Posted inଖେଳ

ଇଂଲଣ୍ଡ ପ୍ରଥମ ଇନିଂସ ଅଗ୍ରଣୀ

ବର୍ମିଂହାମ,୪।୮(ଏଏଫ୍‌ପି)- ଅଷ୍ଟ୍ରେଲିଆ ବିପକ୍ଷ ଆଶେସ ସିରିଜର ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ଇଂଲଣ୍ଡ ପ୍ରଥମ ଇନିଂସରେ ଅଗ୍ରଣୀ ହାସଲ କରିଛି। ସ୍ଥାନୀୟ ଏଜ୍‌ବାଷ୍ଟନ ଗ୍ରାଉଣ୍ଡରେ ଟସ୍‌ ଜିତି ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ଅଭିଜ୍ଞ ଷ୍ଟିଭ୍‌ ସ୍ମିଥ୍‌ଙ୍କ ୧୪୪ ରନର ଶତକ ସହାୟତାରେ ୮୦.୪ ଓଭରରେ ୨୮୪ ରନ କରି ଅଲଆଉଟ ହୋଇଥିଲା। ଜବାବରେ ଇଂଲଣ୍ଡ ପ୍ରଥମ ଇନିଂସରେ ତୃତୀୟ ଦିନ ଚା’ପାନ ବିରତି ସୁଦ୍ଧା ୧୩୫. ୫ ଓଭରରେ ୩୭୪ ରନ କରି ଅଲଆଉଟ ହୋଇ ୯୦ ରନର ମହତ୍ତ୍ୱପୂର୍ଣ୍ଣ ଅଗ୍ରଣୀ ହାସଲ କରଥିଲା। ଦ୍ୱିତୀୟ ଇନିଂସ ଆରମ୍ଭ କରି ଅଷ୍ଟ୍ରେଲିଆ ଶନିବାର ଖେଳ ଶେଷ ସୁଦ୍ଧା ୩୧ ଓଭରରେ ୩ ଉଇକେଟ ହରାଇ ୧୨୪ ରନ ସଂଗ୍ରହ କରିଛି। ଫଳରେ ୭ ଉଇକେଟ ହାତରେ ରଖି ଅଷ୍ଟ୍ରେଲିଆ ୩୪ ରନରେ ଅଗ୍ରଣୀ ହାସଲ କରିଛି। ଓପନର କାମେରନ ବ୍ୟାଙ୍କ୍ରଫ୍ଟ ୭, ଡେଭିଡ ଓ୍ବାର୍ନର ୮, ଉସମାନ ଖ୍ବାଜା ୪୦ ରନ କରି ଆଉଟ ହୋଇଥିବା ବେଳେ ଷ୍ଟିଭ୍‌ ସ୍ମିଥ୍‌ ୪୬ ଓ ଟ୍ରାଭିସ୍‌ ହେଡ ୨୧ ରନ କରି ଅପରାଜିତ ରହିଛନ୍ତି। ବୋଲିଂରେ ଇଂଲଣ୍ଡ ତରଫରୁ ଷ୍ଟୁଆର୍ଟ ବ୍ରଡ, ମୋଇନ ଅଲି ଓ ବେନ୍‌ ଷ୍ଟୋକ୍ସ ଗୋଟିଏ ଲେଖାଏ ଉଇକେଟ ହାସଲ କରିଛନ୍ତି।
ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୨୬୭/୪ରୁ ଇଂଲଣ୍ଡ ଖେଳ ଆରମ୍ଭ କରି ଅଲଆଉଟ୍‌ ହୋଇଥିଲା। ଓଭରନାଇଟ୍‌ ବ୍ୟାଟ୍ସମ୍ୟାନ ବନର୍‌ସ ୧୨୫ରୁ ଖେଳ ଆରମ୍ଭ କରି ଆଉ ମାତ୍ର ୮ ରନ ଅଧିକ ସଂଗ୍ରହ କରି ଅଭିଜ୍ଞ ସ୍ପିନର ନାଥନ ଲିୟନଙ୍କ ବଲରେ ଉଇକେଟକିପର ଟିମ୍‌ ପେନ୍‌ଙ୍କୁ କ୍ୟାଚ୍‌ ଦେଇ ପ୍ୟାଭିଲିୟନ ଫେରିଥିଲେ। ସେହିପରି ୩୮ ରନରୁ ଖେଳ ଆରମ୍ଭ କରି ବେନ୍‌ ଷ୍ଟୋକ୍ସ ୫୦ ରନର ଅର୍ଦ୍ଧଶତକୀୟ ପାଳି ଖେଳି ପ୍ୟାଟ୍‌ କୁମିନ୍ସଙ୍କ ବଲ୍‌ରେ ପେନ୍‌ଙ୍କୁ କ୍ୟାଚ୍‌ ଦେଇ ଆଉଟ ହୋଇଥିଲେ। ପାଖାପାଖି ୮ ଘଣ୍ଟା ବ୍ୟାଟିଂ କରି ବନର୍‌ସ ୩୧୨ଟି ବଲ୍‌ର ସମ୍ମୁଖୀନ ହୋଇ ୧୭ଟି ଚୌକା ମାରି ୧୩୩ ରନର ଶତକୀୟ ପାଳି ଖେଳିବା ସହ ଇଂଲଣ୍ଡର ଟପ୍‌ ସ୍କୋରର ସାବ୍ୟସ୍ତ ହୋଇଥିଲେ। ଏଥିସହିତ ଟେଷ୍ଟ କ୍ୟାରିୟରର ପ୍ରଥମ ଶତକ ଅର୍ଜନ କରିଛନ୍ତି। ଲଞ୍ଚ୍‌ ପୂର୍ବରୁ ଇଂଲଣ୍ଡ ୪ ରନରେ ୩ ଉଇକେଟ ହରାଇଥିଲା। ନବମ ଉଇକେଟରେ ଷ୍ଟୁଆର୍ଟ ବ୍ରଡ ଓ କ୍ରିସ ଓ୍ବକ୍ସ ୬୫ ରନ ସଂଗ୍ରହ କରି ଦଳର ସ୍କୋରକୁ ଆଗକୁ ବଢାଇଥିଲେ। ଓ୍ବକ୍ସ ୩୭ ରନ କରି ଶେଷପର୍ଯନ୍ତ ଅପରାଜିତ ରହିଥିଲେ। ବ୍ରଡ ଉପଯୋଗୀ ୨୯ ରନ ସଂଗ୍ରହ କରିଥିଲେ। ପୂର୍ବରୁ ରୁଟ୍‌ ୫୭ ରନର ଅର୍ଦ୍ଧଶତକୀୟ ପାଳି ଖେଳିଥିଲେ। ତେବେ ବାକି ବ୍ୟାଟ୍ସମ୍ୟାନ ଆଶାନୁରୂପ ପ୍ରଦର୍ଶନ କରି ନ ଥିଲେ। କାଫ୍‌ ଇଞ୍ଜୁରି ସତ୍ତ୍ୱେ ବ୍ୟାଟିଂ କରିବାକୁ ଆସିଥିବା ଜେମ୍ସ ଆଣ୍ଡରସନ ୩ ରନ କରିଥିବା ବେଳେ ଲିୟନଙ୍କ ବଲ୍‌ରେ ପ୍ୟାଟ କୁମିନ୍ସଙ୍କୁ କ୍ୟାଚ୍‌ ଦେଇ ଶେଷ ବ୍ୟାଟ୍ସମ୍ୟାନ ଭାବେ ପ୍ୟାଭିଲିୟନ ଫେରିଥିଲେ। ଏହାପୂର୍ବରୁ ଜନ୍ନି ବେୟାରଷ୍ଟୋ ୮ ରନ କରି ପିଟର ସିଡଲଙ୍କ ବଲ୍‌ରେ ଓ୍ବାର୍ନରଙ୍କୁ କ୍ୟାଚ ଦେଇ ପ୍ୟାଭିଲିୟନ ଫେରିଥିଲେ। ବୋଲିଂରେ ଅଷ୍ଟ୍ରେଲିଆ ତରଫରୁ କୁମିନ୍ସ ଓ ଲିୟନ ୩ଟି ଲେଖାଏ, ପାଟିନସନ ଓ ସିଡଲ ୨ଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଅଷ୍ଟ୍ରେଲିଆ ପ୍ରଥମ ଇନିଂସ: ୮୦.୪ ଓଭରରେ ୨୮୪ ଅଲଆଉଟ।
ଇଂଲଣ୍ଡ ପ୍ରଥମ ଇନିଂସ: ୧୩୫.୫ ଓଭରରେ ୩୭୪ ଅଲଆଉଟ
(ବନର୍‌ସ- ୧୩୩, ରୁଟ୍‌- ୫୭, ଷ୍ଟୋକ୍ସ- ୫୦, ଓ୍ବକ୍ସ- ୩୭*, ବ୍ରଡ୍‌-୨୯, କୁମିନ୍ସ- ୩/୮୪, ଲିୟନ- ୩/୧୧୨, ପାଟିନସନ- ୨/୮୨, ସିଡଲ- ୨/୫୨ )।
ଅଷ୍ଟ୍ରେଲିଆ ଦ୍ୱିତୀୟ ଇନିଂସ: ୩୧ ଓଭରରେ ୧୨୪/୩।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ବିଜୟଙ୍କ ବଡ଼ ବୟାନ: ରାଜା ହେବାକୁ ନୁହେଁ, ରାଜନୀତିକୁ ଆସିଛି….

ଚେନ୍ନାଇ,୩୦।୯: ତାମିଲନାଡୁର ଧାରାପୁରମରେ ଏକ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜ ଦଳ TVKର ରାଜନୈତିକ ଆଭିମୁଖ୍ୟ ନେଇ ବଡ଼ ବୟାନ ଦେଇଛନ୍ତି। ସେ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…

ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର…

‘ସ୍ତ୍ରୀ ମୋତେ ବହୁତ ମାନସିକ ନିର୍ଯାତନା…’, ଆତ୍ମହତ୍ୟା ପୂର୍ବରୁ ଭିଡିଓ କରି ଝୁଲିପଡ଼ିଲେ ଯୁବକ

ଲକ୍ଷ୍ନୌ,୩୦।୯: ଉତ୍ତରପ୍ରଦେଶର ଗ୍ରେଟର ନୋଏଡାର ବିସରଖ ଥାନା ଅଞ୍ଚଳରେ ଜଣେ ୨୫ ବର୍ଷୀୟ ଯୁବକ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି । ମୃତକଙ୍କ…

ଟ୍ରମ୍ପଙ୍କ ସହ ଫୋନରେ କଥା ହେଲେ ମୋଦି, ଏହି ସବୁ ବିଷୟକୁ ନେଇ ଆଲୋଚନା…

ନୂଆଦିଲ୍ଲୀ,୩୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଫୋନ୍‌ରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି । ଦୁଇ ନେତା ବାଣିଜ୍ୟ, ପ୍ରତିରକ୍ଷା, ଶକ୍ତି,…

୩୮ ବର୍ଷୀୟ ଉମେଶ ଯାଦବଙ୍କୁ ସୁଯୋଗ ଦେଲା ଶୁଭମନ ଗିଲଙ୍କ ଟିମ୍, ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲା ନିଷ୍ପତ୍ତି!

ନୂଆଦିଲ୍ଲୀ,୩୦ା୯: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ୩୮ ବର୍ଷ ବୟସରେ ଏକ ନୂଆ ଦଳରୁ ଖେଳିବାର ସୁଯୋଗ ପାଇଛନ୍ତି। ଆଗାମୀ ଘରୋଇ…

ମହଙ୍ଗା ପଡିଲା ମୋଡିଫାଏଡ୍ ସାଇଲେନ୍ସର ଲଗାଇବା! ଟାଉନ୍ ଥାନା ପୋଲିସର ଚଢ଼ାଉ, ୭ ବାଇକ୍ ଜବତ

ଭବାନୀପାଟଣା,୩୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ବଢ଼ୁଥିବା ଶବ୍ଦ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ଏବଂ ମୋଟର ଯାନ ଆଇନର କଡ଼ାକଡ଼ି ପାଳନ ଲକ୍ଷ୍ୟରେ ସ୍ଥାନୀୟ…

ଲିଫ୍ଟ ମାଗି ବାଇକରେ ବସିଲେ; ରାସ୍ତାରେ ମାଡ଼ ମାରି ଟଙ୍କା-ବ୍ରେସଲେଟ୍ ଲୁଟିନେଲେ ଦୁର୍ବୃତ୍ତ, ଥାନାରେ ଏତଲା

ଦିଗପହଣ୍ଡି,୩୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ହାଇସ୍କୁଲ ନିକଟରେ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ବୁଗୁଡ଼ା ଥାନା କଞ୍ଚୁରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?