Posted inଖେଳ

ଇଏସ୍‌ପିଏନ୍‌ ସାହସିକ ପୁରସ୍କାର ଜିତିଲେ ଦୂତୀ

ନୂଆଦିଲ୍ଲୀ, ୨୧।୨ (ପି.ଟି.)- ଷ୍ଟାର୍‌ ସ୍ପ୍ରିଣ୍ଟର ତଥା ମହିଳା ୧୦୦ ମିଟର ରେସ୍‌ରେ ଜାତୀୟ ରେକର୍ଡର ଅଧିକାରିଣୀ ହୋଇଥିବା ଦୂତୀ ଚାନ୍ଦ ଆମେରିକୀୟ କ୍ରୀଡ଼ା ଚ୍ୟାନେଲ ଇଏସ୍‌ପିଏନ୍‌ ପକ୍ଷରୁ ‘ସାହସିକ ପୁରସ୍କାର’ ଜିତିଛନ୍ତି। ଇଏସ୍‌ପିଏନ୍‌ କ୍ରୀଡ଼ା ଚ୍ୟାନେଲ ପକ୍ଷରୁ ପ୍ରଥମ ଥର ଲାଗି ସାହସିକ ପୁରସ୍କାର ପ୍ରଦାନ କରାଯାଇଥିବାବେଳେ ଦୂତୀ ଏହାର ପ୍ରଥମ ବିଜେତା ହୋଇଛନ୍ତି। ଉଭୟ ପଡ଼ିଆ ଭିତରେ ଓ ବାହାରେ ଦୂତୀ ସମସ୍ତଙ୍କ ଲାଗି ପ୍ରେରଣାଦାୟୀ ରହିଥିବାରୁ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ଇଣ୍ଟରନ୍ୟାଶନାଲ ଆସୋସିଏଶନ ଅଫ୍‌ ଆଥ୍‌ଲେଟିକ ଫେଡେରେଶନ (ଆଇଏଏଏଫ୍‌)ର ଭେଦଭାବପୂର୍ଣ୍ଣ ହାଇପରଆଣ୍ଡ୍ରୋଜେନଜିମ ନିୟମ ବିରୋଧରେ ଲଢ଼େଇ କରି ପୁନର୍ବାର ଦୌଡ଼ିବା ଲାଗି ଅଧିକାର ଲାଭ କରି ବେଶ୍‌ ଚର୍ଚ୍ଚାରେ ରହିଥିଲେ। ସେହିଭଳି ଦେଶର ପ୍ରଥମ ଆଥ୍‌ଲେଟ୍‌ ଭାବେ ଦୂତୀ ୨୦୧୯ରେ ସମଲିଙ୍ଗୀ ବୋଲି ନିଜକୁ ଘୋଷଣା କରିଥିଲେ। ଭାରତୀୟ ରୁଢ଼ିବାଦୀ ସମାଜରେ ଏହା ଘୋଷଣା କରି ସେତେବେଳେ ସେ ଖବରର ଶିରୋନାମାରେ ରହିଥିଲେ। ପଡ଼ିଆ ଭିତର ଓ ବାହାରର ଏହି ଦୁଇଟି କାରଣ ଲାଗି ତାଙ୍କୁ ଇଏସ୍‌ପିଏନ୍‌ ପକ୍ଷରୁ ପ୍ରଥମ ‘ସାହସିକ’ ପୁରସ୍କାର ବିଜେତା ଭାବେ ଚୟନ କରାଯାଇଥିଲା।
ଚାମ୍ପିୟନ ତଥା ଭାରତୀୟ ବ୍ୟାଡମିଣ୍ଟନ ତାରକା ପି.ଭି. ସିନ୍ଧୁ ଇଏସ୍‌ପିଏନ୍‌ ପକ୍ଷରୁ ବର୍ଷର ଶ୍ରେଷ୍ଠ ମହିଳା କ୍ରୀଡ଼ାବିତ୍‌ ପୁରସ୍କାର ହାସଲ କରିଛନ୍ତି। ଆମେରିକୀୟ କ୍ରୀଡ଼ା ଚ୍ୟାନେଲ ଇଏସ୍‌ପିଏନ୍‌ ପକ୍ଷରୁ ତୃତୀୟ ଥର ଲାଗି ସିନ୍ଧୁ ଏହି ସମ୍ମାନଜନକ ପୁରସ୍କାର ଜିତିଛନ୍ତି। ସେହିଭଳି ଯୁବ ଶୁଟର୍‌ ସୌରଭ ଚୌଧାରୀ ବର୍ଷର ଶ୍ରେଷ୍ଠ ପୁରୁଷ ଖେଳାଳି ବିବେଚିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି-୨୦ ବିଶ୍ୱକପ ମ୍ୟାଚରେ ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ସ୍ଥାପନ ହେଲା ନୂଆ ‘ବିଶ୍ୱ ରେକର୍ଡ’, ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚ ୧୫ ଫେବୃଆରୀରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧ ରନରେ ଏକ ବଡ଼…

ସୁପର ୮ରେ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରୁ ବାଦ ପଡିପାରନ୍ତି ଅଭିଷେକ ଶର୍ମାଙ୍କ ସମେତ ଏହି ୩ ଖେଳାଳି, ନାମ ଜାଣିଲେ ବିଶ୍ୱାସ ହେବନି

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ଫେବୃଆରୀ ୨୧ରେ ଆରମ୍ଭ ହେଉଛି। ପରବର୍ତ୍ତୀ ପର୍ଯ୍ୟାୟକୁ ଯାଉଥିବା ସମସ୍ତ ଆଠଟି ଦଳକୁ ଚାରିଟି ଦଳରେ ବିଭକ୍ତ…

ଟି-୨୦ ବିଶ୍ୱକପ୍‌ରେ ପୁଣି ହେବ କି ଭାରତ-ପାକିସ୍ତାନ ମ୍ୟାଚ୍‌: ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୦।୨: ଟି୨୦ ବିଶ୍ୱକପର ୨୭ତମ ଲିଗ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧…

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

୩୯ ବର୍ଷୀୟ କ୍ରିକେଟର୍‌ କଲେ ବଡ଼ କାରନାମା: ଭାଙ୍ଗିଲା ରୋହିତ ଶର୍ମାଙ୍କ ରେକର୍ଡ

ନୂଆଦିଲ୍ଲୀ,୨୦।୨: ଜିମ୍ବାୱେ ୨୦୨୬ ଟି୨୦ ବିଶ୍ୱକପରେ ଆଉ ଏକ ବଡ଼ ବିପର୍ଯ୍ୟୟ ଘଟାଇବାରେ ସଫଳ ହୋଇଛି। ଜିମ୍ବାୱେ ତା’ର ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୬…

ମଟନ-ଚିକେନ ଖାଇବା ଛାଡ଼ିଦେଲେ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୦।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆକୁ ଟାଇଟଲ ଦେବା ପରେ ଜିମ୍ବାୱେ ଏବଂ ନାମ୍ବିଆରୁ ଫେରିଥିବା ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ରାଜସ୍ଥାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri