ଆୟ ବହିର୍ଭୂତ୍ତ ସମ୍ପତ୍ତି ଠୁଳ ଅଭିଯୋଗ: ଆଙ୍କରୋଡ଼ା ସରପଞ୍ଚଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଦିଗପହଣ୍ଡି,୧୦।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କରୋଡ଼ା ସରପଞ୍ଚ ତଥା ବିଜେଡି ନେତା ଉଷାନ୍ତ କୁମାର ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଉଷାନ୍ତଙ୍କ ନୀଳାଦ୍ରିବିହାରରେ ଥିବା ବାସଭବନ, ଗ୍ୟାରେଜ, ନବରଙ୍ଗପୁର ଗ୍ରାମର ପୈତୃକ ଘର, ରାଜପୁର ଗ୍ରାମରେ ଥିବା ଘର, ପୁଞ୍ଜିକୟା ଛକରେ ଥିବା ଅର୍ଦ୍ଧନିର୍ମିତ ୩ ମହଲା ଘର ସମେତ ସମୁଦାୟ ୬ଟି ସ୍ଥାନରେ ବ୍ରହ୍ମପୁର ଭିଜିଲାନ୍ସ ଟିମ୍‌ ପକ୍ଷରୁ ଚଢ଼ାଉ କରାଯାଇଛି। ଉଷାନ୍ତ ୨୦୦୪ ରୁ ୨୦୦୮ ସରପଞ୍ଚ, ୨୦୦୮ ରୁ ୨୦୧୨ ସମିତି ସଭ୍ୟ ଥିବାବେଳେ ତାଙ୍କ ସ୍ତ୍ରୀ ସୁକାନ୍ତି ସାହୁ ୨୦୧୨ ରୁ ୨୦୧୭ ସରପଞ୍ଚ ଦାୟିତ୍ୱରେ ଥିଲେ। ସରପଞ୍ଚ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ବ୍ରହ୍ମପୁର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ପକ୍ଷରୁ ଜାରି କରାଯାଇଥିବା ତଲାସୀ ୱାରେଣ୍ଟ ବଳରେ ଏହି ଚଢ଼ାଉ କରାଯାଇଥିବା ଭିଜିଲାନ୍ସ ଅଧିକ୍ଷକ ମାୟାଧର ସ୍ବାଇଁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ICC ODI Rankingରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ଦବ୍‌ଦବା: ଟପ୍‌-୪ରେ ୩ ଭାରତୀୟ, ଜାଣନ୍ତୁ କେଉଁ ସ୍ଥାନରେ ରୋହିତ-ବିରାଟ

ନୂଆଦିଲ୍ଲୀ,୨୩।୭: ICC ଦ୍ୱାରା ବୁଧବାର ନୂତନ ରାଙ୍କିଙ୍ଗ ଜାରି କରାଯାଇଛି। ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନମାନଙ୍କ ଦବଦବା ଜାରି ରହିଥିବାବେଳେ କ୍ୟାପଟେନ ଶୁବମନ ଗିଲ୍‌ ନମ୍ବର-୧…

ଆଉ ଦରକାର ପଡ଼ିବନି LPG ସିଲିଣ୍ଡର! ଏଣିକି ଇଥାନଲରେ ହେବ ରୋଷେଇ, ହେଲେ କିଣିବାକୁ ପଡିବ ନୂଆ ଚୁଲା

ନୂଆଦିଲ୍ଲୀ,୨୩।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ କରିବା ପରେ, କେନ୍ଦ୍ର ସରକାର ଏବେ ଏହି ଜୈବ ଇନ୍ଧନ (biofuel) ର ଅନ୍ୟ ଏକ ବଡ଼ ବ୍ୟବହାର ଆପଣଙ୍କ ରୋଷେଇ…

କେନ୍ଦ୍ର ସରକାର ବଢାଇଲେ ମହଙ୍ଗା ଭତ୍ତା: ଏହିସବୁ କର୍ମଚାରୀଙ୍କ ବଢ଼ିବ ଦରମା

ନୂଆଦିଲ୍ଲୀ,୨୩।୭: ଦେଶର ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଜୁଲାଇ ମାସରେ ହେବାକୁ ଥିବା ମହଙ୍ଗା ଭତ୍ତା (DA) ବୃଦ୍ଧିକୁ ଅପେକ୍ଷା କରିଛନ୍ତି। ସେମାନେ ମହଙ୍ଗା ଭତ୍ତାରେ ୨…

ଫୋକସରେ ପୌର -ପଞ୍ଚାୟତ ନିର୍ବାଚନ: ତାମ୍ପରାରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ, ମିଶିକି ନେଲେ ଏହି ଶପଥ

ଛତ୍ରପୁର, ୨୩।୭ (ଦିଲ୍ଲୀପ ସାମଲ/ ଦ୍ୱାରିକାପଟ୍ଟନାୟକ): ଆଗାମୀ ପୌର ଓ ପଞ୍ଚାୟତ ନିର୍ବାଚନକୁ ସାମ୍ନାରେ ରଖି ଛତ୍ରପୁର ନିର୍ବାଚନମଣ୍ଡଳୀରେ ସଂଗଠନକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ବିଜୁ…

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର: ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର, ୨୩।୭: ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଗୁରୁବାର ଏକ ଖୁସିଖବର ମିଳିଛି। ରାଜ୍ୟ ସରକାର ମହଙ୍ଗା ଭତ୍ତା ୫% ବୃଦ୍ଧି କରିଛନ୍ତି। ଫଳରେ ମହଙ୍ଗା ଭତ୍ତା ୨୫୭%ରୁ…

ପରିତ୍ୟକ୍ତ ଅବସ୍ଥାରେ ଦାରିଙ୍ଗବାଡିର ଏକମାତ୍ର ଯାତ୍ରୀ ବିଶ୍ରାମାଗାର: ଭାଙ୍ଗି ଗଲାଣି ଗେଟ୍‌

ଦାରିଙ୍ଗବାଡି,୨୨।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଚାରି ଛକରେ ରହିଥିବା ଏକ ମାତ୍ର ବିଶ୍ରାମାଗାର ଏବେ ପରିତ୍ୟକ୍ତ ଅବସ୍ଥାରେ ରହିଛି। ପୁତ୍ତିମୟ ଗନ୍ଧରେ ନାକ ଫାଟି ଯାଉଛି।…

ଜି ଉଦୟଗିରି ଆଡପମଣ୍ଡପରେ ଜଗନ୍ନାଥ- ବଳଭଦ୍ରଙ୍କ ରାମ, ବଳରାମ ବେଶ

ଜି ଉଦୟଗିରି ୨୩।୭(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ ): ବୁଧବାର ସନ୍ଧ୍ୟାରେ ଜି ଗୁଣ୍ଡିଚା ମନ୍ଦିରର ଆଡପ ମଣ୍ଡପରେ ଶ୍ରୀ ଜଗନ୍ନାଥଙ୍କୁ ଶ୍ରୀରାମ ବେଶ ଓ…

ଜୀବନ ସହ ସଂଘର୍ଷ କରୁଛନ୍ତି ପିଣ୍ଟୁ: ଚିକିତ୍ସା ପାଇଁ ସହଯୋଗର ହାତ ବଢେଇଲା ବିଜେଡି ପ୍ରତିନିଧି ଦଳ

ଗଞ୍ଜାମ, ୨୩।୭: (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତ ଅରଣ ପୁର ଗ୍ରାମର ଅଭି ତରାଇଙ୍କ ପୁଅ ପିଣ୍ଟୁ ତରାଇ ମସ୍ତିଷ୍କ ରୋଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri