ଆୟ ବହିର୍ଭୂତ୍ତ ସମ୍ପତ୍ତି ଠୁଳ ଅଭିଯୋଗ: ଆଙ୍କରୋଡ଼ା ସରପଞ୍ଚଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଦିଗପହଣ୍ଡି,୧୦।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କରୋଡ଼ା ସରପଞ୍ଚ ତଥା ବିଜେଡି ନେତା ଉଷାନ୍ତ କୁମାର ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଉଷାନ୍ତଙ୍କ ନୀଳାଦ୍ରିବିହାରରେ ଥିବା ବାସଭବନ, ଗ୍ୟାରେଜ, ନବରଙ୍ଗପୁର ଗ୍ରାମର ପୈତୃକ ଘର, ରାଜପୁର ଗ୍ରାମରେ ଥିବା ଘର, ପୁଞ୍ଜିକୟା ଛକରେ ଥିବା ଅର୍ଦ୍ଧନିର୍ମିତ ୩ ମହଲା ଘର ସମେତ ସମୁଦାୟ ୬ଟି ସ୍ଥାନରେ ବ୍ରହ୍ମପୁର ଭିଜିଲାନ୍ସ ଟିମ୍‌ ପକ୍ଷରୁ ଚଢ଼ାଉ କରାଯାଇଛି। ଉଷାନ୍ତ ୨୦୦୪ ରୁ ୨୦୦୮ ସରପଞ୍ଚ, ୨୦୦୮ ରୁ ୨୦୧୨ ସମିତି ସଭ୍ୟ ଥିବାବେଳେ ତାଙ୍କ ସ୍ତ୍ରୀ ସୁକାନ୍ତି ସାହୁ ୨୦୧୨ ରୁ ୨୦୧୭ ସରପଞ୍ଚ ଦାୟିତ୍ୱରେ ଥିଲେ। ସରପଞ୍ଚ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ବ୍ରହ୍ମପୁର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ପକ୍ଷରୁ ଜାରି କରାଯାଇଥିବା ତଲାସୀ ୱାରେଣ୍ଟ ବଳରେ ଏହି ଚଢ଼ାଉ କରାଯାଇଥିବା ଭିଜିଲାନ୍ସ ଅଧିକ୍ଷକ ମାୟାଧର ସ୍ବାଇଁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri