ଆୟବହିର୍ଭୁତ ସମ୍ପତ୍ତି ଠୁଳ ମାମଲା :  ୨୧ ବର୍ଷ ପରେ ସହକାରୀ ଯନ୍ତ୍ରୀ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ, ୩ା୧୧-ବ୍ରହ୍ମପୁର ସ୍ବତନ୍ତ୍ର ଭିଜିଲାନ୍ସ ଜଜ ବିଜୟ କୁମାର ଜେନା ଶନିବାର ଏକ ଆୟବହିର୍ଭୁୁତ ସମ୍ପତ୍ତି ଠୁଳ ମାମଲାର ଶୁଣାଣି କରିଥିଲେ। ପ୍ରମାଣ ଅଭାବରୁ ଦୀର୍ଘ ୨୧ ବର୍ଷ ପରେ ପୁରୀର ତତ୍କାଳୀନ ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ ପ୍ରଦୀପ କୁମାର ହୋତାଙ୍କୁ ସେ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। ପ୍ରକାଶ ଯେ, ପୁରୀରେ ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ ଭାବେ ହୋତା କାର୍ଯ୍ୟରତ ଥିବା ବେଳେ ତାଙ୍କ ନାମରେ ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା। ବ୍ରହ୍ମପୁର ଦୁର୍ନୀତି ନିବାରଣ ବିଭାଗ ତରଫରୁ ତାଙ୍କ ବ୍ରହ୍ମପୁର ବ୍ରଜନଗର ୨ ଲେନ୍‌ସ୍ଥିତ ବାସଭବନ ସମେତ ୫ ସ୍ଥାନରେ ଏକକାଳୀନ ଚଢାଉ କରାଯାଇଥିଲା। ତାଙ୍କର ଆୟବହିର୍ଭୁତ ସମ୍ପତ୍ତି ୮ ଲକ୍ଷ ୯୭ ହଜାର ୪୫୦ ଟଙ୍କା ଆକଳନ କରାଯାଇଥିଲା। ଭିଜିଲାନ୍ସ ମାମଲା ନମ୍ବର ୫୧/୯୮ ରେ ତାଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିଲା। ପରେ ସେ ଜାମିନରେ ଛାଡ ପାଇଥିଲେ। ବିଚାର ବେଳେ ୧୬ ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ପ୍ରମାଣ ଅଭାବରୁ ସହକାରୀ ଯନ୍ତ୍ରୀ ହୋତାଙ୍କୁ ବିଚାରପତି ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ତପନ କୁମାର ଦାସ ଓ ମୁଦାଲାଙ୍କ ପକ୍ଷରୁ ଆଇନଜୀବୀ ପ୍ରସାଦ ପଟ୍ଟନାୟକ ଓ ପ୍ରଦୀପ ପାଣିଗ୍ରାହୀ ମକଦ୍ଦମା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ଆଗକୁ ବାର୍ଷିକ ପରୀକ୍ଷା: ଭଞ୍ଜନଗରରେ ବଢୁଛି ଶବ୍ଦ ପ୍ରଦୂଷଣ, ରୋକିବା ପାଇଁ…

ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ): ଆସନ୍ତା ୧୮ରୁ ରାଜ୍ୟରେ ଯୁକ୍ତ ୨ ବାର୍ଷିକ ପରୀକ୍ଷା ହେବ। ତାହା ମାର୍ଚ୍ଚ ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏଥିସହ ମାଟ୍ରିକ୍‌ ପରୀକ୍ଷା…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri