ଆୟକର ଫାଙ୍କି ଅଭିଯୋଗ: ଜେଡ୍‌ ଇଷ୍ଟେଟ ସଂସ୍ଥା ଉପରେ ଚଢ଼ାଉ

ଭୁବନେଶ୍ୱର, ୯।୭(ବ୍ୟୁରୋ): ଆୟକର ଫାଙ୍କିବା ଅଭିଯୋଗରେ ଜେଡ୍‌ ଇଷ୍ଟେଟ ବିଲ୍ଡର ସଂସ୍ଥା ଉପରେ ସୋମବାର ସନ୍ଧ୍ୟାରେ ଆୟକର ବିଭାଗ ପକ୍ଷରୁ ଚଢାଉ କରାଯାଇଛି। କଟକ ଓ ଭୁବନେଶ୍ୱରର ୭ଟି ସ୍ଥାନରେ ଏକକାଳୀନ ଚଢାଉ ହେଇଛି। ଆୟକର ବିଭାଗର ଏକ ୭ଜଣିଆ ଟିମ୍‌ ଚଢାଉରେ ସାମିଲ ଥିଲେ। କେବଳ ସଂସ୍ଥାର ଅଫିସ ନୁହେଁ, ମାଲିକ ତପନ ମହାନ୍ତିଙ୍କ ଘରେ ମଧ୍ୟ ଆୟକର ଅଧିକାରୀମାନେ ଚଢାଉ କରିଛନ୍ତି। ଏହି ସମୟରେ ଅଧିକାରୀମାନେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଛନ୍ତି। ସଂସ୍ଥାର ଆୟକର ସମ୍ପର୍କରେ ଯାଞ୍ଚ କରିବା ପାଇଁ ଏସବୁ ଅଧିକ ସହାୟକ ହେବ ବୋଲି କୁହାଯାଉଛି। ଆୟକର ବିଭାଗର ଜଣେ ଅଧିକାରୀଙ୍କ ସୂଚନା ଅନୁଯାୟୀ, ଉକ୍ତ ସଂସ୍ଥା ଆୟକର ଫାଙ୍କିବା ନେଇ ଗତ କିଛିଦିନ ହେବ ଅଭିଯୋଗ ହୋଇଆସୁଥିଲା। ଆୟକର ଅଧିକାରୀମାନେ ସଂସ୍ଥାର କାଗଜପତ୍ର ଯାଞ୍ଚ କରିବା ପରେ ଲକ୍ଷାଧିକ ଟଙ୍କାର ଆୟକର ଫାଙ୍କି ସମ୍ପର୍କରେ ଜଣାପଡ଼ିିଥିଲା। ଏ ନେଇ ସଂସ୍ଥାକୁ ନୋଟିସ କରାଯାଇଥିଲା। ମାତ୍ର ସଂସ୍ଥାର ମୁଖ୍ୟ କିଛି ନ ଶୁଣିବାରୁ ଶେଷରେ ଏଭଳି ଅଚାନକ ଚଢାଉ କରାଯାଇଛି। ସଂସ୍ଥା ବର୍ଷକରେ ତେତେ ଟଙ୍କା ଆୟ କରିଛି ସେନେଇ ଯାଞ୍ଚ ଜାରି ରହିଛି। ସୂଚନାଯୋଗ୍ୟ, କଟକ ଓ ଭୁବନେଶ୍ୱରରେ ଉକ୍ତ ସଂସ୍ଥାର ବିଭିନ୍ନ ପ୍ରୋଜେକ୍ଟ କାମ ଚାଲୁଛି। ଏକାଧିକ ବ୍ୟକ୍ତି ଫ୍ଲାଟ ପାଇଁ ସଂସ୍ଥାକୁ ଲକ୍ଷାଧିକ ଟଙ୍କା ଅଗ୍ରିମ ଆକାରରେ ଦେଇଛନ୍ତି। ଏସବୁର ତଦନ୍ତ କରାଯାଇ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଆୟକର ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ: ଆକ୍ରମଣ କଲେ ବାଲି ମାଫିଆ

ଜୟପୁର,୧୧।୪(ପବନ ପାଣିଗ୍ରାହୀ ): ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ। ଆକ୍ରମଣ କଲେ ବାଲି ମାଫିଆ। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ସଦର ଥାନା…

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ଗୁଳି ଖାଇବୁ ପଛେ ଜମି ଦେବୁନାହିଁ: ରୋକଠୋକ୍‌ ଶୁଣାଇ ଦେଲେ ଅଞ୍ଚଳବାସୀ

ରାୟଗଡ଼ା/କଲ୍ୟାଣସିଂହପୁର,୧୧।୪(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ରାୟଗଡ଼ା ଜିଲା କାଶୀପୁର ବ୍ଲକ ସିଜିମାଳି ବକ୍ସାଇଟି ଖଣିକୁ ବେଦାନ୍ତ ପକ୍ଷରୁ ଗତ ମଙ୍ଗଳବାର ରାସ୍ତା ନିର୍ମାଣ ଉଦ୍ୟମ ଆରମ୍ଭ ହୋଇଥିଲା।…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ମରାମତି ଦାବି: ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକ ଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି…

ମାମୁଘର ଗାଁକୁ ଯାତ୍ରା ଦେଖିବାକୁ ଆସିଥିଲେ ଭଣଜା: ମିଳିଲା ଗୋଡ଼ହାତ ଅଲଗା ହୋଇଥିବା ମୃତଦେହ

ନନ୍ଦପୁର,୧୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା ବିଶାଖାପାଟଣା-କିରାଣ୍ଡୁଳ ସଂଯୋଗୀ କେକେ ରେଳପଥରେ ମାଳି ବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମ ନିକଟ ରେଳଧାରଣାରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri