୀ ଚଢ଼ାଉକୁ ଖାତିର ନ କରି ଚଳାଉଛନ୍ତି ବେଆଇନ ବେପାର।…

ଅନ୍ୟନାମରେ ଆକାଉଣ୍ଟ ଖୋଲି ଠକେଇ: ୭ଦିନରେ ଧରାପଡ଼ିଲେଣି ୯ ଅଭିଯୁକ୍ତ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଗତ ୧୩ ତାରିଖରୁ ପୋଲିସ ମହାନିର୍ଦ୍ଦେଶକଙ୍କ ନିର୍ଦ୍ଦେଶକ୍ରମେ ସାଇବର କବଚ ଅଭିଯାନ ଚାଲିଛି। ତେବେ ଏହି ଅଭିଯାନକୁ ବରଗଡ଼ ଜିଲା ପୋଲିସ୍‌ ଜୋରଦାର୍‌…

ବିଚ୍‌ ରାସ୍ତାରେ ପଡ଼ିଛି ନବଜାତ ଶିଶୁର ମୃତଦେହ, ଜନ୍ମ ପରେ…

ରାୟଗଡ଼ା,୨୦ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ ପୁଣି ଦେଖିବାକୁ ମିଳିଛି ଏକ ହୃଦୟ ବିଦାରକ ଦୃଶ୍ୟ। ସହରର ଗୋଦାବରୀଶ ନଗର ତଥା ରାୟଗଡ଼ା କଲେଜ ପଛ ପାର୍ଶ୍ୱ ବିଚ୍‌…

ଦେଶର ଖଣିଜ ଉତ୍ପାଦନକୁ ଓଡ଼ିଶାର ଯୋଗଦାନ ୪୩.୭

ଭୁବନେଶ୍ୱର,୨୦ା୨: ଦେଶର ଅର୍ଥନୀତିର ଚକକୁ ଗତିଶୀଳ କରିବାରେ ଓଡ଼ିଶାର ଖଣି ସମ୍ପଦ ସବୁଠାରୁ ବଡ଼ ଭୂମିକା ଗ୍ରହଣ କରିଛି। ଦେଶର ମୋଟ ଖଣିଜ ଉତ୍ପାଦନରେ ଓଡ଼ିଶାର ଅବଦାନ…

ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ଛତ୍ରପୁର,୨୦ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଛି। ଛତ୍ରପୁର ଥାନା ଅଧୀନ ରିକାପଲ୍ଲୀ ଗେଟ୍‌ ପାଖରେ ହତ୍ୟା କରାଯାଇଥିବା ଦେଖିବାକୁ ମିଳିଛି।…

୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯିବା ଘଟଣା: ତଦନ୍ତ ଆରମ୍ଭ କଲା ଯୋଗାଣ ବିଭାଗ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନକିଣାରେ ଫଲ୍ସ ଏଣ୍ଟ୍ରି ଜଣାପଡ଼ିଛି। ୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯାଇଥିବା ଘଟଣା ଜଣାପଡ଼ିବା ପରେ ବରଗଡ଼ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri