Posted inଖେଳ

ଇଂଲଣ୍ଡ ବିଶ୍ୱର ଏକମାତ୍ର ଦେଶ

ଲଣ୍ଡନ, ୧୬।୭- ଆଇସିସି ବିଶ୍ୱକପ୍‌ ଦ୍ୱାଦଶ ସଂସ୍କରଣର ରୋମାଞ୍ଚକ ଫାଇନାଲ ମୁକାବିଲାରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରି ଆୟୋଜକ ଇଂଲଣ୍ଡ ଚାମ୍ପିୟନ ହେବାର ସୌଭାଗ୍ୟ ଲାଭ କରିଛି। ଏଥିସହ କ୍ରିକେଟ୍‌ ବିଶ୍ୱକପ୍‌ର ୪୪ ବର୍ଷର ଇତିହାସରେ ପ୍ରଥମଥର ଲାଗି କ୍ରିକେଟ୍‌ର ଜନକଭାବେ ପରିଚିତ ଇଂଲଣ୍ଡ ବିଶ୍ୱ ବିଜେତା ହୋଇଛି। ଏହି ବିଜୟ ସହିତ ବିଶ୍ୱର ପ୍ରଥମ ଦେଶ ଭାବେ ଇଂଲଣ୍ଡ କ୍ରିକେଟ୍‌ ବିଶ୍ୱକପ୍‌, ଫୁଟ୍‌ବଲ ବିଶ୍ୱକପ୍‌ ଓ ରଗ୍‌ବୀ ବିଶ୍ୱକପ୍‌ ଜିତିବାର ବିରଳର କୃତିତ୍ୱ ଲାଭ କରିଛି।
ଇତିହାସରେ ଇଂଲଣ୍ଡ ପ୍ରଥମଥର ଲାଗି ୧୯୬୬ରେ ମେଜର ଟାଇଟଲ ଜିତିଥିଲା। ଫିଫା ବିଶ୍ୱକପ୍‌ର ୮ମ ସଂସ୍କରଣ ଇଂଲଣ୍ଡରେ ୧୯୬୬ରେ ଅନୁଷ୍ଠିତ ହୋଇଥିଲା। ଫାଇନାଲରେ ଆୟୋଜକ ଇଂଲଣ୍ଡ ୪-୨ ଗୋଲ ବ୍ୟବଧାନରେ ପଶ୍ଚିମ ଜର୍ମାନୀକୁ ପରାସ୍ତ କରି ବିଶ୍ୱକପ୍‌ ମୁକୁଟ ପିନ୍ଧିଥିଲା। ଏହାପରେ ଇଂଲଣ୍ଡ ରଗ୍‌ବୀ ବିଶ୍ୱକପ୍‌ ଟ୍ରଫି ହାତେଇଥିଲା। ୨୦୦୩ରେ ଅଷ୍ଟ୍ରେଲିଆରେ ରଗ୍‌ବୀ ବିଶ୍ୱକପ୍‌ ଆୟୋଜିତ ହୋଇଥିଲା। ଫାଇନାଲରେ ଆୟୋଜକ ଅଷ୍ଟ୍ରେଲିଆକୁ ୧୭-୨୦ ପଏଣ୍ଟରେ ପରାସ୍ତ କରି ଇଂଲଣ୍ଡ ଚାମ୍ପିୟନ ହୋଇଥିଲା। ୧୯୬୬ (ଫିଫା ବିଶ୍ୱକପ୍‌) ପରେ ଇଂଲଣ୍ଡର ଏହା ୨ୟ ବିଶ୍ୱକପ୍‌ ଟ୍ରଫିଥିଲା। ଶେଷରେ ରବିବାର ଅନୁଷ୍ଠିତ ରୋମାଞ୍ଚକଭରା ଆଇସିସି ପୁରୁଷ ବିଶ୍ୱକପ୍‌ର ଫାଇନାଲ ମ୍ୟାଚ୍‌ ଟାଇ (ନ୍ୟୁଜିଲାଣ୍ଡ- ୨୪୧/୮, ଇଂଲଣ୍ଡ- ୨୪୧/୧୦)ରହିଥିଲା। ଏହାପରେ ସୁପର୍‌ ଓଭରରେ ମଧ୍ୟ ଇଂଲଣ୍ଡ ପ୍ରଥମେ ବ୍ୟାଟିଂ କରି ୧୫ ରନ କରିଥିବାବେଳେ ନ୍ୟୁଜିଲାଣ୍ଡ ସମାନ ସଂଖ୍ୟକ ରନ୍‌ କରିବାରୁ ମ୍ୟାଚ୍‌ ପୁଣି ଟାଇରେ ସମାପ୍ତ ହୋଇଥିଲା। ଫଳରେ ମ୍ୟାଚ୍‌ରେ ଅଧିକ ବାଉଣ୍ଡରୀ ମାରିଥିବାରୁ ଇଂଲଣ୍ଡକୁ ଚାମ୍ପିୟନ ଘୋଷିତ କରାଯାଇଥିଲା।
ମଧ୍ୟ ଆଇସିସି ମହିଳା ବିଶ୍ୱକପ୍‌ (୫୦ ଓଭର) ଟାଇଟଲ ହାସଲ କରିବାରେ ସଫଳ ହୋଇଛି। ୨୦୧୭ ଆଇସିସି ମହିଳା ବିଶ୍ୱକପ୍‌ ଫାଇନାଲରେ ହେଥର୍‌ ନାଇଟ୍‌ଙ୍କ ନେତୃତ୍ୱରେ ଇଂଲଣ୍ଡ ୯ ରନରେ ଭାରତକୁ ପରାସ୍ତ କରି ଚାମ୍ପିୟନ ହୋଇଥିଲା। ଇଂଲଣ୍ଡ ପ୍ରଥମେ ବ୍ୟାଟିଂ କରି ୫୦ ଓଭରରେ ୭ ଉଇକେଟ୍‌ ହରାଇ ୨୨୮ ରନ କରିଥିବାବେଳେ ଭାରତ ୪୮.୪ ଓଭରରେ ୨୧୯ ରନ କରି ଅଲ୍‌ଆଉଟ୍‌ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପୁଣି ଚମକିଲେ ବୈଭବ ସୂର୍ଯ୍ୟବଂଶୀ… ଟି-୨୦ରେ ଏମିତି କରି ପାଲଟିଲେ ବିଶ୍ୱର ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୩।୭: କ୍ରିକେଟ ଜଗତରେ ନିରନ୍ତର ନୂତନ ରେକର୍ଡ ସୃଷ୍ଟି ହେଉଛି, କିନ୍ତୁ ଯେତେବେଳେ ଜଣେ ୧୫ ବର୍ଷୀୟ ବାଳକ ଅଭିଜ୍ଞ ବୋଲରମାନଙ୍କୁ ଅନ୍ତର୍ଜାତୀୟ ମଞ୍ଚରେ ସଫା କରିବାକୁ…

୨ବର୍ଷ ପରେ ଦମଦାର ପ୍ରତ୍ୟାବର୍ତ୍ତନ, ପ୍ରଥମ ବଲ୍‌ରେ ୱିକେଟ୍ ନେଇ ଇତିହାସ ରଚିଲେ ମୟଙ୍କ

ନୂଆଦିଲ୍ଲୀ,୨୩।୭: ମୟଙ୍କ ଯାଦବ ଜିମ୍ବାୱେ ବିପକ୍ଷରେ ଖେଳାଯାଉଥିବା ପ୍ରଥମ ଟି-୨୦ ମ୍ୟାଚ୍‌ରେ ଦୁଇ ବର୍ଷରୁ ଅଧିକ ସମୟ ପରେ ପ୍ରତ୍ୟାବର୍ତ୍ତନ କରିଛନ୍ତି । ସେ ତାଙ୍କର ପ୍ରଥମ…

Commonwealth Games 2026: ପଦକ ପକ୍କା, ଉଦଘାଟନୀ ଉତ୍ସବ ପୂର୍ବରୁ ଇତିହାସ ରଚିଲେ ଲୋଭଲିନା ବୋରଗୋହାଇନ!

ନୂଆଦିଲ୍ଲୀ,୨୩।୭: ଭାରତ ଉଦଘାଟନୀ ଉତ୍ସବ ପୂର୍ବରୁ 2026 ରାଜ୍ୟଗୋଷ୍ଠୀ କ୍ରୀଡାରେ ପଦକ ତାଲିକା ଖୋଲିସାରିଛି। ଷ୍ଟାର ବକ୍ସର ଲୋଭଲିନା ବୋରଗୋହାଇନ ପ୍ରଥମ ରାଉଣ୍ଡରେ ବାଇ ପାଇ 75…

ଅଧିନାୟକ ଆୟରଙ୍କ ବଡ଼ ବୟାନ: ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୩।୭: ଭାରତୀୟ ଦଳ ବର୍ତ୍ତମାନ ଟି-୨୦ ଫର୍ମାଟରେ ଏକ ପରିବର୍ତ୍ତନଶୀଳ ପର୍ଯ୍ୟାୟ ଦେଇ ଗତି କରୁଛି ଏବଂ ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଆରମ୍ଭ ଆଶା…

ICC ODI Rankingରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ଦବ୍‌ଦବା: ଟପ୍‌-୪ରେ ୩ ଭାରତୀୟ, ଜାଣନ୍ତୁ କେଉଁ ସ୍ଥାନରେ ରୋହିତ-ବିରାଟ

ନୂଆଦିଲ୍ଲୀ,୨୩।୭: ICC ଦ୍ୱାରା ବୁଧବାର ନୂତନ ରାଙ୍କିଙ୍ଗ ଜାରି କରାଯାଇଛି। ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନମାନଙ୍କ ଦବଦବା ଜାରି ରହିଥିବାବେଳେ କ୍ୟାପଟେନ ଶୁବମନ ଗିଲ୍‌ ନମ୍ବର-୧…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri