Posted inଖେଳ

ଇଂଲଣ୍ଡ ଆସେସ୍‌ ଦଳରେ ଆର୍ଚର

ଲଣ୍ଡନ,୨୭।୭- ଆସନ୍ତା ସପ୍ତାହରେ ଏଜବାଷ୍ଟନ୍‌ଠାରେ ଖେଳାଯିବାକୁ ଥିବା ଅଷ୍ଟ୍ରେଲିଆ ବିପକ୍ଷ ଆସେସ୍‌ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଲାଗି ଶନିବାର ଇଂଲଣ୍ଡ ଦଳ ଘୋଷଣା ହୋଇଛି। ଏହି ଦଳରେ ସ୍ଥାନ ପାଇଛନ୍ତି ପେସର ଜୋଫ୍ରା ଆର୍ଚର। ସେ ଦଳ ପାଇଁ ବିଶ୍ୱକପ୍‌ ଫାଇନାଲରେ ସୁପର ଓଭର ଚମତ୍କାର ବୋଲିଂ କରି ୧୬ ରନ୍‌ର ଟାର୍ଗେଟକୁ ଡିଫେଣ୍ଡ କରିଥିଲେ। ଏପର୍ଯ୍ୟନ୍ତ ସେ କ୍ରିକେଟର ଲମ୍ବା ଫର୍ମାଟରେ ପଦାର୍ପଣ କରିନାହାନ୍ତି। ବେନ୍‌ ଷ୍ଟୋକ୍ସ ଓ ଜସ୍‌ ବଟଲର ଦଳକୁ ଫେରିଛନ୍ତି। ଉଭୟଙ୍କୁ ଆୟର୍ଲାଣ୍ଡ ବିପକ୍ଷ ଏକମାତ୍ର ଟେଷ୍ଟ ସିରିଜରେ ବିଶ୍ରାମ ଦିଆଯାଇଥିଲା। ଷ୍ଟୋକ୍ସଙ୍କୁ ପୁଣି ଥରେ ଉପ ଅଧିନାୟକ ଦାୟିତ୍ୱ ଦିଆଯାଇଛି। ମ୍ୟାଚ୍‌ରେ ଭଲ ପ୍ରଦର୍ଶନ କରିଥିବା ଲୁଇସ ଗ୍ରେଗୋରି ଓ ଜ୍ୟାକ ଲିଚ୍‌ ଦଳରେ ସ୍ଥାନ ପାଇନାହାନ୍ତି। ଅନ୍ୟପକ୍ଷରେ ଆର୍ଚର ବର୍ମିଂହାମଠାରେ ଟେଷ୍ଟ ପଦାର୍ପଣ କରିବା ନେଇ ଅନିଶ୍ଚିତତା ଜାରି ରହିଛି। ସେ ଏବେ ମାଂସପେଶୀ ଜନିତ ସମସ୍ୟା ଦେଇ ଗତି କରୁଛନ୍ତି। ତାଙ୍କ ବ୍ୟତୀତ ଜେମ୍ସ ଆଣ୍ଡରସନ ଆହତ ସମସ୍ୟା ସତ୍ତ୍ୱେ ଦଳରେ ସ୍ଥାନ ପାଇଛନ୍ତି। ଅନ୍ୟ ବୋଲରଙ୍କ ମଧ୍ୟରେ ଷ୍ଟୁଆର୍ଟ ବ୍ରଡ୍‌, ଓଲି ଷ୍ଟୋନ ଓ ସାମ କୁରାନ ରହିଛନ୍ତି। ମୋଏନ ଅଲି ଏକମାତ୍ର ସ୍ପିନର ଭାବେ ଦଳରେ ମନୋନୀତ ହୋଇଛନ୍ତି। ଗତ ଆୟର୍ଲାଣ୍ଡ ବିପକ୍ଷ ମ୍ୟାଚ୍‌ରେ ଦଳ ୮୫ ରନ୍‌ରେ ଅଲ୍‌ଆଉଟ୍‌ ହୋଇଯିବା ସତ୍ତ୍ୱେ ଦଳର ବ୍ୟାଟିଂ ଲାଇନ୍‌ ଅଫ୍‌ରେ କୌଣସି ବଡ଼ ପରିବର୍ତ୍ତନର ଆବଶ୍ୟକତା ନାହିଁ ବୋଲି ମୁଖ୍ୟ ଚୟନକର୍ତ୍ତା ଇଡି ସ୍ମିଥ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri