ଇଟାଭାଟି ଶ୍ରମିକ, ମାଲିକ ସଂଘର ବିକ୍ଷୋଭ

ବାଲେଶ୍ୱର ଅଫିସ, ୩୧।୧୨-ବାଲେଶ୍ୱର ଜିଲା ଇଟାଭାଟି ଶ୍ରମିକ ଓ ମାଲିକ ସଂଘ ପକ୍ଷରୁ ସୋମବାର ପୂର୍ବାହ୍ନରେ ୫ହଜାରରୁ ଊର୍ଦ୍ଧ୍ୱ ଶ୍ରମିକ ଓ ମାଲିକ ମିଳିତ ଭାବେ ସହର ପରିକ୍ରମା କରି ଜିଲାପାଳଙ୍କ ଅଫିସ୍‌ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ବିକ୍ଷୋଭ ସଭାରେ ପୂର୍ବତନ ବିଧାୟକ ତଥା ବରିଷ୍ଠ ଶ୍ରମିକନେତା ଅରୁଣ ଦେ ଯୋଗଦେଇ ଜିଲାରେ ୧୪୦ରୁ ଊର୍ଦ୍ଧ୍ୱ ଇଟାଭାଟିରେ ୨୫ହଜାର ମହିଳା ଓ ୨୦ହଜାର ପୁରୁଷ ଶ୍ରମିକ କାର୍ଯ୍ୟ କରୁଥିବାବେଳେ ପ୍ରଶାସନ ଇଟାଭାଟିକୁ ବନ୍ଦ କରିବା ପାଇଁ ଚେଷ୍ଟା କରି ସେମାନଙ୍କ ପେଟକୁ ନାତ ମାରୁଥିବା ଅଭିଯୋଗ କରିଛନ୍ତି। ଏ ଦିଗରେ ଉଚିତ୍‌ ବିଚାର ନ କଲେ ଆଗାମୀ ଦିନରେ ସମସ୍ତ ଆଇନଶୃଙ୍ଖଳାକୁ ଅମାନ୍ୟ କରିବା ପାଇଁ ବାଧ୍ୟ ହେବେ ବୋଲି ଚେତାବନୀ ଦେଇଥିଲେ। ଆୟୋଜିତ ବିକ୍ଷୋଭ ସଭାରେ ସଂଘର ଉପଦେଷ୍ଟା ରଞ୍ଜନ ପ୍ରଧାନ ସଭାପତିତ୍ୱ କରିଥିବା ବେଳେ ରେମୁଣାର ପୂର୍ବତନ ବିଧାୟକ ସୁଦର୍ଶନ ଯେନା, ବରିଷ୍ଠ ଖବରଦାତା ରଞ୍ଜନ ବାଗ ପ୍ରମୁଖ ଯୋଗଦେଇ ଜିଲାରେ ଇଟାଭାଟି ଏକ କ୍ଷୁଦ୍ରଶିଳ୍ପ ହେଲେ ମଧ୍ୟ ହଜାର ହଜାର ପରିବାରଙ୍କୁ ଭରଣପୋଷଣର ସହାୟ ହେଉଛି। ତେଣୁ ଇଟାଭାଟି ଉଚ୍ଛେଦ ନ କରି ପ୍ରଶାସନ ସେମାନଙ୍କୁ ଆବଶ୍ୟକ ସମୟ ଦେବା ସହ ଉକ୍ତ ଶିଳ୍ପକୁ ବଞ୍ଚାଇ ରଖିବା ପାଇଁ ସହାୟକ ହେବା ଜରୁରୀ ବୋଲି ବକ୍ତବ୍ୟ ରଖିଥିଲେ। ଜିଲାରେ ସଦର, ରେମୁଣା, ନୀଳଗିରି, ଜଳେଶ୍ୱର, ବସ୍ତା ବ୍ଲକର ୧୪୦ରୁ ଊର୍ଦ୍ଧ୍ୱ ଚିମିନି ଇଟାଭାଟି ରହିଛି। ଏଥିରେ ପ୍ରତ୍ୟକ୍ଷ ଭାବେ ୪୦ହଜାର ଲୋକ ନିଯୁକ୍ତି ପାଇଥିବାବେଳେ ପରୋକ୍ଷ ଭାବରେ ୨ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ପେଟପାଟଣା ପୋଷୁଛନ୍ତି। ଟ୍ରକ୍‌, ଟ୍ରାକ୍ଟର, ଡମ୍ପର, ଠିକାଦାରଙ୍କଠାରୁ ଆରମ୍ଭ କରି ଶ୍ରମିକମାନଙ୍କର ଏକମାତ୍ର ରୋଜଗାର ପନ୍ଥା ଇଟାଭାଟି। ଇଟାଭାଟିର ମାଲିକମାନେ ବାର୍ଷିକ ହାରାହାରି ଦେଢ଼ଲକ୍ଷ ଟଙ୍କା ରୟାଲ୍‌ଟି ଦେଉଥିବା ବେଳେ ଜିଲାରେ ଚାଲୁଥିବା ଆହାର କେନ୍ଦ୍ର ପାଇଁ ୨୦ହଜାର ଏବଂ ରେଡ଼କ୍ରସ୍‌ ପାଇଁ ୧ହଜାର ଟଙ୍କା ଜିଲାପାଳଙ୍କ ନିର୍ଦ୍ଦେଶରେ ପ୍ରଦାନ କରୁଛନ୍ତି। ୨୦ବର୍ଷରୁ ଅଧିକ ସମୟ ଇଟାଭାଟି କରି ପେଟପାଟଣା ପୋଷି ଆସୁଥିବା ବେଳେ ଏନ୍‌ଟିଜି (ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ) ବାହାନାରେ ଜିଲାପାଳ ପ୍ରଶାସନ ସହ ମିଶି ଜିଲାରେ ଥିବା ଇଟାଶିଳ୍ପକୁ ଧ୍ୱଂସ କରିବାକୁ ଚେଷ୍ଟା କରୁଛି ବୋଲି ସଂଘର ଉପଦେଷ୍ଟା ପ୍ରଧାନ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଆସୁଆସୁ କଲେ ବଡ଼ ଘୋଷଣା…

କଟକ,୧୬।୮: ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବିନୟତୋଷ ମିଶ୍ର ରବିବାରେ ଅନ୍ତରୀଣ ପୋଲିସ ଡିଜିପି ଭାବେ କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟୀତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri