Posted inରାଜ୍ୟ

ଇଚ୍ଛାପୁରସ୍ଥ ସ୍ନାନମଣ୍ଡପରେ ଶ୍ରୀବଳଦେବଜୀଉ

କେନ୍ଦ୍ରାପଡ଼ା ଅଫିସ, ୧୭ା୬: ସୋମବାର ଦେବସ୍ନାନ ପୂର୍ଣ୍ଣିମା। ଏହି ଉପଲକ୍ଷେ କେନ୍ଦ୍ରାପଡ଼ା ଜିଲା ଇଚ୍ଛାପୁରସ୍ଥିତ ଶ୍ରୀବଳଦେବଜୀଉ ମନ୍ଦିର ପରିସରରେ ଥିବା ସ୍ନାନ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ସ୍ନାନ ନୀତି ଆରମ୍ଭ ହୋଇଛି। ସ୍ନାନପୂର୍ଣ୍ଣିମା ଉପଲକ୍ଷେ ରବିବାର ରାତିରେ ବଡ଼ସିଂହାର ବେଶ ପରେ ୩ଠାକୁର ଚକା(ରନତ୍ ସିଂହାସନ) ଛାଡ଼ିଥିଲେ। ଏହି ସମୟରେ ଶ୍ରୀଜୀଉମାନଙ୍କୁ ଓଲାଗି କରାଯାଇଥିଲା। ଏହା ପୂର୍ବରୁ ମନ୍ଦିର ବେଢ଼ା ମଧ୍ୟସ୍ଥ ବାମ୍ପିରୁ ସେବାୟତମାନେ ୧୦୮ କଳସ ପବିତ୍ର ଜଳ ସଂଗ୍ରହ କରିଥିଲେ। ଏହାକୁ ରାଜ ପୁରୋହିତଙ୍କ ଦ୍ୱାରା ଅଭିମନ୍ତ୍ରିତ କରାଯିବା ସହିତ ହରିଡ଼ା, ଯବ, ଚନ୍ଦନ, ଯାଇଫଳ ଇତ୍ୟାଦି ଓଷଧୀୟ ଦ୍ରବ୍ୟ ଓ ସୁଗନ୍ଧିତ ଅତର ଏହି ଜଳ କଳସରେ ମିଶ୍ରଣ କରାଯାଇ ମୁକ୍ତିମଣ୍ଡପରେ ରଖାଯାଇଥିଲା। ଏହି ଅବସରରେ ଠାକୁରମାନଙ୍କୁ ରନତ୍ ସିଂହାସନରୁ ଅଣାଯାଇ ମନ୍ଦିର ଭୋଗ ମଣ୍ଡପରେ ବିଜେ ପଣ୍ଡାଙ୍କ ଦ୍ୱାରା ସେନାପଟା ବେଶରେ ସଜ୍ଜିତ କରାଯାଇଥିଲା। ପ୍ରତ୍ୟୁଷରୁ ରାଜ ପୁରୋହିତଙ୍କ ପୁଷ୍ପାଞ୍ଜଳି ନୀତି ପରେ ମନ୍ଦିର ପ୍ରଶାସନ ପକ୍ଷରୁ ଠାକୁରଙ୍କୁ ରାଜଭେଟି ଅର୍ପଣ କରାଯାଇଥିଲା। ପରେ ୩ ଠାକୁରଙ୍କ ଡୋରି ଫିଟାଯାଇ ଧାଡ଼ି ପହଣ୍ଡିରେ ସ୍ନାନବେଦିକୁ ବିଜେ କରାଯାଇଥିଲା। ଶ୍ରୀଜୀଉମାନଙ୍କୁ ପୂର୍ବ ରାତିରୁ ସଂଗୃହୀତ ହୋଇ ରହିଥିବା ଅଭିମନ୍ତ୍ରିତ ୧୦୮ କଳସ ଜଳ ମହାପ୍ରଭୁଙ୍କ ଶ୍ରୀଚରଣରେ ଲାଗି କରାଯାଇଥିଲା। ଏହି ଅବସରରେ ପାରମ୍ପରିକ ପୂଜା ନୀତି ଅନୁଯାୟୀ ଚନ୍ଦନ ସ୍ନାନ କରାଯାଉଛି। ଅପରାହ୍ନ ୧ଟାରେ ଶ୍ରୀଜୀଉଙ୍କୁ ମଙ୍ଗଳାର୍ପଣ କରାଯାଇ ଖେଚୁଡ଼ି ଧୂପ ସ୍ନାନବେଦି ଉପରେ ସମ୍ପନ୍ନ ହୋଇ ଶ୍ରୀବଳଦେବଜୀଉ ଓ ଶ୍ରୀଜଗନ୍ନାଥଙ୍କୁ ଗଜାନନ ବେଶ କରାଯିବ ବୋଲି ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି ା ଶ୍ରୀଜୀଉଙ୍କ ଏହି ନୀତି ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିିଛି। ଶାନ୍ତିଶୃଙ୍ଖଳା ପାଇଁ ପୋଲିସ ସୁରକ୍ଷା ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri