Posted inଖେଳ

ଇଂଲଣ୍ଡ କୋଚିଂ ଷ୍ଟାଫ୍‌ରେ ଟ୍ରେସ୍କୋଥିକ

ଲଣ୍ଡନ, ୨୪।୭ (ପି.ଟି.): ଅଗଷ୍ଟ ୧ରୁ ଆରମ୍ଭ ହେବାକୁ ଥିବା ଐତିହାସିକ ଆଶେସ ସିରିଜ ଲାଗି ପୂର୍ବତନ ଓପନିଂ ବ୍ୟାଟ୍ସମ୍ୟାନ ମାର୍କସ ଟ୍ରେସ୍କୋଥିକଙ୍କୁ ଇଂଲଣ୍ଡ ଦଳର କୋଚିଂ ଷ୍ଟାଫ୍‌ ଟିମ୍‌ରେ ସାମିଲ କରାଯାଇଛି। ୪୩ ବର୍ଷୀୟ ଏହି ଭେଟେରାନ ବାମହାତୀ ବ୍ୟାଟ୍ସମ୍ୟାନ ସିରିଜର ପ୍ରଥମ ୨ ମ୍ୟାଚ୍‌ରେ ଇଂଲଣ୍ଡ ଦଳର ଟ୍ରେନିଂ ସେସନ ଉପରେ ଧ୍ୟାନ ଦେବେ ବୋଲି ମିଡିଆ ରିପୋର୍ଟରୁ ଜଣାପଡ଼ିଛି। ଦଳର ମୁଖ୍ୟ ବ୍ୟାଟିଂ କୋଚ୍‌ ଗ୍ରାହମ ଥୋର୍‌ପେଙ୍କୁ ସେ ସହାୟତା କରିବେ। ଅଗଷ୍ଟ ୧ରୁ ଏଜ୍‌ବାଷ୍ଟନରେ ଏବଂ ଅଗଷ୍ଟ ୧୪ରୁ ଐତିହାସିକ ଲର୍ଡସ ଗ୍ରାଉଣ୍ଡରେ ଯଥାକ୍ରମେ ପ୍ରଥମ ୨ ମ୍ୟାଚ୍‌ ଖେଳାଯିବାର କାର୍ଯ୍ୟସୂଚୀ ରହିଛି। ଇଂଲଣ୍ଡ ପକ୍ଷରୁ ୭୬ ଟେଷ୍ଟରେ ପ୍ରତିନିଧିତ୍ୱ କରିଥିବା ଏହି ଓପନିଂ ବ୍ୟାଟ୍ସମ୍ୟାନ ୨୦୦୫ ଆଶେସ ସିରିଜରେ କେଭିନ ପିଟରଶନଙ୍କ ପଛକୁ ଦ୍ୱିତୀୟ ସର୍ବାଧିକ ରନ୍‌ ସଂଗ୍ରହକାରୀ ବ୍ୟାଟ୍ସମ୍ୟାନ ହେବାର କୃତିତ୍ୱ ଲାଭ କରିଥିଲେ। ସେହିବର୍ଷ ତାଙ୍କୁ ଓ୍ବିଜଡେନ କ୍ରିକେଟର୍‌ ଅଫ୍‌ ଦି ଇୟର ପୁରସ୍କାର ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri