ଆୟୁଷ୍ମାନ ଯୋଜନା ଲାଗୁ କରିବାକୁ ଅନୁରୋଧ

ଭୁବନେଶ୍ୱର, ୨୧ା୪(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ସୋମବାର ୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଦୃଷ୍ଟିଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି। ସାମ୍ପ୍ରତିକ ସ୍ଥିତିରେ କରୋନା ବ୍ୟତୀତ ଅନ୍ୟ କିଛି ଗୁରୁତର ରୋଗରେ ପୀଡ଼ିତଙ୍କୁ ଅଧିକାଂଶ ସରକାରୀ ଏବଂ ଘରୋଇ ଡାକ୍ତରଖାନା ଉପଯୁକ୍ତ ଚିକିତ୍ସା ଦେଉନାହାନ୍ତି, ଯେଉଁଥିଲାଗି ସେମାନେ ବହୁତ ହଇରାଣ ହେଉଛନ୍ତି। ଏନେଇ ଦୃଷ୍ଟିଦେବାକୁ ସେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ସେହିପରି ବାହାରେ ରହୁଥିବା ଶ୍ରମିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା ନେଇ ମଧ୍ୟ କେନ୍ଦ୍ରମନ୍ତ୍ରୀ ଚିନ୍ତା ପ୍ରକଟ କରି କହିଛନ୍ତି ଯେ, ଦାଦନ ଯାଇଥିବା ଶ୍ରମିକମାନଙ୍କ ସୁରକ୍ଷା ଲାଗି ସେମାନଙ୍କୁ ବିଶେଷ ସହାୟତା, ଖାଦ୍ୟ ସୁରକ୍ଷା ଲାଗି ସରକାର ବହୁ ପଦକ୍ଷେପ ନେଇଛନ୍ତି। ସେମାନଙ୍କୁ ଖାଦ୍ୟ, ମେଡିସିନ ଏବଂ ଚିକିତ୍ସା ସୁବିଧା ଦେବା ଲାଗି ଚେଷ୍ଟା କରାଯିବା ଆବଶ୍ୟକ। ବାହାର ରାଜ୍ୟରେ କରୋନା ଯୋଗୁ ଫସି ରହିଥିବା ଶ୍ରମିକମାନଙ୍କ ଆର୍ଥିକ ସ୍ଥିତି ଭଲ ନାହିଁ। ବର୍ତ୍ତମାନ ସମୟରେ ସେହି ଶ୍ରମିକମାନଙ୍କ ଚିକିତ୍ସା ଲାଗି ରାଜ୍ୟ ସରକାର ଆୟୁଷ୍ମାନ ଯୋଜନା ଲାଗୁ କରନ୍ତୁ। ଏହି ସମୟରେ ଏହା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଦେଶର ୨୫ଟି ରାଜ୍ୟ ଏବଂ ୭ଟି କେନ୍ଦ୍ର ଶାସିତ ଅଞ୍ଚଳରେ ଆୟୁଷ୍ମାନ ଯୋଜନା ଲାଗୁ ହୋଇଛି। ଅନ୍ୟପଟେ ଶ୍ରୀମନ୍ଦିର ସେବାୟତମାନଙ୍କୁ ୫ ହଜାର ଟଙ୍କା ଲେଖାଏ ସହାୟତା ମିଳିବା ନେଇ ସରକାର ଘୋଷଣା କରିବାପରେ କେନ୍ଦ୍ରମନ୍ତ୍ରୀ ଅନ୍ୟ ମନ୍ଦିରଗୁଡିକ ଲାଗି ସମାନ ବ୍ୟବସ୍ଥା ଲାଗୁ କରିବାକୁ ଅନୁରୋଧ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ୟେ, ଜଗନ୍ନାଥ ମନ୍ଦିରର ସେବାୟତମାନଙ୍କୁ ମନ୍ଦିର ପ୍ରଶାସନ ୫ ହଜାର ଟଙ୍କା ଦେବା ଲାଗି ଯେଉଁ ଘୋଷଣା କରିଛି ତାହା ସ୍ବାଗତଯୋଗ୍ୟ। ସେହିପରି ସାକ୍ଷୀଗୋପାଳର ଗୋପାଳଜୀ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଯାଜପୁରର ବିରଜା ମନ୍ଦିର, ଘଟଗାଁ ତାରିଣୀ ମନ୍ଦିର, ରେମୁଣା କ୍ଷୀରଚୋରା ଗୋପୀନାଥ ମନ୍ଦିର ଏବଂ ଅନ୍ୟ ମନ୍ଦିରଗୁଡିକର ସେବାୟତମାନଙ୍କ ଲାଗି ମଧ୍ୟ ସମାନ ବ୍ୟବସ୍ଥା ଲାଗୁ କରିବାକୁ କେନ୍ଦ୍ରମନ୍ତ୍ରୀ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri