ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ: ଭିଜିଲାନ୍ସ ଜାଲରେ ଏମ୍‌କେସିଜି କନିଷ୍ଠ କିରାଣୀ

ବ୍ରହ୍ମପୁର ଅଫିସ,୧୭।୮: ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲର କନିଷ୍ଠ କିରାଣୀଙ୍କ ଘର ସହ ୫ଟି ସ୍ଥାନରେ ମଙ୍ଗଳବାର ସକାଳୁ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। କିରାଣୀ ଅଜିତ କୁମାର ସାହୁଙ୍କ ନାମରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା। ଅଜିତଙ୍କ ଆମ୍ବପୁଆ ଶିବପଦ୍ମା କଲୋନୀସ୍ଥିତ ଡୁପ୍ଲେକ୍ସ ଅଟ୍ଟାଳିକା, ଗଜପତିନଗର ୭ମ ସାରଣୀରେ ଥିବା ୩ ମହଲା ବିଶିଷ୍ଟ ଅଟ୍ଟାଳିକା, ଲାଞ୍ଜିପଲ୍ଲୀରେ ଥିବା ୩ ମହଲା ଘର, ଏମ୍‌କେସିଜି ହସ୍ପିଟାଲର ତାଙ୍କ ଅଫିସ ଓ ଲାଞ୍ଜିପଲ୍ଲୀରେ ଥିବା ଚନ୍ଦନ ଟ୍ରେଡେର୍ସ ନାମକ ଏକ ସିମେଣ୍ଟ ଗୋଦାମ ଉପରେ ଚଢ଼ାଉ ଚାଲିଥିବା ଭିଜିଲାନ୍ସ ଏସ୍‌ପି ମାୟାଧର ସ୍ବାଇଁ ସୂଚନା ଦେଇଛନ୍ତି । ଚଢଉ ଜାରି ରହିଥିବାରୁ ତାଙ୍କର ସ୍ଥାବର ଓ ଆସ୍ଥାବର ସମ୍ପତ୍ତିର ସଠିକ୍‌ ଆକଳନ ହୋଇପାରି ନ ଥିବା ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

‘ମୋତେ ଫୋନ କରନାହିଁ…’ – ତାଙ୍କ ପରିବାରକୁ ଏମିତି କାହିଁକି କହିଥିଲେ ଅଭିଜିତ ଦୀପକେ? ବଡ଼ କାରଣ କହିଲେ ବାପା

ନୂଆଦିଲ୍ଲୀ,୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ରଙ୍କ ବିଶାଳ ପ୍ରତିବାଦ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଇସ୍ତଫା ଦେଇଥିଲେ। ପ୍ରହ୍ଲାଦ ଜୋଷୀ ବର୍ତ୍ତମାନ ଏହି…

ପରଲୋକରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ

ବରଗଡ଼,୨୭ା୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହ ଆଉ ନାହାନ୍ତି। ରବିବାର ବିଳମ୍ବିତ ରାତିରେ ଭୁବନେଶ୍ବରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ହୋଇଛି।…

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri