Posted inଖେଳ

ଇଂଲଣ୍ଡର ନ୍ୟୁଜିଲାଣ୍ଡ ଗସ୍ତ: ଅଭ୍ୟାସ ମ୍ୟାଚ୍‌ ଡ୍ର

ଓ୍ବେଲିଂଟନ,୧୭।୧୧(ଏଏଫ୍‌ପି): ସ୍ଥାନୀୟ ଓ୍ବ୍‌ାଙ୍ଗାରେଇ କୋଭାମ ଓଭାଲ (ନ୍ୟୁ) ଗ୍ରାଉଣ୍ଡରେ ନ୍ୟୁଜିଲାଣ୍ଡ ଏ’ ଓ ଭ୍ରମଣକାରୀ ଇଂଲଣ୍ଡ ଦଳ ମଧ୍ୟରେ ଖେଳାଯାଇଥିବା ୩ ଦିନିଆ ଅଭ୍ୟାସ ମ୍ୟାଚ ରବିବାର ଅମୀମାଂସୀତ ଭାବେ ଶେଷ ହୋଇଛି। ଉଭୟ ବୋଲିଂ ଓ ବ୍ୟାଟିଂରେ ଇଂଲଣ୍ଡ ଦଳ ଭଲ ଅଭ୍ୟାସ କରିବାର ସୁଯୋଗ ହାସଲ କରିଛି। ଟସ୍‌ ଜିତି ନ୍ୟୁଜିଲାଣ୍ଡ ଏ’ ବ୍ୟାଟିଂ କରି ପ୍ରଥମ ଇନିଂସରେ ୮୪ ଓଭରରେ ୬ ଉଇକେଟ ହରାଇ ୩୦୨ ରନ ସଂଗ୍ରହ କରି ଇନିଂସ ଘୋଷଣା କରିଥିଲା। ଦଳ ତରଫରୁ ଗ୍ଲେନ୍‌ ଫିଲିପ୍ସ ୧୧୬ ରନର ଶତକୀୟ ପାଳି ଖେଳିଥିବା ବେଳେ ଓପନର ହାମିଶ ରଦରଫୋର୍ଡ ୫୯, ଉଇକେଟକିପର ବ୍ୟାଟ୍ସମ୍ୟାନ ଟମ୍‌ ବ୍ଲୁଣ୍ଡେଲ ୬୦ ରନର ଅର୍ଦ୍ଧଶତକୀୟ ପାଳି ଖେଳିଥିଲେ। ବୋଲିଂରେ ଇଂଲଣ୍ଡ ତରଫରୁ ଜୋଫ୍ରା ଆର୍ଚର ଓ ବେନ୍‌ ଷ୍ଟୋକ୍ସ ୨ଟି ଲେଖାଏ, ଷ୍ଟୁଆର୍ଟ ବ୍ରଡ ଓ ଜ୍ୟାକ ଲିଚ୍‌ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ଜବାବରେ ଇଂଲଣ୍ଡ ପ୍ରଥମ ଇନିଂସ ଆରମ୍ଭ କରି ୧୧୭. ୫ ଓଭରରେ ୪୦୫ ରନ କରି ଅଲଆଉଟ ହେବା ସହ ୧୦୩ ରନର ଅଗ୍ରଣୀ ହାସଲ କରିଥିଲା। ଦଳ ତରଫରୁ ଉଇକେଟକିପର ବ୍ୟାଟ୍ସମ୍ୟାନ ଜୋଶ ବଟ୍‌ଲର ସର୍ବାଧିକ ୧୧୦ ରନର ଶତକୀୟ ପାଳି ଖେଳିଥିଲେ। ସହିପରି ଓଲି ପୋପ ୮୮, ଜୋ ଡେନଲୀ ୬୮ରନ ଅର୍ଦ୍ଧଶତକୀଳ ପାଳି ଖେଳିଥିଲେ। ବୋଲିଂରେ ନ୍ୟୁଜିଲାଣ୍ଡ ଏ’ ତରଫରୁ ସ୍କଟ କୁଗଲେଜିନ ୩, ଡାରିଲ ମିଚେଲ ଓ ବ୍ଲେୟାର ଟିକ୍‌ନର ୨ଟି ଲେଖାଏ ଉଇକେଟ ହାସଲ କରିଥିଲେ।
ଏହାପରେ ଦ୍ୱିତୀୟ ଇନିଂସ ଆରମ୍ଭ କରି ନ୍ୟୁଜିଲାଣ୍ଡ ଏ’ ତୃତୀୟ ତଥା ଅନ୍ତିମ ଦିବସ ଶେଷ ସୁଦ୍ଧା ୬୮ ଓଭରରେ ୮ ଉଇକେଟ ହରାଇ ୧୬୯ ରନ ସଂଗ୍ରହ କରିଥିଲା। ଦଳ ତରଫରୁ କୌଣସି ଖେଳାଳି ଅର୍ଦ୍ଧଶତକ ହସଲ କରିପାରି ନ ଥିଲେ। ତେବେ ବୋଲିଂରେ ଇଂଲଣ୍ଡ ତରଫରୁ ଆର୍ଚର ଓ ସାମ କୁରାନ ୩ଟି ଲେଖାଏ, ବ୍ରଡ ଓ ଷ୍ଟୋକ୍ସ ଗୋଟିଏ ଲେଖାଏ ଉଇକେଟ ହାସଲ କରିଥିଲେ। ଗୁରୁବାରଠାରୁ ଟାଉରାଙ୍ଗଠାରୁ ପ୍ରଥମ ଟେଷ୍ଟ ମ୍ୟାଚ୍‌ ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri