ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ଜେଲ୍‌ ଗଲେ ସେସୁ ଅଧିକାରୀ

କଟକ ଅଫିସ, ୪ା୭: ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିଲିଟି (ସେସୁ)ର ପାରାଦୀପ ଡିଭିଜନ ଦାୟିତ୍ୱରେ ଥିବା କନିଷ୍ଠ ପରିଚାଳକ (ଅର୍ଥ) ଧନେଶ୍ୱର ସାହୁ ଜେଲ୍‌ ଯାଇଛନ୍ତି। ଭିଜିଲାନ୍ସ ସେଲ୍‌ ପକ୍ଷରୁ ସାହୁଙ୍କୁ ବୁଧବାର ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଥିଲା। କୋର୍ଟରେ ତାଙ୍କ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଏ ନେଇ ଭିଜିଲାନ୍ସ ସେଲ୍‌ ଥାନାରେ ଏକ ମାମଲା(ନଂ.୭/୨୦୧୯) ରୁଜୁ ହୋଇଛି। ସୂଚନାଥାଉ କି, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ସେଲ୍‌ ପକ୍ଷରୁ ଗତ ମଙ୍ଗଳବାର ସାହୁଙ୍କ ପାରାଦୀପଠାରେ ଥିବା ସରକାରୀ କ୍ବାର୍ଟର, ଅଫିସ, ଭୁବନେଶ୍ୱର ଚନ୍ଦ୍ରଶେଖରପୁରଠାରେ ଥିବା ଜେରୋଧା ବ୍ରୋକିଂ ଲିମିଟେଡ୍‌ର ଅଫିସ, କଟକ ଜିଲା କିଶନନଗର ଥାନା ଅଧୀନ ବରଦା ଗ୍ରାମରେ ଥିବା ଘର ଓ ମଙ୍ଗାଦେଇପୁର ଗ୍ରାମରେ ଥିବା ସମ୍ପର୍କୀୟଙ୍କ ଘରକୁ ଭିଜିଲାନ୍ସ ଏକକାଳୀନ ଯାଞ୍ଚ କରିଥିଲା। ଯାଞ୍ଚରୁ ମୋଟ ୨ କୋଟି ୫୮ ଲକ୍ଷ ୯୬ହଜାର ୮୧୩ ଟଙ୍କାର ସ୍ଥାବର ଅସ୍ଥାବର ସମ୍ପତ୍ତି ଠାବ କରାଯାଇଥିଲା। ଠାବ ସମ୍ପତ୍ତିଗୁଡ଼ିକ ମଧ୍ୟରେ ସାହୁ ଶେୟାର ମାର୍କେଟରେ ୨ କୋଟି ୧୪ଲକ୍ଷ ୫୮ହଜାର ୬୬୦ ଟଙ୍କା ଜମା ରଖିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri