ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ପ୍ରଧାନ ଶିକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ନବରଙ୍ଗପୁର,୭।୧(ବି.ପ୍ର.): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଅନ୍ତର୍ଗତ ବୋରଗାଓ ପ୍ରକଳ୍ପ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରଞ୍ଜିତ କୁମାର ପାଣିଗ୍ରାହୀଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛିି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ହୋଇଥିବା ଜଣାପଡ଼ିଛି। ପାଣିଗ୍ରାହୀଙ୍କ ରାଇଘରଠାରେ ଥିବା ୩ ବାସଭବନ, ଦୋକାନ ଗୃହ, ଗୋଦାମ ଗୃହ , ସ୍କୁଲ ଆଦି ୫ ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଚାଲିଛି। ୩୦ ଜଣ କର୍ମଚାରୀ ୫ ଟିମ୍‌ରେ ଭାଗ ହୋଇ ଚଢ଼ାଉ କରିଛନ୍ତି । ଟିମ୍‌ ହାତରେ ଲକ୍ଷ ଲକ୍ଷ ଟଙ୍କାର ସମ୍ପତ୍ତି ହସ୍ତଗତ ହୋଇଥିବା ବିଶେଷ ସୂତ୍ରରୁ ଖବର ମିଳିଛି।