ଇଂରେଜ ଅମଳର କୂଟନୀତି ଉପରେ ଶକ୍ତ ପ୍ରହାର

ପୁରୀ ଅଫିସ, ୬ା୮: ଦୀର୍ଘବର୍ଷ ଧରି ଅନୁଚ୍ଛେଦ ୩୭୦କୁ ନେଇ ଯେଉଁ କଳ୍ପନାଜଳ୍ପନା ଲାଗି ରହିଥିଲା ସେଥିରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ଜମ୍ମୁ-କଶ୍ମୀରରୁ ଉଚ୍ଛେଦ ହୋଇଛି ଅନୁଚ୍ଛେଦ ୩୭୦। ଏହାକୁ ନେଇ ଦେଶବ୍ୟାପୀ ଖୁସିର ଲହରି ଖେଳି ଯାଇଥିବାବେଳେ ଏ ପ୍ରସଙ୍ଗରେ ମତ ରଖିଛନ୍ତି ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀ। ସୋମବାର ପୀଠ ପରିସରରେ ଗଣମାଧ୍ୟମକୁ ସୂଚନା ଦେଇ ଶଙ୍କରାଚାର୍ଯ୍ୟ କହିଛନ୍ତି, ଏହାଦ୍ୱାରା ଇଂରେଜ ଅମଳର କୂଟନୀତି ଆଇନ ଉପରେ ଶକ୍ତ ପ୍ରହାର ହୋଇଛି। ଇଂରେଜମାନଙ୍କ କୁଟନୀତି ଯୋଗୁ ପ୍ରଥମେ ଭାରତରୁ ଆଫଗାନିସ୍ତାନକୁ ଓ ପରେ ବର୍ମା ଏବଂ ଶ୍ରୀଲଙ୍କାକୁ ଅଲଗା କରାଗଲା। ଏହାପରେ ପାକିସ୍ତାନ ଗଠନ କରାଯାଇ ହିନ୍ଦୁ ଓ ମୁସଲମାନଙ୍କ ମଧ୍ୟରେ ବିଭାଜନ କରିଥିଲେ ଇଂରେଜ। ତେଣୁ ଅଖଣ୍ଡ ଭାରତ ଗଠନ ପାଇଁ ଏଭଳି ଧାରା ଉଚ୍ଛେଦର ଯଥେଷ୍ଟ ଆବଶ୍ୟକତା ଥିଲା। କୌଣସି ପାର୍ଟି ବା ଦଳକୁ ପଛରେ ରଖି ଭାରତ ପାଇଁ କାମ କରିବା ଦରକାର ବୋଲି ଆହ୍ବାନ ଦେଇଛନ୍ତି ଶଙ୍କରାଚାର୍ଯ୍ୟ।
୩୭୦ ଅନୁଚ୍ଛେଦ ଉଚ୍ଛେଦ ଉପରେ ଅଧିକ ଟିପ୍ପଣୀ ରଖି ଶଙ୍କରାଚାର୍ଯ୍ୟ କହିଛନ୍ତି, ଭାରତର ପ୍ରଥମ ପ୍ରଧାନମନ୍ତ୍ରୀଙ୍କ ଶାସନକାଳରେ ୩୭୦ ଅନୁଚ୍ଛେଦକୁ କ୍ରିୟାନି୍ବତ କରାଯାଇଥିଲା। କିନ୍ତୁ ସ୍ଥାୟୀ ଭାବେ ଏହାକୁ ଗୁରୁତ୍ୱ ଦିଆଯାଇ ନ ଥିଲା। ପରେ ରାଜନେତାମାନେ ଏହି ଧାରାକୁ ଗୁରୁତ୍ୱ ଦେଇ ଷଡ଼ଯନ୍ତ୍ର ରଚିଥିଲେ। ସର୍ଦ୍ଦାର ବଲ୍ଲଭଭାଇ ପଟେଲ ହିନ୍ଦୁତ୍ୱ, ରାଷ୍ଟ୍ର ଓ ଅଖଣ୍ଡତା ପ୍ରତି ଭରସା ରଖିଥିଲେ। ଭଗବତ କୃପାରୁ ଇଂରେଜଙ୍କ କୁଟନୀତି ଉପରେ ଆଜି ଶକ୍ତ ପ୍ରହାର ହୋଇଛି। ଏଭଳି ପଦକ୍ଷେପକୁ ଦେଶବସୀ ବହୁ ପୂର୍ବରୁ ଅପେକ୍ଷା କରିଥିଲେ। ତେବେ ସର୍ବୋତ୍କୃଷ୍ଟ ଭାରତ ଗଠନ ହେଲେ ବିଶ୍ୱ ସମୁଦାୟକୁ ବୈଦିକ ଜ୍ଞାନ କ୍ଷେତ୍ରରେ ଭାରତ ପଥ ପ୍ରଦର୍ଶକ ସାଜିବ ବୋଲି ଶଙ୍କରାଚାର୍ଯ୍ୟ ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ଲଜ୍ଜା: ମନ୍ଦିର ନିକଟରେ ନାବାଳିକାଙ୍କୁ ଗଣବଳାତ୍କାର; ପୋଲିସ କର୍ମଚାରୀ ସାଜି ଆସିଥିଲେ ଅଭିଯୁକ୍ତ

ନୂଆଦିଲ୍ଲୀ,୨୨।୯: ଦିଲ୍ଲୀର କାଲକାଜୀ ମନ୍ଦିର ନିକଟରେ ଜଣେ ୧୭ ବର୍ଷୀୟା ଯୁବତୀଙ୍କ ସହ ଗଣ-ବଳାତ୍କାରର ଏକ ଜଘନ୍ୟ ଘଟଣା ଘଟିଛି। ଏହି ଘଟଣାରେ ସମ୍ପୃକ୍ତ ତିନିଜଣ ଅଭିଯୁକ୍ତଙ୍କ…

ଫୁଟ୍‌ପାଥରୁ ବି ବିଦା

ଭାରତୀୟ ଅର୍ଥନୀତି ୮ ନଭେମ୍ବର ୨୦୧୬ରେ ବିମୁଦ୍ରୀକରଣ ପରେ ଏପରି ତଳକୁ ଖସିଯାଇଛି ଯେ, ତାହା ଆଜିଯାଏ ସଳଖି ଠିଆ ହୋଇପାରୁନାହିଁ। ସେତେବେଳେ ସୂକ୍ଷ୍ମ, କ୍ଷୁଦ୍ର ଓ…

ବାତିଲ ହେବ ଭାରତ-ଜାପାନ T20 ମ୍ୟାଚ? ପାଣିପାଗକୁ ନେଇ ବଢିଲା ଚିନ୍ତା

ନୂଆଦିଲ୍ଲୀ,୨୨।୯: ଭାରତ ଏବଂ ଜାପାନ ମଧ୍ୟରେ ଏକମାତ୍ର ଟି-୨୦ ମ୍ୟାଚ ମଙ୍ଗଳବାର (ସେପ୍ଟେମ୍ବର ୨୨) ଦିନ ଜାପାନର ସାନୋ ସ୍ଥିତ ସାନୋ ଇଣ୍ଟରନେସନାଲ କ୍ରିକେଟ ଗ୍ରାଉଣ୍ଡରେ ଖେଳାଯିବାର…

ଓଡ଼ିଶାରେ SIR ପରେ ୨୦.୫୭ ଲକ୍ଷ ଭୋଟରଙ୍କ ନାଁ ବାଦ୍‌, ପ୍ରକାଶ ପାଇଲା ଚୂଡ଼ାନ୍ତ ତାଲିକା

ଭୁବନେଶ୍ୱର,୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶାରେ ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟା ଶେଷ ହେବା ପରେ ଭୋଟର ତାଲିକାରୁ ମୋଟ ୨୦ ଲକ୍ଷ ୫୭ ହଜାର ୩୩୪ ଭୋଟରଙ୍କ…

ବୈଜ୍ଞାନିକଙ୍କ ବଡ଼ ଆବିଷ୍କାର, ଦୁଇ ସ୍ୱାଧୀନ ଅଙ୍ଗ ଭାବେ ବିକଶିତ ହୋଇଛି ମଣିଷର ମସ୍ତିଷ୍କ!

ନୂଆଦିଲ୍ଲୀ,୨୨।୯(ପି.ଟି.): ମନୁଷ୍ୟ ମସ୍ତିଷ୍କକୁ ସାଧାରଣତଃ ଏକ ଏକକ ଅଙ୍ଗ ବୋଲି ବିବେଚନା କରାଯାଉଥିବା ବେଳେ ଏହା ଲକ୍ଷ ଲକ୍ଷ ବର୍ଷ ମଧ୍ୟରେ ଦୁଇଟି ସ୍ବାଧୀନ ଅଙ୍ଗ ଭାବରେ…

Asian Games 2026: ପାକିସ୍ତାନକୁ ଦୁଇଥର ହରାଇବା ସହ ବାଂଲାଦେଶକୁ ଶୋଚନୀୟ ଭାବେ ପରାସ୍ତ କରି ୪ ପଦକ ଜିତିଲା ଭାରତ

କାକାମିଗାହାରା,୨୨।୯: ୨୦୨୬ ଏସୀୟ କ୍ରୀଡ଼ାର ତୃତୀୟ ଦିନ, ଅର୍ଥାତ ସୋମବାର (ସେପ୍ଟେମ୍ବର ୨୧), ଭାରତୀୟ ଦଳ ପାଇଁ ଅତ୍ୟନ୍ତ ସଫଳ ରହିଥିଲା ଏବଂ ଦଳ ମୋଟ ଚାରୋଟି…

ପାଠ୍ୟ ପୁସ୍ତକରେ ତ୍ରୁଟି ପ୍ରସଙ୍ଗ; ଭୁବନେଶ୍ବର ଆସି ବଡ଼ ଘୋଷଣା କଲା CJP, ଓଡ଼ିଶା ସରକାରଙ୍କୁ….

ଭୁବନେଶ୍ୱର,୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶାର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ନୂଆ ପାଠ୍ୟପୁସ୍ତକରେ ଯେଉଁ ତ୍ରୁଟି କରାଯାଇଛି ତାହାର ଜବାବ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏବଂ ଶିକ୍ଷା…

ମମତାଙ୍କ ଟିଏମ୍‌ସିର ନୂଆ ଲୋଗୋ ଉନ୍ମୋଚିତ

କୋଲକାତା, ୨୨।୯: ନିର୍ବାଚନ ଆୟୋଗଙ୍କ ଦ୍ୱାରା ପୁରୁଣା ନାମ ଏବଂ ଘାସ-ଫୁଲ ପ୍ରତୀକ ଜବତ ହେବା ପରେ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀ ଏହାର ନୂତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?