ଇଞ୍ଜେକଶନ୍‌ ନେଇ ଏକାଧିକ ରୋଗୀ ଅସୁସ୍ଥ

ପୁରୀ ଅଫିସ,୧୨।୧୨: ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟର ସର୍ଜରୀ ୱାର୍ଡରେ ବୁଧବାର ସକାଳେ ଇଞ୍ଜେକଶନ ନେବା ପରେ ଏକାଧିକ ରୋଗୀ ଅସୁସ୍ଥ ହୋଇପଡ଼ିଥିଲେ। ଇଞ୍ଜେକସନ୍‌ ନେବାର କିଛି ସମୟ ପରେ ରୋଗୀମାନଙ୍କ ମୁଣ୍ଡ ବୁଲାଇବା ସହ ସେମାନେ ବାନ୍ତି କରିଥିଲେ। ଜଣକ ପରେ ଜଣେ ରୋଗୀଙ୍କର ଏଭଳି ଅବସ୍ଥା ହୋଇଥିଲା। ତୁରନ୍ତ ସେମାନଙ୍କୁ ସାଲାଇନ ଦିଆଯିବା ସହ ଚିକିତ୍ସା କରାଯାଇଥିଲା। ଏହାପରେ ସେମାନେ ସୁସ୍ଥତା ଅନୁଭବ କରିଥିଲେ। ଜଣେ ରୋଗୀ କହିଛନ୍ତି, ସକାଳ ସାଢେ ୬ଟାରେ ଡ୍ୟୁଟିରେ ଥିବା ଜଣେ ନର୍ସ ଇଞ୍ଜେକଶନ ଦେଇଥିଲେ। ଏହାର ୧୦ ମିନିଟ୍‌ ପରେ ତାଙ୍କ ମୁଣ୍ଡ ବୁଲାଇ ହେବା ସହ ଚାରିଆଡ଼ ଅନ୍ଧାର ଦିଶିଥିଲା। ତେବେ ସଙ୍ଗେସଙ୍ଗେ ସାଲାଇନ ଦିଆଯିବାରୁ ସେ ସୁସ୍ଥ ହୋଇଥିଲେ। ଅନ୍ୟପକ୍ଷେ କେଉଁ କାରଣରୁ ଏଭଳି ଘଟଣା ଘଟିଲା, ଇଞ୍ଜେକଶନ୍‌ର ଏକ୍ସପାୟରୀ ତାରିଖ ଥିଲା କି ନାହିଁ, ଅଧିକ ଡୋଜ୍‌ କିମ୍ବା ଭୁଲ୍‌ ଇଞ୍ଜେକ୍ସନ ଦିଆଯାଇଥିଲା କି ଆଦି ନାନା ପ୍ରଶ୍ନ ଉଠିଥିବାବେଳେ ଏହା ତଦନ୍ତ ସାପେକ୍ଷ ବୋଲି ସାଧାରଣରେ ମତ ପ୍ରକାଶ ପାଇଛି। ଏ ନେଇ ସିଡିଏମ୍‌ଓ ନୀଳକଣ୍ଠ ମିଶ୍ରଙ୍କ ମତାମତ ପାଇଁ ତାଙ୍କ ମୋବାଇଲ ଫୋନ୍‌ (ନଂ. ୯୪୩୯୯୯୪୭୧୦)କୁ କଲ୍‌ କରାଯାଇଥିଲେ ମଧ୍ୟ ଯୋଗାଯୋଗ ସମ୍ଭବ ହୋଇପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….

ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା

ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri