Posted inଖେଳ

ଇଂଲଣ୍ଡ କ୍ରିକେଟରଙ୍କ ହେବ ଦ୍ୱିତୀୟ ପର୍ଯ୍ୟାୟ କୋଭିଡ୍‌ ଟେଷ୍ଟ

ସାଉଥାମ୍ପଟନ, ୨୪ା୬ (ପି.ଟି.)-ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ସିରିଜ ପାଇଁ ଏଜାସ୍‌ ବାଓଲର ଜୈବ ସୁରକ୍ଷିତ ପରିବେଶରେ ପୂରାମାତ୍ରାରେ ଟ୍ରେନିଂ ପୂର୍ବରୁ ଇଂଲଣ୍ଡ କ୍ରିକେଟରମାନଙ୍କ ଦ୍ୱିତୀୟ ପର୍ଯ୍ୟାୟ କୋଭିଡ୍‌-୧୯ ଟେଷ୍ଟ ହେବ। ୧୦ ଦିନ ପୂର୍ବରୁ ପ୍ରଥମ ରାଉଣ୍ଡରେ ଏହି ସମସ୍ତ ୩୦ କ୍ରିକେଟରଙ୍କ ଫଳାଫଳ ନେଗେଟିଭ ଆସିଥିଲା। ଗଣମାଧ୍ୟମରେ ପ୍ରକାଶିତ ଏକ ରିପୋର୍ଟ ଅନୁସାରେ ଖେଳାଳିମାନଙ୍କ ବ୍ୟତୀତ ୧୫ ସହାୟକ କର୍ମଚାରୀଙ୍କର ମଧ୍ୟ ଏହି ଟେଷ୍ଟ ହେବ। ଖେଳାଳିମାନେ ବର୍ତ୍ତମାନ ଷ୍ଟାଡିୟମ ସହିତ ସଂଯୁକ୍ତ ହିଲ୍‌ଟନ ହୋଟେଲରେ ଅବସ୍ଥାନ କରୁଛନ୍ତି। ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଜୁଲାଇ ୮ରୁ ଆରମ୍ଭ ହେବ। କିନ୍ତୁ ଏହାପୂର୍ବରୁ ସମ୍ଭାବ୍ୟ ଖେଳାଳି ସଂଖ୍ୟା ୩୦ରୁ ୨୦କୁ ହ୍ରାସ କରାଯିବ। ମ୍ୟାଚ ଖେଳାଯିବାକୁ ଥିବା ଭେନ୍ୟୁରେ ଏହି ୨୦ ଖେଳାଳି ଦୁଇଟି ଦଳରେ ବିଭକ୍ତ ହୋଇ ଓ୍ବାର୍ମଅପ୍‌ ଗେମ୍‌ ଖେଳିବେ। ତିନି ଦିନିଆ ଅଭ୍ୟାସ ଗେମ୍‌ ଜୁଲାଇ ୩ରେ ଶେଷ ହେବ। ଗୁରୁବାରଠାରୁ ପ୍ରଥମ ରୁଦ୍ଧଦ୍ୱାର ଟ୍ରେନିଂ ସେସନ ଆରମ୍ଭ ହେବ। ଖେଳାଳିମାନଙ୍କର ଦୈନିକ ଥର୍ମାଲ ସ୍କ୍ରିନିଂ ବ୍ୟତୀତ ସପ୍ତାହକୁ ଦୁଇଥର ଟେଷ୍ଟ କରାଯିବ। ଏଜାସ୍‌ ବାଓଲକୁ ଦୁଇଟି ଜୋନ୍‌ରେ ବିଭକ୍ତ କରାଯାଇଛି। କେବଳ ଖେଳାଳି ଓ ମୁଖ୍ୟ ସହାୟକ କର୍ମଚାରୀଙ୍କୁ ନିର୍ଦ୍ଦିଷ୍ଟ ଅଞ୍ଚଳକୁ ଯିବା ଲାଗି ଅନୁମତି ମିଳିବ। ଦୁଇ ଦଳ ମଧ୍ୟରେ କ୍ୟାରିବିୟାନରେ ଅନୁଷ୍ଠିତ ଗତ ସିରିଜରେ ଆୟୋଜକ ଓ୍ବେଷ୍ଟଇଣ୍ଡିଜ ବିଜୟ ଲାଭ କରିଥିଲା। କୋଭିଡ୍‌-୧୯ ମହାମାରୀ ଯୋଗୁ ବିଶ୍ୱ କ୍ରୀଡ଼ା ସ୍ଥାଣୁ ପାଲଟିଯିବା ପରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ କ୍ରିକେଟ ସିରିଜ ଅନୁଷ୍ଠିତ ହେବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତ ପାଇଁ ଖେଳିବା ପୂର୍ବରୁ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଆଗକୁ…

ନୂଆଦିଲ୍ଲୀ,୮।୬: ମାତ୍ର ୧୫ ବର୍ଷ ବୟସରେ ବିଶ୍ୱର ସବୁଠାରୁ ଚର୍ଚ୍ଚିତ କ୍ରିକେଟର ପାଲଟିଛନ୍ତି ବୈଭବ ସୂର୍ଯ୍ୟବଂଶୀ। IPLରେ ଚହଳ ସୃଷ୍ଟି କରିବା ଠାରୁ ଆରମ୍ଭ କରି ଟିମ…

ଇତିହାସ ରଚିଲା ଟିମ୍‌ ଇଣ୍ଡିଆ: ଟେଷ୍ଟ କ୍ରିକେଟ ଇତିହାସରେ…

ଚଣ୍ଡିଗଡ଼,୮।୬: ଏକମାତ୍ର ଟେଷ୍ଟରେ ଟିମ ଇଣ୍ଡିଆ ଆଫଗାନିସ୍ତାନକୁ ଏକ ଇନିଂସ ଏବଂ ୩୦୦ ରନରେ ପରାସ୍ତ କରିଛି। ଏହା ଟେଷ୍ଟ କ୍ରିକେଟ ଇତିହାସରେ ଟିମ ଇଣ୍ଡିଆର ସବୁଠାରୁ…

ପରମ୍ପରା କାହିଁକି ଭାଙ୍ଗିଲେ ଜୟ ଶାହା? ସେ ଜଣେ ପାକିସ୍ତାନୀ ଖେଳାଳିଙ୍କ ସହ ସର୍ବସାଧାରଣରେ ହାତ ମିଳାଇଲେ

ନୂଆଦିଲ୍ଲୀ,୮।୬: ଭାରତ ଏବଂ ପାକିସ୍ତାନ ମଧ୍ୟରେ ସମ୍ପର୍କ ଏତେ ଖରାପ ହୋଇଯାଇଛି ଯେ ଉଭୟ ଦେଶର ଖେଳାଳିମାନେ କ୍ରିକେଟ ପଡ଼ିଆରେ ହାତ ମିଳାନ୍ତି ନାହିଁ। ପାକିସ୍ତାନ ଲଗାତାର…

ଖାଲି କ୍ରିକେଟ ଖେଳିବାକୁ ଆସିନି, ୧୦-୨୦ ବର୍ଷ ଯାଏ ଡୋମିନେଟ୍‌ କରିବାକୁ ଚାହୁଁଛି: ବୈଭବଙ୍କ…

ନୂଆଦିଲ୍ଲୀ,୭।୬: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଦ୍ୱାରା ସାରା ବିଶ୍ୱକୁ ଚକିତ କରିଥିବା ୧୫ ବର୍ଷର ଯୁବ କ୍ରିକେଟରବୈଭବ ସୂର୍ଯ୍ୟବଂଶୀଙ୍କୁ ଶନିବାର ଦିନ ଏକ ବଡ଼…

ଟିମ ଇଣ୍ଡିଆରେ ଏଣ୍ଟ୍ରି ପରେ ବିଜ୍ଞାପନ ବଜାରରେ ଛାଇଗଲେ ସୂର୍ଯ୍ୟବଂଶୀ; କିନ୍ତୁ ବିରାଟ-ରୋହିତଙ୍କ ଭଳି କରିପାରିବେନି ସବୁ ବ୍ରାଣ୍ଡର ପ୍ରଚାର, ଜାଣନ୍ତୁ କାହିଁକ?

ନୂଆଦିଲ୍ଲୀ,୭।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ସହିତ ଏସିଆନ ଗେମ୍ସ ପାଇଁ ମଧ୍ୟ ନିଜର ଟି-୨୦ ଦଳ ଘୋଷଣା କରିସାରିଛି।…

‘ସ୍ବପ୍ନ ପୂରଣ ହେଲା..’, ବିରାଟ କୋହଲିଙ୍କୁ ନେଇ ଏମିତି କଥା କହିଲେ ବୈଭବ ସୂର୍ଯ୍ୟବଂଶୀ, ଏବେ ହେଉଛି ଖୁବ ଚର୍ଚ୍ଚା

ନୂଆଦିଲ୍ଲୀ,୭।୬: ଯଦିଓ RCB GTକୁ ପରାସ୍ତ କରି IPL 2026 ଟାଇଟଲ ଜିତିଥିଲା, କିନ୍ତୁ 19ତମ ସିଜିନ ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଦର୍ଶନ ପାଇଁ ମନେ ରହିବ। ବୈଭବ…

ଅଧିନାୟକ ପଦ ଯିବା ପରେ ସନ୍ୟାସ ନେଲେ ସୂର୍ଯ୍ୟକୁମାର? ସୋସିଆଲ ମିଡିଆରେ ପୋଷ୍ଟ ଭାଇରାଲ

ନୂଆଦିଲ୍ଲୀ,୭।୬: ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ଟିମ ଇଣ୍ଡିଆର ଇଂଲଣ୍ଡ ଏବଂ ଆୟର୍ଲାଣ୍ଡ ଗସ୍ତ ପାଇଁ ଚୟନ କରାଯାଇ ନଥିଲା। ତାଙ୍କ ସ୍ଥାନରେ ଶ୍ରେୟସ…

ଶ୍ରେୟସ ଆୟର ଟିମ ଇଣ୍ଡିଆର ଅଧିନାୟକ ହେବା ପରେ ମୁହଁ ଖୋଲିଲେ ସୂର୍ଯ୍ୟକୁମାର, କହିଦେଲେ ଏମିତି କଥା…

ନୂଆଦିଲ୍‌ଲୀ,୭।୬: ଆଇପିଏଲ ପରେ ଭାରତୀୟ ଟି-୨୦ ଦଳରେ କିଛି ଚମକାଇ ଦେବା ଭଳି ପରିବର୍ତ୍ତନ ଦେଖିବାକୁ ମିଳିଛି। ସୂର୍ଯ୍ୟକୁମାର ଯାଦବ ଏବେ ଆଉ ଟିମ ଇଣ୍ଡିଆର ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri