ଇଛାକୃତ ଖିଲାପକାରୀଙ୍କୁ ନେଇ ଚିନ୍ତାରେ ବ୍ୟାଙ୍କ: ୫ ବର୍ଷରେ ବଢିଛନ୍ତି ୬୦%; ୨୦୧୪-୧୫ ପରଠାରୁ ବଢୁଛି

ନୂଆଦିଲ୍ଲୀ,୨୫-୬: ଗତ ୫ ବର୍ଷରେ ଦେଶର ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକରେ ଇଛାକୃତ ଖିଲାପକାରୀଙ୍କ ସଂଖ୍ୟା ୬୦% ବଢି ଚଳିତ ବର୍ଷ ମାର୍ଚ୍ଚ ଶେଷ ସୁଦ୍ଧା ୮୫୮୨ ଛୁଇଁଛି। ୨୦୧୪-୧୫ ଆର୍ଥତ୍କ ବର୍ଷ ଶେଷ ସୁଦ୍ଧା ଏହା ୫,୩୪୯ ରହିଥିଲା ବୋଲି ସୋମବାର ଲୋକସଭାକୁ ଲିଖିତ ଉତ୍ତରରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସୂଚନା ଦେଇଛନ୍ତି। ୨୦୧୪-୧୫ ପରଠାରୁ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକରେ ଇଛାକୃତ ଖିଲାପକାରୀଙ୍କ ସଂଖ୍ୟାରେ ବୃଦ୍ଧି ଘଟି ଚାଲିଛି। ଏହା ୨୦୧୫-୧୬ରେ ୬,୫୭୫ ଥିବା ବେଳେ ୨୦୧୬-୧୭ରେ ୭,୦୭୯ ଏବଂ ୨୦୧୭-୧୮ ଆର୍ଥତ୍କ ବର୍ଷରେ ୭,୫୩୫କୁ ବୃଦ୍ଧି ଘଟିଥିଲା। ସେହିଭଳି ଗତ ୫ ବର୍ଷରେ ଇଛାକୃତ ଖିଲାପକାରୀଙ୍କଠାରୁ ସରକାର ୭୬୫୪ କୋଟି ଟଙ୍କା ଅସୁଲ କରିବାକୁ ସକ୍ଷମ ହୋଇଥିବା ସୀତାରାମନ କହିଛନ୍ତି। ଚଳିତ ବର୍ଷ ମାର୍ଚ୍ଚ ଶେଷ ସୁଦ୍ଧା ଅସୁଲ ପାଇଁ ୮୧୨୧ ମାମଲା ସାମ୍ନାକୁ ଆସିଛି। ଏହାବାଦ ସରଫାଏସି ଆଇନରେ ୬,୨୫୧ ମାମଲାରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି।

ଦେଶର ୧୭ ରାଷ୍ଟ୍ରାୟତ୍ତ ବ୍ୟାଙ୍କରେ ଠକେଇ ତଥା ଆପରାଧିକ କାର୍ଯ୍ୟ ଲାଗି ବ୍ୟକ୍ତିବିଶେଷଙ୍କ ବିରୋଧରେ ୨,୯୧୫ ମାମଲାରେ ଏତଲା ଦିଆଯାଇଛି। ରିଜର୍ଭ ବ୍ୟାଙ୍କର ପରାମର୍ଶ କ୍ରମେ ଏଭଳି କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ଅର୍ଥମନ୍ତ୍ରୀ ସ୍ପଷ୍ଟ କରିଛନ୍ତି। ଇଛାକୃତ ଖିଲାପକାରୀ ବ୍ୟକ୍ତି କୌଣସି କମ୍ପାନୀର ପ୍ରମୋଟର କିମ୍ବା ନିର୍ଦ୍ଦେଶକ ଥିଲେ ତାଙ୍କୁ ସେବି ନିୟମ ମୁତାବକ ପୁଞ୍ଜି ବଜାରରୁ ବାରଣ କରାଯାଇଛି। ଏହାବାଦ ୨୦୧୬ର ଇନସଲଭେନ୍ସି ଆଣ୍ଡ ବ୍ୟାଙ୍କରପ୍ସି କୋଡ ଅନୁଯାୟୀ ଇଛାକୃତ ଖିଲାପକାରୀ ଇନସଲଭେନ୍ସି ପ୍ରକ୍ରିୟାରେ ଭାବେ ନେଇ ପାରିବେ ନାହିଁ ବୋଲି କୁହାଯାଇଛି।

ଦେଶ ଛାଡି ପଳାୟନ କରୁଥିବା ଖିଲାପକାରୀଙ୍କ ବିରୋଧିରେ କାର୍ଯ୍ୟାନୁଷ୍ଠାନ ଲାଗି ପଳାତକ ଆର୍ଥତ୍କ ଅପରାଧି ଆଇନ ୨୦୧୮ ଆସିଛି। ଏହା ଦ୍ୱାରା ପଳାତକ ଖିଲାପକାରୀ ବ୍ୟକ୍ତିଙ୍କ ସମ୍ପତ୍ତି ଜବତ କରିବାକୁ ସରକାର ସକ୍ଷମ ହେବେ। ଇଛାକୃତ ଖିଲାପକାରୀ ବ୍ୟକ୍ତିଙ୍କ ଫଟୋକୁ ପ୍ରକାଶନ କରିବା ଲାଗି ସରକାର ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକୁ ପରାମର୍ଶ ଦେଇଛନ୍ତି। ସେହିଭଳି ୫୦ କୋଟି ଟଙ୍କାରୁ ଉର୍ଦ୍ଧ୍ୱ ଋଣ ନେଉଥିବା ବ୍ୟକ୍ତିଙ୍କ ପାସପୋର୍ଟର ପ୍ରମାଣିତ କପି ରଖିବା ନେଇ ବ୍ୟାଙ୍କଗୁଡିକୁ କୁହାଯାଇଛି। ଏହି ବ୍ୟକ୍ତିଙ୍କ ବିରୋଧରେ ଲୁକ୍‌ ଆଉଟ ସର୍କୁଲାର ଜାରି କରିବା ଲାଗି ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକର ମୁଖ୍ୟ ମାନଙ୍କୁ କ୍ଷମତା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri