Posted inଖେଳ

ଇଂଲଣ୍ଡକୁ ହରାଇଲା ଦକ୍ଷିଣ ଆଫ୍ରିକା

ସେଞ୍ଚୁରିଅନ୍‌, ୩୦ା୧୨ (ଏଏଫ୍‌ପି)-ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ସିରିଜରେ ଦକ୍ଷିଣ ଆଫ୍ରିକା ଏହାର ପ୍ରଥମ ଟେଷ୍ଟ ବିଜୟ ହାସଲ କରିଛି। ରବିବାର ସ୍ଥାନୀୟ ସୁପର ସ୍ପୋଟର୍‌ସ ପାର୍କଠାରେ ଦଳ ୧୦୭ ରନରେ ଇଂଲଣ୍ଡକୁ ପରାସ୍ତ କରିଛି। ୪ ଦିନରେ ଶେଷ ହୋଇଥିବା ଏହି ମ୍ୟାଚରେ ଇଂଲଣ୍ଡ ବିଜୟ ପାଇଁ ୩୭୬ ରନ ଆବଶ୍ୟକ କରୁଥିଲା। କିଛି ଭଲ ବ୍ୟାଟିଂ ସତ୍ତ୍ୱେ ଦଳ ଏହାର ଦ୍ୱିତୀୟ ଇନିଂସରେ ୨୬୮ରନ କରି ଅଲଆଉଟ ହୋଇଯାଇଥିଲା। ଏହି ରୋମାଞ୍ଚକ ମ୍ୟାଚରେ ଦ୍ୱିତୀୟ ନୂଆ ବଲ୍‌ ଆସିବା ପୂର୍ବରୁ ବେନ୍‌ ଷ୍ଟୋକ୍ସ ଏବଂ ଅଧିନାୟକ ଜୋ ରୁଟ୍‌ ଦ୍ରୁତ ରନ ସଂଗ୍ରହ କରି ଦଳର ସ୍କୋରକୁ ଆଗେଇ ନେବାକୁ ଚେଷ୍ଟା କରୁଥିବାବେଳେ ବାମହାତୀ ସ୍ପିନର କେଶବ ମହାରାଜ ଅନ୍ତରାୟ ସୃଷ୍ଟି କରିଥିଲେ। ସେ ଷ୍ଟୋକ୍ସଙ୍କୁ ବୋଲ୍ଡ କରିଦେଇଥିଲେ। ନୂଆ ବଲ୍‌ ଆସିବାପରେ ତାହାର ପ୍ରଭାବ ଦେଖିବାକୁ ମିଳିଥିଲା। କାଗିସୋ ରାବାଡା ଗଲି ଅଞ୍ଚଳରେ ଜନି ବେୟାରଷ୍ଟୋଙ୍କୁ ଆଉଟ୍‌ କରିଦେଇଥିଲେ। ପରେ ଏନ୍‌ରିଚ୍‌ ନୋର୍ଜେ ଗରୁତ୍ୱପୂର୍ଣ୍ଣ ରୁଟ୍‌ଙ୍କ ଉଇକେଟ ଅକ୍ତିଆର କରିଥିଲେ। କଟ୍‌ ବିହାଇଣ୍ଡ ହୋଇଥିବା ରୁଟ୍‌ ଲଢୁଆ ୪୮ରନ କରିଥିଲେ। ନୋର୍ଜେ ନୂଆବଲ୍‌ରେ ବୋଲିଂବେଳେ ତାଙ୍କ ପ୍ରଥମ ଓଭରର ଦ୍ୱିତୀୟ ବଲ୍‌ରେ ଦ୍ୱିତୀୟ ଥର ବ୍ୟାଟ୍ସମ୍ୟାନଙ୍କୁ ଆଉଟ କରିବାରେ ସଫଳ ରହିଥିଲେ। ରବିବାର ୪ର୍ଥ ଦିବସ ଖେଳରେ ସେ ଟପ୍‌ ସ୍କୋରର ରୋରି ବର୍ନ (୮୪ରନ)ଙ୍କୁ ଆଉଟ କରି ପ୍ରଥମ ବ୍ରେକ୍‌ଥ୍ରୁ ଆଣିଦେଇଥିଲେ। ଅବଶିଷ୍ଟ ଉଇକେଟଗୁଡ଼ିକର ଶୀଘ୍ର ପତନ ଘଟିଥିଲା। ଦକ୍ଷିଣ ଆଫ୍ରିକା ତରଫରୁ ସବୁଠାରୁ ସଫଳ ବୋଲର ରହିଥିଲେ ରାବାଡା ସେ ୧୦୩ ରନ ବିନିମୟରେ ୪ ଉଇକେଟ ଅକ୍ତିଆର କରିଥିଲେ। ସାଥୀ ଫାଷ୍ଟ ବୋଲର ଏନରିଚ୍‌ ନୋର୍ଜେ ୫୬ ରନ ଦେଇ ୩ ଉଇକେଟ ହାସଲ କରିଥିଲେ। ଇଂଲଣ୍ଡ ପୂର୍ବଦିନର ଅସମାପ୍ତ ଦ୍ୱିତୀୟ ଇନିଂସ ସ୍କୋର ୧୨୧/୧ରୁ ଖେଳ ଆରମ୍ଭ କରିଥିଲା।
ସଂକ୍ଷିପ୍ତ ସ୍କୋର:
ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସ: ୨୮୪।
ଇଂଲଣ୍ଡ ପ୍ରଥମ ଇନିଂସ: ୧୮୧।
ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଇନିଂସ:୨୭୨।
ଇଂଲଣ୍ଡ ଦ୍ୱିତୀୟ ଇନିଂସ: ୨୬୮(ବନର୍‌ସ- ୮୪, ରୁଟ୍‌-୪୮, ଜୋ ଡେନ୍‌ଲି-୩୧; ରାବାଡା-୪/୧୦୩, ନୋର୍ଜେ-୩/୫୬, ମହରାଜ- ୨/୩୭)।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri