ଇଞ୍ଜିନିୟରଙ୍କଠାରୁ ଲୁଟ୍‌ ବାଇକ୍‌, ମୋବାଇଲ ଜବତ

ଭୁବନେଶ୍ୱର,୨୧।୨(ବ୍ୟୁରେ): ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଭୋଟପଡା ଅଞ୍ଚଳରେ ରାତିରେ କାମ ସାରି ଘରକୁ ଫେରୁଥିବା ଜଣେ ଇଞ୍ଜିନିୟରଙ୍କ ବାଇକ୍‌ ଓ ମୋବାଇଲ ଲୁଟପାଟ କରିଥିବା ୨ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅଞ୍ଚଳର ଆଜାରୁଦ୍ଦିନ ଶାହା ଓ ଗୋପାଳ ବିଶ୍ୱାଳ। ପୋଲିସ ଅଭିଯୁକ୍ତଙ୍କୁ ନିକଟରୁ ଚୋରି ବାଇକ୍‌ ଓ ମୋବାଇଲ ଉଦ୍ଧାର କରିଛି।
ପୋଲିସ ସୂଚନା ମୁତାବକ, କଟକ ବାଦାମବାଡିସ୍ଥିତ ଏକ ଘରୋଇ କମ୍ପାନୀରେ ସୌରଭ ଶତପଥୀ ଇଞ୍ଜିନିୟର ଚାକିରି କରିବା ସହ ପଟିଆ ଅଞ୍ଚଳରେ ରହୁଥିଲେ। ୨୦୧୯ ଅଗଷ୍ଟ ୧୭ ରାତିରେ ସେ ଅଫିସ କାମ ସାରି ଘରକୁ ଫେରୁଥିଲେ। ଭୋଟପଡା ଅଞ୍ଚଳରେ ଥିବା ସାଇଫୋନ ବୁଲାଣି ନିକଟରେ ୨ ଅଭିଯୁକ୍ତ ତାଙ୍କ ସହଯୋଗୀ ସହ ସୌରଭଙ୍କୁ ଅଟକାଇ ଥିଲେ। ଏଥିସହ ତାଙ୍କ ନିକଟରୁ ବଳପୂର୍ବକ ବାଇକ୍‌ ଓ ମୋବାଇଲ ଛଡାଇ ଫେରାର ହୋଇ ଯାଇଥିଲେ। ଏ ନେଇ ସୌରଭ ଥାନାରେ ଅଭିଯୋଗ କରିବା ପରେ ପୋଲିସ ନଂ. ୩୪୧/୧୯ରେ ମାମଲା ରୁଜୁ କରି ତଦନ୍ତ କରିଥିଲା। ମୋବଇଲ ଫୋନକୁ ଟ୍ରାକ କରି ପୋଲିସ ୨ ଅଭିଯୁକ୍ତଙ୍କ ନିକଟରେ ପହଞ୍ଚତ୍ ଗିରଫ କରିଥିଲା। ଏଥିସହ ଅଭିଯୁକ୍ତଙ୍କ ନିକଟରୁ ବାଇକ୍‌ ଓ ମୋବାଇଲ ଜବତ କରିଥିବା ବେଳେ ଘଟଣାରେ ସମ୍ପୃକ୍ତ ଅନ୍ୟ ଜଣେ ସହଯୋଗୀ ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି। ପୋଲିସ ୨ ଅଭିଯୁକ୍ତଙ୍କୁ ପଚରାଉଚରା ପରେ ଗୁରୁବାର କୋର୍ଟ ଚାଲାଣ କରିଛି। ଜାମିନ ଆବେଦନ ଖାରଜ ହେବାରୁ ୨ଅଭିଯୁକ୍ତଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?