Posted inଖେଳ

ଇଂଲଣ୍ଡ ଟୁର୍‌ରେ ଯିବା ଲାଗି ରୋଚ୍‌ ଆଗ୍ରହୀ

ଲଣ୍ଡନ, ୨୯ା୫ (ଏଏଫ୍‌ପି)-କରୋନାଭାଇରସ୍‌ ଆଶଙ୍କା ସତ୍ତ୍ୱେ ଓ୍ବେଷ୍ଟଇଣ୍ଡିଜ ଦଳ ସହ ଇଂଲଣ୍ଡ ଟୁର୍‌ରେ ଯିବା ଲାଗି ମୋର ଆଗ୍ରହ ରହିଛି ବୋଲି କହିଛନ୍ତି ଫାଷ୍ଟ ବୋଲର କେମର ରୋଚ୍‌। କ୍ୟାରିବିୟାନ ଦଳ ଇଂଲଣ୍ଡରେ ୩ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବ। ପ୍ରକୃତରେ ଏହି ସରିଜ ଜୁନ୍‌ରେ ଖେଳାଯାଇଥାନ୍ତା। କିନ୍ତୁ ବିଶ୍ୱରେ କରୋନା ଭାଇରସ୍‌ ବ୍ୟାପିଯିବାରୁ ବିଳମ୍ବ ଘଟିଛି। ଏହା ଜୁଲାଇ ୮, ୧୬ ଓ ୨୪ରୁ ରୁଦ୍ଧଦ୍ୱାରରେ ଖେଳାଯିବ। ହାମ୍ପଶାୟାରର ଏଜିିଆସ୍‌ ବାଓଲ୍‌ ଏବଂ ଲାଙ୍କାଶାୟାରର ଓଲ୍ଡ ଟ୍ରାଫୋର୍ଡଠାରେ ମ୍ୟାଚ ଖେଳାଯିବ। ବାର୍ବାଡୋସ୍‌ରେ ଜନ୍ମିତ ୩୧ ବର୍ଷୀୟ ରୋଚ୍‌ ଚଳିତ ସପ୍ତାହରେ ଟ୍ରେନିଂକୁ ଫେରିଛନ୍ତି। କ୍ରିକେଟ ପାଇଁ ଇଂଲଣ୍ଡରେ ସୁନ୍ଦର ପରିବେଶ ଏବଂ ସୁବିଧାସୁଯୋଗ ରହିଛି। ସେଠାରୁ କିଛି ସ୍ମରଣୀୟ ସ୍ମୃତି ନେଇ ଫେରିବା ଲାଗି ଆଶା ରଖିଛନ୍ତି ଏହି ଓ୍ବେଷ୍ଟଇଣ୍ଡିଆନ୍‌ ଫାଷ୍ଟ ବୋଲର। ଇଂଲଣ୍ଡରେ ମୁଁ ବ୍ୟକ୍ତିଗତ ୨୦୦ ଉଇକେଟ ପୁରଣ କରିବା ଲକ୍ଷ୍ୟ ରଖିଛି। ଦଳ ସେଠାରେ ସିରିଜ ବିଜୟୀ ହୋଇ ଫେରିବା ଲାଗି ଲକ୍ଷ୍ୟ ରଖିଛି ବୋଲି ରୋଚ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

India vs Pakistan: ଭାରତ-ପାକିସ୍ତାନ ମ୍ୟାଚ୍‌କୁ ନେଇ ସବୁଠୁ ବଡ଼ ଭବିଷ୍ୟବାଣୀ! ଜିତିବ ଏହି ଟିମ୍‌ …

କଲମ୍ୱୋ,୧୫ା୨: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ୍‌ ୨୦୨୬ର ସବୁଠୁ ହାଇ ଭୋଲଟେଜ୍ ମୁକାବିଲା ଆସନ୍ତାକାଲି ଖେଳାଯିବ । ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦୀଙ୍କ ମଧ୍ୟରେ ଘମାଘୋଟ୍‌ ଲଢେଇ ହେବାକୁ ଯାଉଛି…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri