ଇକୋ ରିଟ୍ରିଟ୍‌ ମହୋତ୍ସବରେ ଗୁଡ଼ି ଉଡ଼ା କାର୍ଯ୍ୟକ୍ରମ

କୋଣାର୍କ,୧୬ା୧(ଡି.ଏନ୍‌.ଏ.): କୋଣାର୍କ-ପୁରୀ ବେଳାଭୂମି ମାର୍ଗର ସାହୁଖଣତାଠାରେ ଅନୁଷ୍ଠିତ ଇକୋ ରିଟ୍ରିଟ ମହୋତ୍ସବ ସ୍ଥଳୀରେ ବୁଧବାର ପବିତ୍ର ମକର ସଂକ୍ରାନ୍ତି ଅବସରରେ ଉତରାୟନ ଗୁଡ଼ି ଉଡ଼ା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ୟଙ୍ଗ୍‌ ଇଣ୍ଡିଆନ୍‌ସ ଓଡ଼ିଶା ଶାଖା ଓ ରାଜ୍ୟ ପର୍ଯ୍ୟଟନ ବିଭାଗ ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଓଡ଼ିଶା ସମେତ ବିଭିନ୍ନ ରାଜ୍ୟର ଶତାଧିକ ପର୍ଯ୍ୟଟକ ଓ ଜନସାଧାରଣ ଯୋଗଦେଇ ସମୁଦ୍ର କୂଳରେ ରଙ୍ଗ ବେରଙ୍ଗର ଗୁଡ଼ି ଉଡ଼ାଇ ମଜାନେଇଥିଲେ। ମକର ସଂକ୍ରାନ୍ତିରେ ଗୁଡ଼ି ଉଡ଼ା ପରମ୍ପରା ଅତି ପୁରୁଣା ଓ ଓଡ଼ିଆ ସଂସ୍କୃତିର ଏକ ମାଇଲ ଖୁଣ୍ଟ ସଦୃଶ। ଏହି ପରମ୍ପରା ବର୍ତ୍ତମାନ ବିଲୁପ୍ତ ହେବାକୁ ଯାଉଥିବାବେଳେ ୟଙ୍ଗ ଇଣ୍ଡିଆନ୍‌ସ ଦ୍ୱାରା ଆୟୋଜିତ ଏହି ଗୁଡ଼ିଉଡ଼ା ଇକୋ ରିଟ୍ରିଟ ମହୋତ୍ସବକୁ ବିଶେଷ ଭାବେ ଗୁରୁତ୍ୱ ବହନ କରିଛି ବୋଲି ବୁଦ୍ଧିଜୀବୀ ମହଲରେ ଭୂୟସୀ ପ୍ରଶଂସା କରାଯାଇଛି। ଏହି ଅବସରରେ ସମୁଦ୍ର କୂଳରେ ଆୟୋଜିତ ସଂଗଠନ ପକ୍ଷରୁ ପର୍ଯ୍ୟଟକମାନେ ଗୁଡି ଉଡେଇବା ଲକ୍ଷ୍ୟରେ ଷ୍ଟଲମାନ ଖୋଲାଯାଇଥିଲା। ଗୁଡ଼ିଗୁଡିକ ପ୍ରାୟ ୨୦ଟଙ୍କାରୁ ଆରମ୍ଭ ହୋଇ ୨୦୦ଟଙ୍କା ପର୍ଯ୍ୟନ୍ତ ଥିଲା। ଦିନତମାମ ଓ ରାତିରେ ଏଲ୍‌ଇଡି ଗୁଡ଼ି ଉଡାଯାଇଥିଲା। ଏହି କାର୍ଯ୍ୟକ୍ରମରେ ମୁମ୍ବାଇରୁ ୧୦ଜଣିଆ ଗୁଡିଉଡା ବିଶେଷଜ୍ଞ ଯୋଗଦେଇଥିଲେ ା ଓଡ଼ିଶାରେ ଏହି ଗୁଡ଼ିଉଡ଼ା ଉତ୍ସବ ପ୍ରଥମଥର ପାଇଁ ଅନୁଷ୍ଠିତ ହୋଇଥିବାବେଳେ ପୁରୁଣା ସଂସ୍କୃତି ଆଡ଼କୁ ପର୍ଯ୍ୟଟକ ଓ ଜନସାଧାରଣଙ୍କୁ ଆକୃଷ୍ଟ କରିବା,ଐତିହ୍ୟ ପ୍ରତି ଯୁବଗୋଷ୍ଠୀଙ୍କୁ ସଚେତନ କରାଇବା ଏହି ଉତ୍ସବର ମୁଖ୍ୟ ଲକ୍ଷ୍ୟ ବୋଲି ୟଙ୍ଗ ଇଣ୍ଡିଆନ୍‌ସ ସଂଗଠନର ଅଧ୍ୟକ୍ଷ କମଲ ଅଗ୍ରୱାଲ, ଉପାଧ୍ୟକ୍ଷା ରଶ୍ମି ଗୁପ୍ତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…

ପାକିସ୍ତାନୀ ଖେଳାଳିଙ୍କ ଫୋନ ଜବତ କଲା PCB; ମ୍ୟାଚ ଫିକ୍ସିଂ ସନ୍ଦେହ? ଉଠିଲାଣି ପ୍ରଶ୍ନ

ଇସଲାମାବାଦ,୬।୯: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ସମ୍ପ୍ରତି ଏପରି ନିଷ୍ପତ୍ତି ନେଇଛି ଯାହାକୁ ନେଇ ବିଶ୍ୱବ୍ୟାପୀ ହାସ୍ୟରସ ସୃଷ୍ଟି ହୋଇଛି। ଏବେ, ଇଂଲଣ୍ଡ ଗସ୍ତ ସମୟରେ ଆଉ…

ସୂର୍ଯ୍ୟଙ୍କ ଗୋଚରରେ ଚମକିବ ୫ ରାଶିର ଭାଗ୍ୟ, ହେବ ବଡ଼ ପ୍ରମୋସନ ବଢିବ ଧନ

ସୂର୍ଯ୍ୟ ଗ୍ରହ ୧୭ ସେପ୍ଟେମ୍ୱର ୨୦୨୬, ଗୁରୁବାର ସକାଳ ୭ଟା ୫୮ ମିନିଟରେ କନ୍ୟା ରାଶିରେ ଗୋଚର କରିବେ। ଏହା କନ୍ୟା ସଂକ୍ରାନ୍ତି ହେବ। ଏହାର ପ୍ରଭାବରେ…

‘ଭାରତରେ ଦେହ ବ୍ୟବସାୟ ଆଇନଗତ ହେବା ଉଚିତ,’ ପୁନମ ପାଣ୍ଡେ କୁହନ୍ତି, ମୋର କାମୁକ ଭିଡିଓ ଗୁଡ଼ିକ ଦେଶ ତଥା ବିଶ୍ୱକୁ…

ମୁମ୍ବାଇ,୬।୯: ପ୍ରସିଦ୍ଧ ମଡେଲ ଏବଂ ଅଭିନେତ୍ରୀ ପୁନମ ପାଣ୍ଡେ ତାଙ୍କ ଡ୍ରେସିଂ ସେନ୍ସ ଏବଂ ବୟାନ ପାଇଁ ପ୍ରାୟତଃ ଶିରୋନାମାରେ ରହିଥାନ୍ତି। ସମ୍ପ୍ରତି, ବେଶ୍ୟାବୃତ୍ତି ବା ଦେହ…

ସୁନିତା-କୋମଲ ବିବାଦ ଉପରେ ନୀରବତା ଭାଙ୍ଗିଛନ୍ତି ଗୋବିନ୍ଦା, ଇସାରାରେ କହିଲେ ଖୁବ ବଡ଼ କଥା

ମୁମ୍ବାଇ,୬।୯: ପତ୍ନୀ ସୁନିତା ଆହୁଜାଙ୍କ ସହ ସମ୍ପର୍କରେ ମତଭେଦ ଏବଂ ଅଭିନେତ୍ରୀ କୋମଲ ରାଣୀଙ୍କ ସହ ତଥା କଥିତ ସମ୍ପର୍କର ଗୁଜବ ସମ୍ପର୍କରେ ଖବର ଆସିବା ପରେ…

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

ଯେଉଁ କାମ ପାଇଁ ଦିନେ ଯୁବକଙ୍କୁ ପରିହାସ କରୁଥିଲେ ଲୋକେ, ଆଜି ବିଦେଶରୁ ଆସିଲା ଚାକିରି ଅଫର, ପୂରା କାହାଣୀ ଜାଣିଲେ…

ଭାରତରେ ନଦୀଗୁଡ଼ିକର ଦୁର୍ଦ୍ଦଶା କହିଲେ ନ ସରେ। ସରକାରୀ ପ୍ରୟାସ ସତ୍ତ୍ୱେ ନଦୀଗୁଡ଼ିକର ଅବସ୍ଥା ସୁଧାର ହୋଇନାହିଁ। ସମ୍ପ୍ରତି ମଧ୍ୟପ୍ରଦେଶର ରାଜଗଡ଼ ଜିଲାର ଜଣେ ୨୦ ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri