ଆୟୁଷ୍ମାନଙ୍କ ୭ମ ହିଟ୍‌ ଫିଲ୍ମ ‘ବାଲା’: ୪ ଦିନରେ ୫୦ କୋଟି କ୍ଲବରେ ହେଲା ସାମିଲ

ବମ୍ବେ: ଖିଲାଡ଼ି କିଙ୍ଗ୍‌ ଅକ୍ଷୟ କୁମାରଙ୍କ ପରେ ବଲିଉଡରେ ଗୋଟିଏ ପରେ ଗୋଟିଏ ହିଟ୍‌ ଦେଉଥିବା ଅଭିନେତା ପାଲଟିଛନ୍ତି ଆୟୁଷ୍ମାନ ଖୁରାନ୍ନା। ଶୁକ୍ରବାର ରିଲିଜ ହୋଇଥିବା ‘ବାଲା’ ବକ୍ସ ଅଫିସରରେ ଭଲ ବ୍ୟବସାୟ କରିବା ସହ ମାତ୍ର ୪ ଦିନରେ ୫୦କୋଟି କ୍ଲବରେ ସାମିଲ ହୋଇଛି। ଏହା ଆୟୁଷ୍ମାନଙ୍କ ପୂର୍ବ ଚଳଚ୍ଚିତ୍ର ଡ୍ରିମ୍‌ଗର୍ଲଠାରୁ ଭଲ ରୋଜଗାର କରୁଛି। ଟ୍ରେଡ୍‌ ଆନାଲିଷ୍ଟ ତରଣ ଆଦର୍ଶ ଟୁଇଟରରେ ଏନେଇ ସୂଚନା ଦେଇଛନ୍ତି।

ଶୁକ୍ରବାର ଫିଲ୍ମ ୧୦.୧୫ କୋଟି, ଶନିବାର ୧୫.୭୩ କୋଟି, ରବିବାର ୧୮.୦୭ କୋଟି ଏବଂ ସୋମବାର ୮.୨୬ କୋଟି ବ୍ୟବସାୟ କରିଥିଲା। ସେହିଭଳି ମଙ୍ଗଳବାର ଗୁରୁ ନାନକ ଜୟନ୍ତୀ ଲାଗି ଛୁଟିଦିନ ଥିବାରୁ ଏହା ଆଶା ଠାରୁ ଅଧିକ ବ୍ୟବସାୟ କରିବ ବୋଲି କୁହାଯାଉଛି।

୨୦୧୭ରେ ବରେଲି କି ବର୍ଫି ଚଳଚ୍ଚିତ୍ର ପରଠାରୁ ରିଲିଜ ହୋଇଥିବା ଆୟୁଷ୍ମାନଙ୍କ ପ୍ରତିଟି ଫିଲ୍ମ ହିଟ୍‌ ସାବ୍ୟସ୍ତ ହେଉଛି। ଏହି କ୍ରମରେ ‘ବାଲା’ ଆୟୁଷ୍ମାନଙ୍କ ୭ମ ହିଟ୍‌ ଫିଲ୍ମ। ଏହାପୂର୍ବରୁ ସେ ଶୁଭ ମଙ୍ଗଲ ସାବଧାନ, ଅନ୍ଧାଧୁନ୍‌, ବଧାଇ ହୋ, ଆର୍ଟିକଲ ୧୫ ଏବଂ ଡ୍ରିମ୍‌ଗର୍ଲ ଭଳି ଫିଲ୍ମ ଦର୍ଶକଙ୍କୁ ଭେଟି ଦେଇଛନ୍ତି। ଆଗାମୀ ଦିନରେ ଆୟୁଷ୍ମାନଙ୍କ ଫିଲ୍ମ ‘ଗୁଲାବୋ ସିତାବୋ’ ଏବଂ ଶୁଭ ମଙ୍ଗଲ ଜ୍ୟାଦା ସାବଧାନ’ ରିଲିଜ ହେବ। ଏଗୁଡ଼ିକ ମଧ୍ୟ ହିଟ୍‌ ସାବ୍ୟସ୍ତ ହେବ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…

ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri