ଆୟୁଷ କମୁଛି ୭ ବର୍ଷ: ଇଣ୍ଡୋ-ଗାଙ୍ଗେଟିକ୍‌ ସମତଳ ଅଞ୍ଚଳ ଲୋକେ ଅଧିକ ପ୍ରଭାବିତ

ନୂଆଦିଲ୍ଲୀ/ସିକାଗୋ,୩୧।୧୦: ଭାରତରେ ବାୟୁ ପ୍ରଦୂଷଣ ବଢ଼ିବାରେ ଲାଗିଛି। ଏହାଦ୍ୱାରା ଲୋକଙ୍କ ହାରାହାରି ଆୟୁଷ ୭ ବର୍ଷ କମୁଛି ବୋଲି ସିକାଗୋ ବିଶ୍ୱବିଦ୍ୟାଳୟର ଏନର୍ଜି ପଲିସି ଇନଷ୍ଟିଚ୍ୟୁଟ୍‌ ଦ୍ୱାରା ହୋଇଥିବା ସର୍ଭେ ରିପୋର୍ଟରେ ପ୍ରକାଶ ପାଇଛି। ବାୟୁ ପ୍ରଦୂଷଣ ଯୋଗୁ ଇଣ୍ଡୋ-ଗାଙ୍ଗେଟିକ୍‌ ସମତଳ ଅଞ୍ଚଳର ଲୋକେ ଅଧିକ ପ୍ରଭାବିତ ହେଉଛନ୍ତି। ଏହି ଅଞ୍ଚଳରେ ଥିବା ବିହାର, ଚଣ୍ଡିଗଡ଼, ଦିଲ୍ଲୀ, ହରିୟାଣା, ପଞ୍ଜାବ, ଉତ୍ତରପ୍ରଦେଶ ଏବଂ ପଶ୍ଚିମବଙ୍ଗ ଆଦିରେ ଲୋକଙ୍କ ହାରାହାରି ଆୟୁଷ ଧୀରେଧୀରେ କମିବାରେ ଲାଗିଥିବା ଏହି ରିପୋର୍ଟରେ ଦର୍ଶାଯାଇଛି। ଏସବୁ ଅଞ୍ଚଳରେ ବିଶ୍ୱସ୍ବାସ୍ଥ୍ୟ ସଂଗଠନ ଦ୍ୱାରା ନିର୍ଦ୍ଧାରିତ ପ୍ରଦୂଷଣ ମାନକକୁ ଅଣଦେଖା କରାଯାଉଛି। ଫଳରେ ଏହାର ନକାରାତ୍ମକ ପ୍ରଭାବ ସ୍ଥାନୀୟ ବାସିନ୍ଦାଙ୍କ ଉପରେ ପଡୁଛି। ୧୯୯୮ରେ ଏଠାରେ ଜୀବନଧାରଣ ଆୟୁଷ ସୀମା ୧.୨ ବର୍ଷ କମିଥିବାବେଳେ ପରବର୍ତ୍ତୀ ସମୟରେ ଏହା ୩.୭ ବର୍ଷକୁ ବୃଦ୍ଧି ପାଇଥିଲା ବୋଲି ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ବିଦ୍ୟୁତ୍‌ତାର ଚୋରି ଘଟଣାରେ ଯୁବକଙ୍କୁ ଥାନାରେ ଅଟକ ରଖି ଛାଡ଼ିଦେଲା ପୋଲିସ, ତାତିଲେ ଗ୍ରାମବାସୀ

ବାସୁଦେବପୁର,୩୦ା୫(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ଜାମଝାଡ଼ି ରାସ୍ତାର ପରପୋଖରୀ ଛକଠାରେ ବିଦ୍ୟୁତତାର ଚୋରି ଘଟଣାରେ ଦୁଇ ଯୁବକଙ୍କୁ ଥାନାରେ ଅଟକ ଘଟଣାକୁ ନେଇ ଉତ୍ତ୍ୟକ୍ତ ଗ୍ରାମବାସୀ…

ଜନଗଣନା ଫର୍ମ ବାଣ୍ଟିଲେ ଜିଲାପାଳ, SIRକୁ ନେଇ ଗଞ୍ଜାମବାସୀ ଉତ୍ସାହିତ

ଛତ୍ରପୁର,୩୦ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଶନିବାରଠାରୁ ପରିଗଣନା ଫର୍ମ ବଣ୍ଟନ ଆରମ୍ଭ ହୋଇଛି। ସ୍ଥାନୀୟ ବିଏଲ୍‌ଓ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଭି କୀର୍ତ୍ତି ଭାସନଙ୍କ…

ବଜ୍ରକାପ୍ତା ବିକ୍ରି ପାଇଁ ଏତିକି ଟଙ୍କାରେ ଛିଡ଼ିଥିଲା ଦାମ୍‌, ହଠାତ୍‌ ପହଞ୍ଚିଗଲା ବନବିଭାଗ, ୨ ଜଣଙ୍କୁ ଧରି…

ନବରଙ୍ଗପୁର,୩୦ା୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଡିଏଫ୍‌ଓ ଉଦୟନ ସୁବୁଦ୍ଧିଙ୍କ ନିର୍ଦ୍ଦେଶ କ୍ରମେ ଏକ ବଜ୍ରକାପ୍ତା ଜବତ କରାଯିବା ସହ ଦୁଇଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି…

ଦାବି ବିଶ୍ୱଗୁରୁର, ହେଲେ ଦେଶରେ ଗୋଟିଏ ବି ପରୀକ୍ଷା କରାଇପାରୁନାହାନ୍ତି; CUET ବିଭ୍ରାଟକୁ ନେଇ ମୋଦିଙ୍କୁ ଘେରିଲେ ରାହୁଲ

ନୂଆଦିଲ୍ଲୀ,୩୦।୫: ଦେଶର ବିଭିନ୍ନ କେନ୍ଦ୍ରରେ କମନ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ-ୟୁଜି (CUET-UG) ୨୦୨୬ ପରୀକ୍ଷା ବିଳମ୍ୱରେ ଆରମ୍ଭ ହେବାକୁ ନେଇ ପ୍ରବଳ ହଙ୍ଗାମା ହୋଇଛି। ପରବର୍ତ୍ତୀ ସମୟରେ…

ଗ୍ରୀଷ୍ମରେ ଖାଲିପଡ଼ିଛି ଭଞ୍ଜନଗର ରକ୍ତଭଣ୍ଡାର, ରକ୍ତଦାତାମାନେ ଆଗକୁ ଆସିବା ପାଇଁ ନିବେଦନ

ଭଞ୍ଜନଗର,୩୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ରକ୍ତଭଣ୍ଡାରରେ ବର୍ଷ ତମାମ ରକ୍ତ ମହଜୁଦ ରହିଥାଏ। ଏହାର ମୁଖ୍ୟ କାରଣ ହେଲା ଅଞ୍ଚଳର ଅନେକ ସ୍ବେଚ୍ଛାସେବୀ ଅନୁଷ୍ଠାନ ଯଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri