Posted inଖେଳ

ଆୟର୍ଲାଣ୍ଡ ବିପକ୍ଷ ଟେଷ୍ଟରୁ ଓହରିଲେ ଆଣ୍ଡରସନ

ଲଣ୍ଡନ, ୨୩।୭ (ଏଏଫ୍‌ପି)- ଘରୋଇ ଇଂଲଣ୍ଡ ଓ ଆୟର୍ଲାଣ୍ଡ ମଧ୍ୟରେ ଏକମାତ୍ର ଟେଷ୍ଟ ମ୍ୟାଚ୍‌ ବୁଧବାରଠାରୁ ସ୍ଥାନୀୟ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ଆରମ୍ଭ ହେବ। ତେବେ ଡାହାଣ ଗୋଡ଼ର ମାଂସପେଶୀରେ ଆଘାତଜନିତ ସମସ୍ୟା ଲାଗି ଇଂଲଣ୍ଡ ଦଳର ଅଭିଜ୍ଞ ଦ୍ରୁତ ବୋଲର ଜେମ୍ସ ଆଣ୍ଡରସନଙ୍କୁ ଏହି ମ୍ୟାଚ୍‌ରୁ ବାଦ୍‌ ଦିଆଯାଇଛି। ଜୁଲାଇ ୨ରେ ଲଙ୍କାଶାୟର ଓ ଡର୍‌ହାମ ମଧ୍ୟରେ ଖେଳାଯାଉଥିବା କାଉଣ୍ଟି ମ୍ୟାଚ୍‌ ସମୟରେ ଆଣ୍ଡରସନ ଆଘାତ ପାଇଥିଲେ ମଧ୍ୟ ଏଥିରୁ ସେ ସମ୍ପୂର୍ଣ୍ଣ ଭାବେ ସୁସ୍ଥ ହୋଇପାରି ନାହାନ୍ତି। ଅଗଷ୍ଟ ୧ରୁ ଏଜ୍‌ବାଷ୍ଟନରେ ଆରମ୍ଭ ହେବାକୁ ଥିବା ଐତିହାସିକ ଆଶେସ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍‌ ପର୍ଯ୍ୟନ୍ତ ଏହି ଭେଟେରାନ ବୋଲରଙ୍କ ଆଘାତଜନିତ ସମସ୍ୟା ଉପରେ ନଜର ରଖାଯିବ ବୋଲି ଇଂଲଣ୍ଡ ଆଣ୍ଡ୍‌ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ପକ୍ଷରୁ କୁହାଯାଇଛି। ଗତ ସପ୍ତାହରେ ଆୟର୍ଲାଣ୍ଡ ମ୍ୟାଚ୍‌ ପାଇଁ ଦଳ ଚୟନ ସମୟରେ ଇଂଲଣ୍ଡର ମୁଖ୍ୟ ଚୟନକର୍ତ୍ତା ଏଡ୍‌ ସ୍ମିଥ୍‌ କହିଥିଲେ, ଆଶେସ ଟେଷ୍ଟ ସିରିଜ ପୂର୍ବରୁ ଆଣ୍ଡରସନଙ୍କ ଆଘାତଜନିତ ନେଇ କୌଣସି ରିକ୍ସ ଉଠାଯିବ ନାହିଁ। ଲଙ୍କାଶାୟର ଏହି ସୁଇଂ ବୋଲର ବର୍ତ୍ତମାନ ସୁଦ୍ଧା ଟେଷ୍ଟରେ ୫୭୫ ଉଇକେଟ୍‌ ଅକ୍ତିଆର କରିସାରିଛନ୍ତି। ଆଣ୍ଡରସନଙ୍କ ଉପରେ ମୁଥୟା ମୁରଲୀଧରନ (୮୦୦), ଶେନ୍‌ ଓ୍ବର୍ନ (୭୦୮) ଓ ଅନିଲ କୁମ୍ବଲେ (୬୧୯) ଟେଷ୍ଟରେ ଅଧିକ ଉଇକେଟ୍‌ ଦଖଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏମିତି ଛକା ମାରିଲେ ମୁକୁଲ: ଖୁସିରେ ଡେଇଁଲେ ମାଲିକ, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ପାଇଁ ଖେଳୁଥିବା ମୁକୁଲ ଚୌଧୁରୀ KKR ବିପକ୍ଷରେ ଏମିତି ଏକ ଛକା ମାରିଥିଲେ, ଯାହା ଅତ୍ୟନ୍ତ କଷ୍ଟକର କୃତିତ୍ୱ ବୋଲି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri