ପିଲିଭିଟ୍,୨୩।୧୦: ଉତ୍ତରପ୍ରଦେଶ ପିଲିଭିଟ୍ ଅଞ୍ଚଳର ଜଣେ ମହିଳା ଇଚ୍ଛାମୃତ୍ୟୁ ଅନୁମତି ଲାଗି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ପତ୍ର ଲେଖିଛନ୍ତି। ସାବତ ପୁଅ ଏବଂ ସ୍ବାମୀଙ୍କ ସାଙ୍ଗମାନଙ୍କ ଦ୍ୱାରା ଦୀର୍ଘମାସ ଧରି ବଳାତ୍କାରର ଶିକାର ହୋଇଥିବା ମହିଳା ନ୍ୟାୟ ନ ପାଇ ନିରାଶ ହୋଇ ଏଭଳି ଅନୁମତି ମାଗିଛନ୍ତି। କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ପୁରାଣପୁର କୋଟ୍ଓ୍ବାଲି ପୋଲିସ ଗତ ୯ ତାରିଖରେ ମହିଳାଙ୍କ ସ୍ବାମୀ, ସାବତ ପୁଅଙ୍କ ସମେତ ୫ ଜଣଙ୍କ ନାମରେ ମାମଲା ରୁଜୁ କରିଥିଲେ ମଧ୍ୟ ଜାଣିଶୁଣି କୌଣସି ଅଭିଯୁକ୍ତଙ୍କୁ ଗିରଫ କରୁ ନ ଥିବା ସେ ଅଭିଯୋଗ କରିଛନ୍ତି। ନ୍ୟାୟ ପାଇବା ଆଶା ହରାଇଥିବା ୩୦ ବର୍ଷୀୟ ପୀଡ଼ିତା ଜଣକ ରାଷ୍ଟ୍ରପତିଙ୍କୁ ଲେଖିଥିବା ପତ୍ରରେ ଜଣାଇଛନ୍ତି। ଅପରାଧ ସମ୍ପର୍କରେ ମୁହଁ ଖୋଲିଲେ ହତ୍ୟା କରାଯିବ ବୋଲି ତାଙ୍କୁ ବାରମ୍ବାର ଧମକ ଦିଆଯାଉଛି। ସେଥିପାଇଁ ସେ ଇଚ୍ଛା ମୃତ୍ୟୁ ନିମନ୍ତେ ରାଷ୍ଟ୍ରପତିଙ୍କ ଅନୁମତି ଚାହିଁଥିବା ଲେଖିଛନ୍ତି।
ପୁଣି ଟ୍ରେନ୍ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…
ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...
ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା
ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...
ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ
ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...
ଆର୍ସିବିକୁ ବଡ଼ ଝଟ୍କା, ଏହି କାରଣରୁ ଖେଳିବେ ନାହିଁ…
ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍କୁ...
ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ
ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...
ଟିମ୍ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି
ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍ନେସ୍ ଏବଂ ବୟସକୁ ନେଇ ଚାଲିଥିବା...
ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ
ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...
ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ
ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...
Archives


