ଆହୁରି ବଢିଲା ଶୀତ, ଜନଜୀବନ ଅସ୍ତବ୍ୟସ୍ତ: ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼

ଦାରିଙ୍ଗବାଡି, ୨୭।୧୨ (ଅରୁଣ ସାହୁ ):ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କୁହୁଡିର ପ୍ରଭାବରେ ଗାଡି ଚଳାଚକ ବାଧାପ୍ରାପ୍ତ ହୋଇଛି। ଶୀତ କମିବାରେ ନାମ ଧରୁନି କୁହାଯାଉଛି। ଆହୁରି ପ୍ରବଳ ଶୀତ ପଡିବ। ଏବେ ସନ୍ଧ୍ୟାା ନଇଁ ଆସିବା କ୍ଷଣି ସାଥିରେ ଶୀତ ମାଡି ଆସୁଛି। ଘନ କୁହୁଡି ଓ ସୁଲୁସୁଲିଆ ଦକ୍ଷିଣା ପବନ ଶୀତକୁ ଦ୍ବିଗୁଣିତ କରୁଛି ଘରୁ ଗୋଡ଼ କାଡିବା ମୁସ୍କିଲ ହୋଇପଡୁଛି। ୫୯ନଂ ଜାତୀୟ ରାଜପଥ ଉପରେ ଘନ କୁହୁଡି ଗାଡି ଚଳାଚଳରେ ବଡ଼ ବାଧକ ସାଜିଛି।
ବିଳମ୍ବିତ ରାତିଠାରୁ କୁହୁଡି ଆରମ୍ଭ ହୋଇ ସକାଳ ୯ଟା ଅର୍ଯ୍ୟନ୍ତ ଆଚ୍ଛାଦିତ ହୋଉ ରହୁଛି। ଅସହ୍ୟ ଜାଡ଼ ଯୋଗୁ ଅଞ୍ଚଳବାସୀ ପ୍ରାତଃଭ୍ରମଣ ସହ ଯୋଗାଭ୍ୟାସ ଓ ପ୍ରାଣାୟାମ କରି ଦେହକୁ ଉଷୁମ କରିବା ସହ ଫିଟ ରଖୁଛନ୍ତି। ସେହିପରି ଅନ୍ୟ ମାନେ ମଧ୍ୟ ନିଆଁ ଲଗାଇ ନିଆଁ ପୁଉଁଥିବା ଓ ଖରାରେ ରହି ଦେହକୁ ଉଷୁମ କରୁଥିବା ଦେଖିବାକୁ ମିଳିଛି। ଏବେ ଶୀତ ଛୁଟି ରହିଥିବାରୁ ଶିଶୁ ପର୍ଯ୍ୟଟକ ନିଜ ପରିବାର ସହ ଇକୋ ରିଟ୍ରିଟ ସହ ହୋଟେଲ ଲଜରେ ରାତ୍ରିଯାପନ କରିଛନ୍ତି ରାଜ୍ୟର ପର୍ଯ୍ୟଟକଙ୍କ ସମେତ ରାଜ୍ୟ ବାହାରୁ ପର୍ଯ୍ୟଟକ ଦାରିଙ୍ଗବାଡିରେ ଡେରା ପକାଇ ଶୀତର ମଜା ନେଉଛନ୍ତି। ହୋଟେଲ ଲଜ୍‌ ବୁକିଂ ସରିଯାଇଥିବାରୁ ଅନେକ ପର୍ଯ୍ୟଟକ ଷ୍ଟେ ହୋମ ଓ ପରିଚିତ ସମ୍ପର୍କୀୟଙ୍କ ଘରେ ରହି ଦାରିଙ୍ଗବାଡିରେ ଶୀତର ମଜା ଉଠାଉଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କୁର୍ମି କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ବିରାଟ ମହିଳା ସମ୍ମିଳନୀ: ନାରୀ ଶିକ୍ଷା, ରୋଜଗାର ଉପରେ…

ଭଞ୍ଜନଗର,୨୭।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଚାଲିଥିବା ନିଖିଳ ଉତ୍କଳ କୁର୍ମି କ୍ଷତ୍ରୀୟ ପ୍ରଦେଶ ମହାସଭା ଶନିବାର ତୃତୀୟ ଦିବସରେ ପହଞ୍ଚିଛି। ରବିବାର ମହାସଭା...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri