Posted inଖେଳ

ଇଂଲଣ୍ଡ ଗସ୍ତରେ ଯିବାକୁ ଖେଳାଳିଙ୍କୁ ବାଧ୍ୟ କରିବୁନି: ହୋଲ୍ଡର

ଲଣ୍ଡନ,୧୯।୫(ପି.ଟି.): କୋଭିଡ-୧୯ ମହମାରୀର ଆତଙ୍କ ସାରା ବିଶ୍ୱରେ ଜାରି ରହିଥିବା ବେଳେ ଓ୍ବେଷ୍ଟଇଣ୍ଡିଜ କ୍ରିକେଟ ଦଳ ଏକ ୩ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବା ପାଇଁ ଇଂଲଣ୍ଡ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ କୌଣସି ଖେଳାଳିଙ୍କ ବାଧ୍ୟ କରାଯିବ ନାହିଁ ବୋଲି ଓ୍ବେଷ୍ଟଇଣ୍ଡିଜ ଅଧିନାୟକ ଜାସନ ହୋଲ୍ଡର କହିଛନ୍ତି। ଏହି ଟେଷ୍ଟ ସିରିଜ ଜୁନ୍‌ ୪ରେ ଆରମ୍ଭ ହେବାର କାର୍ଯ୍ୟକ୍ରମ ଥିଲା। କରୋନା ଭାଇରସ୍‌ ସଂକ୍ରମଣ କାରଣରୁ ଏହାକୁ ଘଞ୍ଚାଇ ଦିଆଯାଇଥିଲା। ତେବେ ଏହି ସିରିଜ ଜୁଲାଇରେ ଜୁଲାଇରେ ଖେଳାଯିବ ବୋଲି ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ଆଶା ରଖିଛି।

ନିଷ୍ପତ୍ତି ନେବା ପାଇଁ ସବୁ ଖେଳାଳି ସ୍ବତନ୍ତ୍ର ବୋଲି ସେ କହିଛନ୍ତି। ଇଂଲଣ୍ଡ ଗସ୍ତରେ ଆମେ ଯିବୁ। କିନ୍ତୁ ସ୍ବାସ୍ଥ୍ୟ ଓ ନିରାପତ୍ତାକୁ ପ୍ରଥାମିକତା ଦିଆଯିବ ବୋଲି ସେ କହିଛନ୍ତି। ଓ୍ବେଷ୍ଟଇଣ୍ଡିଜକୁ ବାଦ୍‌ ଦେଲେ ପାକିସ୍ତାନ ମଧ୍ୟ ଇଂଲଣ୍ଡ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ଦୁଇଟି ସିରିଜ ଆୟୋଜନ ପାଇଁ ଅନୁକୂଳ ପରିସ୍ଥିତି ସୃଷ୍ଟି କରିବାକୁ ପ୍ରୟାସ କରାଯିବ ବୋଲି ଆଶଲେ ଜାଇଲ୍ସ କହିଛନ୍ତି। ଏହି ଗସ୍ତରେ କୌଣସି ରିସ୍କ ନିଆଯିବ ନାହିଁ। ତେବେ ସମସ୍ତଙ୍କ ନରାପତ୍ତା ହେଉଛି ସବୁଠାରୁ ବଡ଼ କଥା। ଇସିବି ଗ୍ରହଣ କରିବାକୁ ଥିବା ସବୁ ବ୍ୟବସ୍ଥାରେ ସବୁ ଖେଳାଳି ସହଜ ଅନୁଭବ କରିବାର ଆବଶ୍ୟକତା ରହିଛି ବୋଲି ୨୮ ବର୍ଷୀୟ ହୋଲ୍ଡର କହିଛନ୍ତି। ଇତିମଧ୍ୟରେ ଇଂଲଣ୍ଡ କ୍ରିକେଟରମାନେ ଚଳିତ ସପ୍ତାହ ଟ୍ରେନିଂକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ତେବେ ଖେଳାଳିମାନେ ବ୍ୟକ୍ତିଗତ ଭାବେ ସୀମିତ ଅଭ୍ୟାସ କରିବେ ବୋଲି ଇସିବି ତରଫରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ପଡ଼ିଆ ମଝିରେ ମହାଭାରତ! ବୈଭବ ସୂର୍ଯ୍ୟବଂଶୀଙ୍କ ସହ ମୁହାଁମୁହିଁ ହେଲେ ଶ୍ରୀଲଙ୍କା ଟିମ୍, ଭୟଙ୍କର ଧସ୍ତାଧସ୍ତିର ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୫।୬: ଜୁନ୍ ୧୫ ତାରିଖ ତ୍ରି-ସିରିଜର ଚତୁର୍ଥ ମ୍ୟାଚରେ ଶ୍ରୀଲଙ୍କା ଟିମ୍ ସୁପର ଓଭରରେ ଭାରତ ଏ ଦଳକୁ ପରାସ୍ତ କରିଥିଲା। ମ୍ୟାଚ୍ ଟାଇ ହେବା ପରେ ବିଜେତା…

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

ବୈଭବ ସୂର୍ଯ୍ୟବଂଶୀଙ୍କ ସଫଳତାର ରାଜ ଖୋଲିଲେ କୋଚ, ଆପଣବି ଜାଣିଲେ…

ନୂଆଦିଲ୍ଲୀ,୧୪।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବିସ୍ଫୋରକ ବ୍ୟାଟିଂରେ ସମସ୍ତଙ୍କୁ ମୋହିତ କରିଛନ୍ତି। କ୍ରିକେଟ ପ୍ରଶଂସକ ଏବଂ ପୂର୍ବତନ କ୍ରିକେଟରମାନେ ସମସ୍ତେ ତାଙ୍କ ବିସ୍ଫୋରକ ବ୍ୟାଟିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri