ଆହୁରି ୨ଦିନ ବର୍ଷା

ଭୁବନେଶ୍ୱର, ୨୪ା୧୦(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ବୁଧବାର ଲଘୁଚାପରେ ପରିଣତ ହୋଇଛି। ଏହାର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି ରହିଛି। ବିଶେଷ କରି ଦକ୍ଷିଣ ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ତେବେ ଦୀପାବଳିକୁ ବର୍ଷା ଫିକା କରିବ ନାହିଁ। କାରଣ ଆସନ୍ତା ୨୬ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଥିବାବେଳେ ୨୭ରେ ପାଗ ଶୁଖିଲା ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ଲଘୁଚାପ ପ୍ରଭାବରେ ବୁଧବାର ସକାଳୁ ସାରା ରାଜ୍ୟରେ ଝିପି ଝିପି ବର୍ଷା ଆରମ୍ଭ ହୋଇଯାଇଥିଲା। କେତେକ ସ୍ଥାନରେ ଅପରାହ୍ନ ସମୟରେ ପ୍ରବଳ ବର୍ଷା ହୋଇଥିବାବେଳେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ଗଞ୍ଜାମ, ପୁରୀ, ଗଜପତି, ବାଲେଶ୍ୱର ଜିଲାରେ ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇଛି। ପୁରୀ ଜିଲାରେ ସର୍ବାଧିକ ୯୫.୨ମିଲିମିଟର ବର୍ଷା ହୋଇଛି। ଗୋପାଳପୁରରେ ୪୯,ବାଲେଶ୍ୱର ୩୪.୮, ଭୁବନେଶ୍ୱର ୩୦.୫, ପାରାଦୀପ ୨୬.୧, ବାରିପଦା ୧୮, କଟକ ଓ ଦାରିଙ୍ଗବାଡ଼ି ୧୪, ଅନୁଗୋଳରେ ୧୦ମିଲିମିଟର ବର୍ଷା ହୋଇଥିବା ରେକର୍ଡ ହୋଇଛି। ଏହାଛଡ଼ା ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ସୁନ୍ଦରଗଡ଼, ହୀରାକୁଦ, ତାଳଚେର, ବଲାଙ୍ଗୀର, ଫୁଲବାଣୀ, ଟିଟିଲାଗଡ଼, ମାଲକାନଗିରି, ସୋନପୁର ଆଦି ଜିଲାରେ ମଧ୍ୟ ବର୍ଷା ହୋଇଥିବା ସୂଚନା ମିଳିଛି।
ଆସନ୍ତା ଦୁଇଦିନ ସାରା ରାଜ୍ୟରେ ବର୍ଷା ଲାଗି ରହିବ। ଗୁରୁବାର ସୁନ୍ଦରଗଡ଼, ବରଗଡ଼, ସମ୍ବଲପୁର, ଦେବଗଡ଼ ଓ କେନ୍ଦୁଝର ଆଦି ୫ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏ ସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ସୂଚନା ରହିଛି। ସେହିପରି ସୋନପୁର, ବଲାଙ୍ଗୀର, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, ଅନୁଗୋଳ, କନ୍ଧମାଳ, ବୌଦ୍ଧ ଓ ମୟୂରଭଞ୍ଜ ଆଦି ୯ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଏ ସମସ୍ତ ଜିଲାରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ଶୁକ୍ରବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ଆଦି ୪ଜିଲାରେ ପ୍ରବଳ ବର୍ଷା ହେବ। ଏ ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ତେବେ ଆସନ୍ତା ଦୁଇଦିନ ଧରି ବର୍ଷା ଲାଗି ରହିବାର ସମ୍ଭାବନା ଥିବାରୁ ସମସ୍ତ ଜିଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।
ଅନ୍ୟପଟେ ସମ୍ଭାବ୍ୟ ବର୍ଷା ଓ ଏହାର ମୁକାବିଲା ପାଇଁ ଓୟୁଏଟି ଏବଂ କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶାଳୟ ପକ୍ଷରୁ ଚାଷୀମାନଙ୍କୁ ପରାମର୍ଶ ଦିଆଯାଇଛି। ପାଚି ଯାଇଥିବା ସଅଳ ଓ ମଧ୍ୟମ କିସମ ଧାନକୁ ତୁରନ୍ତ କାଟି ନେଇ ସୁରକ୍ଷିତ ସ୍ଥାନରେ ରଖିଦେବା ପାଇଁ କୁହାଯାଇଛି। ଧାନ ଜମିରୁ ବଳକା ପାଣି ବାହାରି ଯିବା ପାଇଁ କର ନାଳୀ କରିବା ଓ ନାଳୀ ମୁହଁ ଖୋଲା ରଖିବା, ବର୍ଷା ଛାଡ଼ିଗଲା ପରେ ପଡ଼ିଯାଇଥିବା ପନିପରିବା ଗଛର ମୂଳକୁ ମାଟି ଦେଇ ଠିଆ କରାଇବାକୁ ପରାମର୍ଶ ଦିଆଯାଇଛି। ସେହିପରି ପାଣି ଛାଡ଼ିଗଲା ପରେ ଧାନ, ପନିପରିବା ଓ ଡାଲିଜାତୀୟ ଫସଲରେ କେତେକ ରୋଗ ପୋକ ଲାଗିବାର ସମ୍ଭାବନା ରହିଛି। ତେଣୁ ଏଥିପ୍ରତି ଦୃଷ୍ଟି ଦେବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ...

ମେ’ ପ୍ରଥମ ସପ୍ତାହରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୨୪।୪: ଓଜେଇଇ ପରୀକ୍ଷା ପାଇଁ ତାରିଖ ଘୋଷଣା ହୋଇଛି। ଚଳିତ ମେ’ ୬ରୁ ଏହା ଆରମ୍ଭ ହୋଇ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ରାଜ୍ୟ ଭିତରେ...

ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା...

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର...

ଲୁଙ୍ଗିକୁ ନେଇ ରାଜ୍ୟ ରାଜ୍ୟନୀତିରେ ଚହଳ, ନବୀନ ପିନ୍ଧିଲେ ବୋଲି…

ଭୁବନେଶ୍ୱର,୨୪।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ଗ୍ରୀଷ୍ମଛୁଟିରେ ରୋଷ୍ଟର ଡ୍ୟୁଟି କରିବେ ଶିକ୍ଷକ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ରାଜ୍ୟରେ ଆସନ୍ତା ୨୫ ତାରିଖଠାରୁ ଗ୍ରୀଷ୍ମ ଛୁଟି ଆରମ୍ଭ ହେବ। ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକ ଆଗୁଆ ଗ୍ରୀଷ୍ମ ଛୁଟି କରିବାକୁ...

ନିର୍ବାଚନ ଲଢିପାରିବେନି ମୋକିମ, ମଇଦାନକୁ ଓହ୍ଲାଇଲେ ଝିଅ!

ଭୁବନେଶ୍ୱର,୨୪।୪: ନିର୍ବାଚନ ଯେତେ ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ତେବେ ଲୋକ ସଭା ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ...

କନଫ୍ୟୁଜରେ ସୁର, ବଡ଼ପୁଅ ନା ସାନପୁଅ ପାଇଁ କରିବେ ପ୍ରଚାର

ଭୁବନେଶ୍ୱର,୨୪।୪: ରୋଚକ ମୋଡ ନେଇଛି ସୁରଙ୍କ ଫ୍ୟାମିଲି ପଲିଟିକ୍ସ । ସାନ ପୁଅ ବିଜେଡି ଟିକେଟ ନେଇ ମଇଦାନକୁ ଓହ୍ଲାଇଥିବା ବେଳେ ବଡ଼ ପୁଅକୁ ନିମାପଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri