ଆହୁରି ଜଟିଳ ହେବ ମାନ୍ଦାବସ୍ଥା

 

ନୂଆଦିଲ୍ଲୀ,୧୯।୫: ଦେଶର ଜିଡିପି ଗତ କିଛି ତ୍ରୈମାସ ହେବ ଲଗାତର ଭାବେ ଖସି ଚାଲିଥିବା ବେଳେ ଚଳିତ ବର୍ଷ ଏହା ପ୍ରାୟ ୧.୯% ରହିବ ବୋଲି ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମ୍‌ଏଫ୍‌) ଆକଳନରେ କହିଥିଲା। ବଜାର କ୍ଷତିଗ୍ରସ୍ତ ସ୍ଥିତିରେ ରହିଥିବା ବେଳେ କରୋନା ଏହାକୁ ସମ୍ପୂର୍ଣ୍ଣ ବିଗାଡ଼ିଦେଇଛି। କରୋନାଜନିତ ଲକ୍‌ଡାଉନର ପ୍ରଭାବ ଯୋଗୁ ସରକାର ସାରା ଦେଶକୁ ଲକ୍‌ଡାଉନ ଘୋଷଣା କରିଥିଲେ। ଏହା ମଧ୍ୟରେ ଆର୍ଥତ୍କ କାର୍ଯ୍ୟକଳାପ ଠପ୍‌ ରହିବା ଯୋଗୁ ଦେଶର ଅର୍ଥ ବ୍ୟବସ୍ଥା ଅଣ୍ଟା ଭାଙ୍ଗିଯାଇଛି। ବଜାରରେ ଏବେ ଚାହିଦା ନ ଥିବା ବେଳେ ଦୀର୍ଘଦିନ ବନ୍ଦ ହୋଇ ରହିଥିବା ବଜାର ସ୍ଥିତାବସ୍ଥାକୁ ଫେରିବା ନେଇ କଷ୍ଟକର ହୋଇପଡୁଛି। ଲକ୍‌ଡାଉନ ଯୋଗୁ ଅର୍ଥ ବ୍ୟବସ୍ଥା ଲାଗି ଉପୁଜିଥିବା ସମସ୍ୟା କାରଣରୁ ଭାରତରେ ମାନ୍ଦାବସ୍ଥା ଆହୁରି ଜଟିଳ ହେବ ବୋଲି ଆଶଙ୍କା କରାଯାଇଛି। ମାନ୍ଦାବସ୍ଥାର ସବୁଠାରୁ ଭୟଙ୍କର ସ୍ଥିତି ଭାରତ ଦେଖିବ ବୋଲି ଗୋଲ୍ଡମ୍ୟାନ ସ୍ୟାଚ୍‌ ପକ୍ଷରୁ କୁହାଯାଇଛି।
ମାନ୍ଦାବସ୍ଥା ଯୋଗୁ ଜିଡିପି ବାର୍ଷିକ ଭିତ୍ତିରେ ପ୍ରାୟ ୨୦% ଖସିବ ବୋଲି ଗୋଲ୍ଡମ୍ୟାନ ପକ୍ଷରୁ ପୂର୍ବରୁ ଆକଳନ କରାଯାଇଥିଲା। ମାତ୍ର ଚଳିତ ଆର୍ଥତ୍କ ବର୍ଷ ଦ୍ୱିତୀୟ ତ୍ରୈମାସରେ ଦେଶର ଜିଡିପି ପ୍ରାୟ ୪୫% ଖସିବ ବୋଲି ଏହା ଆଶଙ୍କା ପ୍ରକଟ କରିଛି। ସେହିଭଳି ତୃତୀୟ ତ୍ରୈମାସ ଲାଗି ଏହା ୨୦% ରହିଥିବା ବେଳେ ଚତୁର୍ଥ ତ୍ରୈମାସ ଏବଂ ଆସନ୍ତା ଆର୍ଥତ୍କ ବର୍ଷ ପ୍ରଥମ ଲାଗି ଯଥାକ୍ରମେ ୧୪% ଏବଂ ୬.୫% ପ୍ରଭାବିତ ରହିବା ନେଇ ପୂର୍ବାନୁମାନ କରାଯାଇଛି। ୨୦୨୦-୨୧ ଆର୍ଥତ୍କ ବର୍ଷରେ ଦେଶର ରିୟଲ ଜିଡିପି ପ୍ରାୟ ୫% ଖସିବା ନେଇ ଆକଳନ କରାଯାଇଛି। ଭାରତ ପୂର୍ବରୁ ଯେତେ ବି ମାନ୍ଦାବସ୍ଥା ସାମ୍ନା କରିଛି ଏହା ସବୁଠାରୁ ଭୟଙ୍କର ବୋଲି ଗୋଲ୍ଡ ମ୍ୟାନର ଅର୍ଥନୀତିଜ୍ଞ ପ୍ରାଚୀ ମିଶ୍ର ଏବଂ ଆଣ୍ଡ୍ର୍ୟୁ ଟିଲ୍‌ଟନ କହିଛନ୍ତି।
ସରକାର ସାରା ଦେଶରେ ଲକ୍‌ଡାଉନକୁ ମେ ୩୧ ଯାଏ ବଢ଼ାଇଛନ୍ତି। କେତେକ କ୍ଷେତ୍ରରେ ଆର୍ଥତ୍କ କାର୍ଯ୍ୟକଳାପକୁ ବର୍ତ୍ତମାନ ଅନୁମତି ପ୍ରଦାନ କରାଯାଇଛି। ସାରା ଦେଶରେ କରୋନା ମାମଲା ଥମିବାର ନାଁ ନେଉ ନ ଥିବା ବେଳେ ଶିଳ୍ପଗୁଡିକର କାରବାର ଠପ୍‌ ହୋଇ ପଡିଛି। କୋଭିଡ୍‌-୧୯ ଲାଗି ହୋଇଥିବା ସମସ୍ୟା ସମାଧାନ ଏବଂ ବଜାରକୁ ପୁନର୍ଜୀବିତ କରିବା ଲାଗି ସରକାର ୨୦ ଲକ୍ଷ କୋଟି ଟଙ୍କାର ଏକ ପ୍ୟାକେଜ ଘୋଷଣା କରିଛନ୍ତି, ଯାହା ମୋଟ ଜିଡିପିର ୧୦%। ବିଭିନ୍ନ କ୍ଷେତ୍ରକୁ ସମ୍ଭାଳିବା ତଥା ଆର୍ଥତ୍କ କାର୍ଯ୍ୟକଳାପକୁ ତ୍ୱରାନ୍ବିତ କରିବା ଲାଗି ଢାଞ୍ଚାଗତ ସଂସ୍କାର ପଦକ୍ଷେପ ହାତକୁ ନିଆଯାଇଛି। ଏହି ସଂସ୍କାରଗୁଡିକ ମଧ୍ୟମ ମିଆଦୀ ଭିତ୍ତିକ ହୋଇ ଥିବାରୁ ଅଭିବୃଦ୍ଧିକୁ ଫେରାଇ ଆଣିବାରେ ସହାୟକ ହେବନି ବୋଲି ଅର୍ଥନୀତିଜ୍ଞ କହିଛନ୍ତି। ଏହି ଯୋଜନାର ରୂପାୟନ କିଭଳି ହେଉଛି ଏବଂ ଏହାର ଲାଭ ଅର୍ଥ ବ୍ୟବସ୍ଥାକୁ କିଭଳି ମିଳୁଛି ତାହା ମଧ୍ୟ ତର୍ଜମା କରାଯିବ ବୋଲି ଗୋଲ୍ଡମ୍ୟାନ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!

ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…

8th Pay Commission: ନାଇଟ ଡ୍ୟୁଟି ପାଇଁ ମିଳିବ ଅଲଗା ଟଙ୍କା! ୩ ଗୁଣା ଦରମା…

୮ମ ବେତନ ଆୟୋଗ (8th Pay Commission) ଗଠନ ସହିତ ସରକାରୀ କର୍ମଚାରୀଙ୍କ ଆଶା ଆହୁରି ବଢ଼ିବାରେ ଲାଗିଛି। ଏହି କ୍ରମରେ ଦେଶର ବିଭିନ୍ନ କେନ୍ଦ୍ର ସରକାରୀ…

ଚାକିରିଆଙ୍କ ପାଇଁ ବଡ଼ ଖବର: କମିଯିବ In-Hand Salary! PF ର ନୂଆ ନିୟମ ଜାଣିରଖନ୍ତୁ

ନୂଆଦିଲ୍ଲୀ,୧୯।୯: କର୍ମଚାରୀଙ୍କ ପାଇଁ PF ସମ୍ପର୍କିତ ନିୟମରେ ବଡ଼ ପରିବର୍ତ୍ତନ ହୋଇଛି। EPFOର ବେତନ ସୀମାକୁ ମାସିକ ୧୫,୦୦୦ରୁ ବଢ଼ାଇ ୨୫,୦୦୦ କରାଯାଇଛି। ୧୬ ସେପ୍ଟେମ୍ବର ୨୦୨୪ରେ…

ଡ. ପ୍ରସନ୍ନ ଆଚାର୍ଯ୍ୟ ଏନ୍‌ଏଲ୍‌ସି ଇଣ୍ଡିଆର ନୂତନ ଅଧ୍ୟକ୍ଷ

ଭୁବନେଶ୍ୱର,୧୯ା୯: ଡ. ପ୍ରସନ୍ନ କୁମାର ଆଚାର୍ଯ୍ୟ ତାମିଲନାଡୁର ନେଭେଲିସ୍ଥିତ ଏନ୍‌ଏଲ୍‌ସି ଇଣ୍ଡିଆ ଲିମିଟେଡ୍‌ର କର୍ପୋରେଟ କାର୍ଯ୍ୟାଳୟ ଅଧ୍ୟକ୍ଷ-ତଥା-ପ୍ରବନ୍ଧ ନିର୍ଦ୍ଦେଶକ ଭାବେ ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପ୍ରାୟ…

ସୁନା ବିକି ନୂଆ ଫୋନ୍‌ କିଣୁଛନ୍ତି ଗ୍ରାହକ

ନୂଆଦିଲ୍ଲୀ,୧୯ା୯: ଆପଲ କମ୍ପାନୀ ପ୍ରସ୍ତୁତ ନୂଆ ଆଇଫୋନ୍‌ ୧୮ ସିରିଜ୍‌ର ବିକ୍ରି ଆନୁଷ୍ଠାନିକ ଭାବେ ଶୁକ୍ରବାର ଆରମ୍ଭ ହୋଇଛି। ନିକଟରେ ଏହି ଫୋନ୍‌ର ବିକ୍ରି ଏବଂ ଫିଚର…

ବାର୍ଦ୍ଧକ୍ୟ ଭତ୍ତାକୁ ନେଇ ଆସିଲା ବଡ଼ ଖବର, ଏଣିକି ୪୫ଦିନରେ ଆକାଉଣ୍ଟକୁ ଆସିବ…

ନୂଆଦିଲ୍ଲୀ,୧୮।୯: ରାଜ୍ୟରେ ବାର୍ଦ୍ଧକ୍ୟ ଭତ୍ତା ପ୍ରତି ତିନି ମାସରେ ୩୦୦୦ ଟଙ୍କା ଦିଆଯାଇଥାଏ। କିନ୍ତୁ ଏବେ ଏହି ୩୦୦୦ ଟଙ୍କାର ଭତ୍ତା କିସ୍ତି ଆକାରରେ ଦିଆଯିବ। ଏହା…

କୃଷକଙ୍କ ପାଇଁ ଖୁସି ଖବର: ମାସକୁ ପାଇବେ ୩,୦୦୦ ଟଙ୍କା ପେନସନ! PM Kisan ରେ…

ନୂଆଦିଲ୍ଲୀ,୧୮।୯: ବାର୍ଦ୍ଧକ୍ୟରେ ନିୟମିତ ଆୟକୁ ନେଇ ସମସ୍ତଙ୍କ ମନରେ ଚିନ୍ତା ଥାଏ, ବିଶେଷକରି କ୍ଷୁଦ୍ର ଏବଂ ନାମମାତ୍ର ଚାଷୀମାନଙ୍କ ପାଇଁ ଏହି ଚିନ୍ତା ଆହୁରି ବଢ଼ିଯାଏ। ଏହାକୁ…

ରାସନ କାର୍ଡକୁ ନେଇ ଆସିଲା ବଡ଼ ଅପଡେଟ୍‌, ଏହି ଡକ୍ୟୁମେଣ୍ଟ ନ ଥିଲେ କଟିଯିବ…

ନୂଆଦିଲ୍‌ଲୀ,୧୮।୯: ଯଦି ଆପଣ ଏକ ନୂଆ ରାସନ କାର୍ଡ ତିଆରି କରିବାକୁ ଯାଉଛନ୍ତି କିମ୍ୱା ପୁରୁଣା କାର୍ଡରେ କୌଣସି ସଦସ୍ୟଙ୍କ ନାମ ଯୋଡ଼ିବା କିମ୍ୱା ହଟାଇବା ବିଷୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?