Posted inଖେଳ

ଇଂଲଣ୍ଡ ଗସ୍ତ : ଭାରତୀୟ ମହିଳା ହକି ଦଳରେ ୩ ଓଡ଼ିଆ

ନୂଆଦିଲ୍ଲୀ,୧୩।୯(ପିଟି): ଇଂଲଣ୍ଡରେ ଖେଳାଯିବାକୁ ଥିବା ୫ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ ପାଇଁ ଷ୍ଟାର ଫରଓ୍ବାର୍ଡ ରାଣୀ ରାମ୍‌ପାଲଙ୍କ ନେତୃତ୍ୱରେ ୧୮ ଜଣିଆ ଭାରତୀୟ ମହିଳା ଦଳ ଘୋଷିତ ହୋଇଯାଇଛି। ଏହି ସିରିଜ୍‌ ଚଳିତ ମାସ ୨୭ରୁ ଅକ୍ଟୋବର ୪ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଗୋଲକିପର ସବିତା ଉପ-ଅଧିନାୟକ ଭାର ସମ୍ଭାଳିବେ। ଦଳରେ ୪ ଓଡ଼ିଆ ଖେଳାଳି ସ୍ଥାନ ପାଇଛନ୍ତି। ସେମାନେ ହେଲେ ଦୀପ ଗ୍ରେସ ଏକ୍କା, ଲିଲିମା ମିଞ୍ଜ ଓ ନମିତା ଟପ୍ପୋ। ସବିତା ଓ ରଜନୀ ଇତିମାର୍ପୁ ଦଳରେ ସ୍ଥାନ ବଜାୟ ରଖିଛନ୍ତି। ଡିଫେଣ୍ଡରଙ୍କ ମଧ୍ୟରେ ଦୀପ ଗ୍ରେସ୍‌ ଏକ୍କା, ଗୁରଜିତ କୌର, ରିନା ଖୋଖାର ଓ ସାଲିମା ଟେଟେ ସ୍ଥାନ ପାଇଛନ୍ତି। ଅଭିଜ୍ଞ ନମିତା ଟପ୍ପୋ ଦଳକୁ ଫେରିଛନ୍ତି। ୨୦୧୮ ଏସିଆନ୍‌ ଗେମ୍ସଠାରୁ ଆହତ ସମସ୍ୟା ଯୋଗୁ ସେ ଦଳରୁ ବାଦ୍‌ ପଡ଼ିଥିଲେ ବୋଲି ହକି ଇଣ୍ଡିଆ ପକ୍ଷରୁ କୁହାଯାଇଛି। ମିଡ୍‌ଫିଲ୍ଡ ବିଭାଗରେ ସୁଶୀଲା ଚାନୁ ପୁଖରାମବାମ, ନିକ୍କି ପ୍ରଧାନ, ମୋନିକା, ନେହା ଗୋୟଲ ଓ ଲିଲିମା ମିଞ୍ଜଙ୍କ ଭଳି ଅଭିଜ୍ଞ ଖେଳାଳି ରହିଛନ୍ତି। ଫରଓ୍ବାର୍ଡ ଲାଇନରେ ଅଧିନାୟକ ରାନୀ, ବନ୍ଦନା କାଟାରିୟା, ନବନୀତ କୌର, ଲାଲରେସିଆମି, ନବଜୋତ କୌର ଓ ଅଲିମ୍ପିକ୍ସ ଟେଷ୍ଟ ଇଭେଣ୍ଟରେ ଅନ୍ତର୍ଜାତୀୟ ପ୍ରଦାର୍ପଣ କରିଥିବା ଯୁବା ଶର୍ମିଲା ଦେବୀଙ୍କୁ ସ୍ଥାନ ଦିଆଯାଇଛି। ଗତ ଟୁର୍ନାମେଣ୍ଟ ଭଳି ଚଳିତ ଥର ମଧ୍ୟ ମିଶ୍ରିତ ଖେଳାଳି ଆମ ଦଳରେ ରହିଛନ୍ତି। ଅଲିମ୍ପିକ୍ସ ୨୦୨୦ର ଯୋଗ୍ୟତା ଲକ୍ଷ୍ୟରେ ଥିବା ଦଳ ପାଇଁ ଏହା ଗୁରୁତ୍ୱପୂର୍ଣ୍ଣ ସିରିଜ୍‌। ଏସିଆନ୍‌ ଗେମ୍ସ ପରେ ନମିତା ପ୍ରଥମ ଥର ପାଇଁ ଦଳକୁ ଫେରିଛନ୍ତି। ଇଂଲଣ୍ଡ ଗସ୍ତ ପୂର୍ବରୁ ଆମ ନିକଟରେ ଟ୍ରେନିଂ ପାଇଁ ୧୦ ଦିନ ରହିଛି। ମୁଁ ନିଶ୍ଚିତ ଆଗାମୀ ମ୍ୟାଚ୍‌ଗୁଡ଼ିକ ଏଫ୍‌ଆଇଏଚ୍‌ ହକି ଅଲିମ୍ପିକ୍‌ କ୍ୱାଲିଫାୟର୍ସ ଲାଗି ଭଲ ପ୍ରସ୍ତୁତି ସାବ୍ୟସ୍ତ ହେବ ବୋଲି କୋଚ୍‌ ଜୋର୍ଡ ମାରିଜନେ କହିଛନ୍ତି।
ଭାରତୀୟ ମହିଳା ହକି ଦଳ:
ଗୋଲକିପର: ସବିତା (ଉପ-ଅଧିନାୟକ) ଓ ରଜନୀ ଇତିମାର୍ପୁ।
ଡିଫେଣ୍ଡର: ଦୀପ୍‌ ଗ୍ରେସ୍‌ ଏକ୍କା, ଗୁରଜିତ କୌର, ରିନା ଖୋଖାର ଓ ସାଲିମା ଟେଟେ।
ମିଡ୍‌ଫିଲ୍ଡର: ସୁଶିଲା ଚାନ୍ନୁ ପୋଖରାମବାମ, ନିକ୍କି ପ୍ରଧାନ, ମୋନିକା, ନେହା ଗୋୟଲ, ଲିଲିମା ମିଞ୍ଜ ଓ ନମିତା ଟପ୍ପୋ।
ଫରଓ୍ବାର୍ଡ: ରାଣୀ (ଅଧିନାୟକ), ବନ୍ଦନା କାଟାରିଆ, ନବନୀତ କୌର, ଲାଲରେସିଆମି, ନବଜୋତ କୌର ଓ ଶର୍ମିଲା ଦେବୀ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri