ଆୟ ବର୍ହିଭୁତ ସମ୍ପତ୍ତି ଠୁଳ: ଭିଜିଲାନ୍ସ ଜାଲରେ ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ

ବ୍ରହ୍ମପୁର ଅଫିସ/ଗଞ୍ଜାମ,(ଡି.ଏନ.ଏ.), ୪ା୩-ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ବ୍ରହ୍ମପୁର ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ବିନୋଦ ଚନ୍ଦ୍ର ପାଢ଼ୀଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ କରାଯାଇଥିଲା। ଗଞ୍ଜାମ ଏବଂ ଭୁବନେଶ୍ୱର ସମେତ ୧୨ଟି ସ୍ଥାନରେ ଏକକାଳୀନ ଚଢାଉ କରାଯାଇଛି। ପ୍ରଥମ ଦିନ ଯାଞ୍ଚରେ ତାଙ୍କର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ୩ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ହୋଇଥିବା ପ୍ରାଥମିକ ଆକଳନରୁ ଜଣାପଡିଛି ବୋଲି ଭିଜିଲାନ୍ସ ଏସ୍‌ପି ମାୟାଧର ସ୍ବାଇଁ ସୂଚନା ଦେଇଛନ୍ତି। ଅନ୍ୟପଟେ ଯନ୍ତ୍ରୀ ପାଢ଼ୀ ବ୍ୟାଙ୍କ ଓ ବିଭିନ୍ନ ଲୋକଙ୍କଠାରୁ ଋଣ ଆଣିଥିବା ନେଇ ଭିଜିଲାନ୍ସକୁ କହିଥିବା ଏକ ବିଶେଷ ସୂତ୍ରରୁ ସୂଚନା ମିଳିଛି। ପାଢୀଙ୍କ ଗଞ୍ଜାମସ୍ଥିତ ୨ଟି ବାସଗୃହ ଓ ଗୋଟିଏ ମାର୍କେଟ କମ୍ପ୍ଲେକ୍ସ, ଗଞ୍ଜାମରେ ଥିବା ପୈତୃକ ଘର, ବ୍ରହ୍ମପୁର ଅଫିସ, ହିଲ୍‌ପାଟଣା ହରଭିନ୍‌ ସ୍କୁଲ କୋଠା ଓ ମାର୍କେଟ କମ୍ପ୍ଲେକ୍ସ, ଖଲ୍ଲିକୋଟ ଡିମିରିଆରେ ଥିବା ଫାର୍ମ ହାଉସ୍‌, ଆମ୍ବପୁଆରେ ଥିବା ଫାର୍ମ ହାଉସ୍‌, ପଙ୍କାଳପଲିରେ ଥିବା ଅର୍ଦ୍ଧନିର୍ମିତ ଗୃହ, ଜୟପ୍ରକାଶ ନଗରରେ ରହୁଥିବା ଠିକାଦାର ସଚିନ ପାଢ଼ୀ, ଗୋଷାଣୀନୂଆଗଁାରେ ରହୁଥିବା ଠିକାଦାର ସୀମାଞ୍ଚଳ ପାତ୍ର, ଗୋଦାବରୀଶ ନଗରରେ ରହୁଥିବା ପାଢ଼ୀଙ୍କ ଭଣଜା ଅଶୋକ ପଣ୍ଡା, ଭୁବନେଶ୍ୱର ଭିଆଇପି କଲୋନୀରେ ଥିବା ବାସଗୃହ ଓ ନୟାପଲ୍ଲୀରେ ଥିବା ମେଟ୍ରୋ ରେସିଡେନ୍ସି ଫ୍ଲାଟ ନଂ.୧୦୨/ଏ ରେ ଚଢାଉ କରାଯାଇଥିଲା। ଚଢ଼ାଉ ବେଳେ ତାଙ୍କ ଘରୁ ମିଳିଥିବା ୪୦୦ ଗ୍ରାମ ସୁନାର ମୂଲ୍ୟ ୧୨ ଲକ୍ଷ ଆକଳନ କରାଯାଇଥିବା ବେଳେ ବିଭିନ୍ନ ବ୍ୟାଙ୍କରେ ଜମା ଥିବା ୫୨ ଲକ୍ଷ ଟଙ୍କା ଠାବ କରାଯାଇଛି। ସେହିପରି ତାଙ୍କ ନାମରେ ଥିବା ୨୩ଟି ପ୍ଲଟର ମୂଲ୍ୟ ୭୬ ଲକ୍ଷ, ଗଞ୍ଜାମରେ ଥିବା ଦୁଇଟି ଅର୍ଦ୍ଧନିର୍ମିତ କୋଠାର ମୂଲ୍ୟ ୬୫ ଲକ୍ଷ, ବ୍ରହ୍ମପୁରରେ ଥିବା ଦୁଇଟି ଅର୍ଦ୍ଧନିର୍ମିତ କୋଠାର ମୂଲ୍ୟ ୩୫ ଲକ୍ଷ, ଭୁବନେଶ୍ୱରରେ ଥିବା ଏକ ଫ୍ଲାଟର ମୂଲ୍ୟ ୮ ଲକ୍ଷ ଓ ଅନ୍ୟ ଏକ ଫ୍ଲାଟର ମୂଲ୍ୟ ୫୨ ଲକ୍ଷ ବୋଲି ଆକଳନ ହୋଇଛି। ସେହିପରି ତାଙ୍କ ଘରେ ଥିବା ଏକ ସ୍କର୍ପିଓର ମୂଲ୍ୟ ୧୪ ଲକ୍ଷ ହୋଇଥିବା ବେଳେ ଅନ୍ୟ ଏକ କାର, ଏଲଆଇସି ବୀମା, ବ୍ୟାଙ୍କ ଲକର ଆଦି ବୁଧବାର ଯାଞ୍ଚ କରାଯିବ ବୋଲି ଏସ୍‌ପି ସ୍ବାଇଁ ସୂଚନା ଦେଇଛନ୍ତି। ଚଢାଉ ଜାରି ରହିଥିବାରୁ ଯନ୍ତ୍ରୀ ପାଢ଼ୀଙ୍କ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ମୂଲ୍ୟର ଠିକ୍‌ ତଥ୍ୟ ବୁଧବାର ଦିଆଯିବ ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ, ଅନୁଗୋଳରେ ପାଢ଼ୀ ସହକାରୀ ଯନ୍ତ୍ରୀ ଥିବା ବେଳେ ଭିଜିଲାନ୍ସ ବିଭାଗ ୧୯୯୬ ସେପ୍ଟେମ୍ବର ୩୦ରେ ତାଙ୍କ ନଁାରେ ନଂ.୫୫/୯୬ରେ ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ମାମଲା ରୁଜୁ କରିଥିଲା। ସେହିପରି ୨୦୧୧ରେ ଏହି ମାମଲାର ବିଚାର ବେଳେ ସେ ନିର୍ଦ୍ଦୋଷ ସାବ୍ୟସ୍ତ ହୋଇଥିଲେ ବୋଲି ଭିଜିଲାନ୍ସ ଏସ୍‌ପି ସ୍ବାଇଁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବସୁଧା ଯୋଜନା ଠପ୍: ୧୦ ଦିନ ହେଲା ପାଣି ଟୋପାଏ ପାଇଁ ଲୋକେ ଡକଳବିକଳ

ଥୁଆମୂଳ ରାମପୁର,୯।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସମସ୍ୟା ଗମ୍ଭୀର ରୂପ ନେଇଛି। ଗତ ୧୦ ଦିନ ଧରି ବସୁଧା…

ନବୀନ ଛକରେ ମର୍ମନ୍ତୁଦ ଦୁର୍ଘଟଣା, ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କାରେ ଚାଲିଗଲା….

ସଇଁତଳା,୯/୧୦ – (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ସଇଁତଳା ଦେଇ ଯାଇଥିବା ବଲାଙ୍ଗୀର ବୋରିଗୁମା ୨୬ନମ୍ବର ଜାତୀୟ ରାଜପଥ ନବୀନ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଦାରିଙ୍ଗବାଡ଼ିରେ ଶୀତର ଆଗମନ: ବଢ଼ୁଛି ପର୍ଯ୍ୟଟକଙ୍କ ସଂଖ୍ୟା

ଦାରିଙ୍ଗବାଡ଼ି,୯।୧୦(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନସ୍ଥଳୀ ଦାରିଙ୍ଗବାଡ଼ି ଅଞ୍ଚଳରେ ଧୀରେ ଧୀରେ ଶୀତର ଆଗମନ ଅନୁଭୂତ ହେବାରେ ଲାଗିଛି। ଗତ କିଛି ଦିନ ହେଲା ଅଞ୍ଚଳରେ ହାଲୁକା…

ସୁନ୍ଦରଗଡ଼ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ବାସଭବନରେ ଭିଜିଲାନ୍ସ ରେଡ୍‌

ସୁନ୍ଦରଗଡ,୯।୧୦(ଜୟ ନାରାୟଣ ମେଣ୍ଡୁଳି): ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ର ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରକଳ୍ପ ନିର୍ଦ୍ଦେଶକ ପ୍ରସନ୍ନ କୁମାର…

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?