ଇଚ୍ଛାଶକ୍ତି ଆଗରେ ହାର ମାନିଛି ଅସହାୟତା: ଗୋଡ ନଥାଇ ମଧ୍ୟ କରୁଛନ୍ତି ଚାଷ

ଗୋବିନ୍ଦପାଲ୍ଲୀ, ୧୪ା୮(ଡି.ଏନ.ଏ.): ଇଚ୍ଛାଶକ୍ତି, ଦୃଢ ମନୋବଳ ଆଗରେ ସବୁକିଛି ସମ୍ଭବ । ଏହାକୁ ଜଣେ ଚାଷୀ କ୍ଷେତରେ ପ୍ରମାଣିତ କରି ଦେଖାଇଛନ୍ତି। ତାଙ୍କ ନାଁ ସନ୍ୟା ଗୁଟା। ମାଲକାନଗିରି ଜିଲା ଖଇରପୁଟ ବ୍ଲକ ମାଝିଗୁଡା ଗ୍ରାମରେ ତାଙ୍କ ଘର। ତେବେ ସନ୍ୟା ଜଣେ ଦିବ୍ୟାଙ୍ଗ। ଗୋଟିଏ ଗୋଡ ନାହିଁ ତାଙ୍କର। ତଥାପି ସେ ଭାଙ୍ଗିପଡିନାହାନ୍ତି। ଜମିରେ ଫସଲ ଉପଜାଇ ନିଜ ସଂସାର ଚଳାଉଛନ୍ତି। ଅନ୍ୟମାନଙ୍କ ପାଇଁ ସେ ପାଲଟିଛନ୍ତି ଉଦାହରଣ। ତାଙ୍କୁ ଦେଖିଲେ ହୁଏତ କେହି ବି ବିଶ୍ୱାସ କରିପାରିବେ ନାହିଁ ଯେ, ସେ ଜଣେ ଦିବ୍ୟାଙ୍ଗ । ସକାଳ ହେଲେ କଟା ଗୋଡରେ କୃତ୍ରିମ ଗୋଡ ଲଗାଇ ହଳ ଲଙ୍ଗଳ ଧରି ସେ ବାହାରି ପଡନ୍ତି ଜମିକୁ। ଜମିରେ ଭାଗମାପ ଅନୁସାରେ ସେ କରନ୍ତି ସବୁ କାମ। ଆଗରୁ ଏପରି ଦିବ୍ୟାଙ୍ଗ ନ ଥିଲେ ସନ୍ୟା। ଅନ୍ରମାନଙ୍କ ଭଳି ସେ ଥିଲେ ଜଣେ ସୁସ୍ଥ ସବଳ ମଣିଷ। ଦିନେ ସେ ହାଟ ସାରି ଗାଡିରେ ଘରକୁ ଫେରୁଥିବାବେଳେ ଗାଡି ଓଲଟିପଡିବାରୁ ନିଜ ବାମଗୋଡ ହରାଇଥିଲେ ସେ। କୋରାପୁଟ ଜିଲାର ସହକାରୀ ଜିଲାପାଳ ଆଲୋକ ଅନୁଗୁଳିଆ ଓ ଖଇରପୁଟ ଅଞ୍ଚଳର ସମାଜସେବୀ ଆନନ୍ଦ ଚାର୍କିଙ୍କ ସହଯୋଗରେ କଟକ ଓଲଟପୁରରୁ ଏକ କୃତ୍ରିମଗୋଡ ଆଣି ବ୍ୟବହାର କରୁଛନ୍ତି। ଗଭୀର ଆତ୍ମବିଶ୍ୱାସ ଏବଂ ସ୍ବାବଲମ୍ବୀ ହେବାର ଅଦ୍ୟମ ଇଚ୍ଛା ଯୋଗୁ ସେ ଦିବ୍ୟାଙ୍ଗ ହେଲେ ମଧ୍ୟ କେବେ ଭାଙ୍ଗିପଡିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri