ଆୟ ବହିର୍ଭୂତ ସମ୍ପତ୍ତି ଠୁଳ: ବ୍ରାହ୍ମଣୀଗାଁ ଫରେଷ୍ଟର ଗିରଫ

ବ୍ରହ୍ମପୁର ଅଫିସ,୩୦ା୧୨-ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଛନ୍ଦି ହୋଇଥିବା କନ୍ଧମାଳ ଜିଲା ଦାରିଙ୍ଗିବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଫରେଷ୍ଟର କୈଳାସ ଚନ୍ଦ୍ର ସାହୁଙ୍କୁ ରବିବାର ଭିଜିଲାନ୍ସ ପକ୍ଷରୁ ଗିରଫ କରାଯାଇଛି। କୈଳାସଙ୍କ ସ୍ତ୍ରୀ ଶ୍ରଦ୍ଧାଞ୍ଜଳିଙ୍କ ନାମରେ ପ୍ରାୟ ସମସ୍ତ ସମ୍ପତ୍ତି ଠୁଳ କରାଯାଇଥିବା ଜଣାପଡ଼ିବାରୁ ତାଙ୍କ ନାମରେ ମଧ୍ୟ ମାମଲା ରୁଜୁ କରାଯାଇଛି। ଶ୍ରଦ୍ଧାଞ୍ଜଳିଙ୍କୁ ଧରାଯାଇ ପାରନି। ପୋଲିସ ଏବେ ଏ ନେଇ ଅଧିକ ତଦନ୍ତ ଜାରି ରଖିଛି ବୋଲି ଭିଜିଲାନ୍ସ ଏସ୍‌ପି ମାୟାଧର ସ୍ବାଇଁ ସୂଚନା ଦେଇଛନ୍ତି।
ଫରେଷ୍ଟର କୈଳାସ ୮୮,୮୧, ୫୬୪ ଟଙ୍କାର ହିସାବ ଦେଇ ପାରି ନ ଥିଲେ। ଯାହାକି ତାଙ୍କ ଆୟର ଶତକଡା ୧୫୫ ଭାଗ। ତେଣୁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ମାମଲା ନଂ.୩୬/୧୯ ଅନୁସାରେ ଗିରଫ କରାଯାଇଛି। ସୋମବାର କୋର୍ଟ ଚାଲାଣ କରାଯିବ ବୋଲି ଏସ୍‌ପି ସ୍ବାଇଁ କହିଛନ୍ତି। ସୂଚନାଯୋଗ୍ୟ, ଶୁକ୍ରବାର କୈଳାସଙ୍କ ବାସଭବନ ସମେତ ୭ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରି ତାଙ୍କର ୧ କୋଟି ୧୪ ଲକ୍ଷ ୪୧୧ ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଥିବା ଆକଳନ କରିଥିଲା। ସେହିପରି ଭିଜିଲାନ୍ସ ଶନିବାର ମଧ୍ୟ ସମ୍ପତ୍ତି ଆକଳନ ଜାରି ରଖିଥିଲା। କୈଳାସଙ୍କୁ ଅଟକ ରଖାଯାଇ ତନାଘନା ଚାଲିଥିଲା। କନ୍ଧମାଳ ଜିଲାରେ ବିଭିନ୍ନ ସରକାରୀ ଜମିରେ କୈଳାସ ବେଆଇନ ଭାବେ ଅନେକ ଅଟ୍ଟାଳିକା ନିର୍ମାଣ କରିଥିବା ଭିଜିଲାନ୍ସ ଟିମ ତଦନ୍ତ ବେଳେ ଜାଣିବାକୁ ପାଇଥିଲା। କୌଳାସ ପୂର୍ବରୁ ତୁମୁଡିବନ୍ଧ, କ.ନୂଆଗାଁ ବ୍ଲକରେ ଫରେଷ୍ଟର ଥିଲେ ା ସେ ସମୟରେ ତାଙ୍କ ନାମରେ ସରକାରୀ ଅର୍ଥ ହଡ଼ପ କରିଥିବା ଅଭିଯୋଗ ହୋଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଅଶାନ୍ତ ହେଉଛି ହିଞ୍ଜିଳି, ବୁଲିଲା ଖଣ୍ଡା

ହିଞ୍ଜିଳିକାଟୁ, ୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ଦିନକୁ ଦିନ ହିଞ୍ଜିଳି ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ସହ ଗୁଣ୍ଡାଗିରି ବଢୁଛି।...

୪ କୋଟି ଟଙ୍କାର ଗଞ୍ଜେଇ ସହ ୫ ଦେଶୀ ବନ୍ଧୁକ ଜବତ

ବାଲିଗୁଡ଼ା,୨୨ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଲିଗୁଡ଼ା ଥାନା ଗଦ୍ରିଙ୍ଗିଆ ଘାଟି ନିକଟସ୍ଥ ଇର୍ପିଗୁଡ଼ା ଜଙ୍ଗଲରୁ ୪...

ବ୍ଲକ ଅଧ୍ୟକ୍ଷ ପଦବୀରୁ ଦୈତାରୀ ବେହେରାଙ୍କ ଇସ୍ତଫା

ଖଲ୍ଲିକୋଟ,୨୨ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧ୍ୟକ୍ଷ ପଦବୀରୁ ଇସ୍ତଫା ଦେଇଛନ୍ତି ବିଧାୟିକାଙ୍କ ସ୍ବାମୀ ଦୈତାରୀ ବେହେରା। ବ୍ୟକ୍ତିଗତ କାରଣରୁ ସେ ଅଧ୍ୟକ୍ଷ...

ବିଦ୍ୟୁତ୍‌ ଆଘାତରେ ବାପାଙ୍କ ଜୀବନ ଗଲା, ପୁଅ ଗୁରୁତର

ହିଞ୍ଜିଳିକାଟୁ,୨୨ା୪(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତଥା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମରେ ସୋମବାର ସକାଳେ ପରିବା ବାଡ଼ିରେ ଛିଡ଼ି ପଡ଼ିଥିବା ଏକ ଉଚ୍ଚ...

ମୁଖ୍ୟମନ୍ତ୍ରୀଙ୍କ ରେକର୍ଡ ବିଜୟ ପାଇଁ ପୂଜାର୍ଚ୍ଚନା

ହିଞ୍ଜିଳିକାଟୁ,୨୨ା୪(ଦ୍ୱିତୀକୃଷ୍ଣ ପଣ୍ଡା): ରାଜ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ୬ଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ଓ ରେକର୍ଡ ସଂଖ୍ୟକ ବ୍ୟବଧାନରେ ହିଞ୍ଜିଳି ବିଧାନସଭା ନିର୍ବାଚନମଣ୍ଡଳୀରୁ ବିଜୟୀ ପାଇଁ...

ଏପ୍ରିଲ ୩୦ରେ ନାମାଙ୍କନ ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କରିବେ ମାରାଥନ ରାଲି

ଭୁବନେଶ୍ୱର, ୨୨।୪: ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ତାଙ୍କ ନାମାଙ୍କନପତ୍ର ଦାଖଲ କରିବେ ବୋଲି ଜଣାପଡିଛି। ହିଞ୍ଜିଳି ବିଧାନସଭା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri