ଇଟାଭାଟି ସୁପରଭାଇଜରଙ୍କୁ ଗୁଳିମାଡ଼ ଘଟଣା: ଅଭିଯୁକ୍ତ ଗଲେ ଜେଲ, ୨ ସୁପାରି କିଲର ଫେରାର

ଦିଗପହଣ୍ଡି,୧୧ା୩(ଡି.ଏନ.ଏ.)-ଦିଗପହଣ୍ଡି ଥାନା ମହୁଡ଼ା ଗ୍ରାମ ଶ୍ମଶାନ ନିକଟ ଇଟାଭାଟିରେ କାମ କରୁଥିବା ସୁପରଭାଇଜର ସାଗର ପାତ୍ରଙ୍କୁ ଗୁଳି ମାରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗରେ ପୋଲିସ ବୁଧବାର ଜଣଙ୍କୁ କୋର୍ଟ ଚାଲାଣ କରିଛି। ସେ ହେଲେ ବ୍ରହ୍ମପୁର ଟାଉନ ଥାନା ବିଜିପୁର କେନାଲ ସାହିର ବସନ୍ତ ବେହେରା ଓରଫ ବାବୁ। ମାମଲା ନଂ.୪୫/୨୦ ଅନୁଯାୟୀ ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ଜେଲ୍‌କୁ ପଠାଯାଇଛି।
ତଦନ୍ତକାରୀ ପୋଲିସ ଅଧିକାରୀ ଆଇଆଇସି ବସନ୍ତ କୁମାର ସେଠୀଙ୍କ ସୂଚନାନୁସାରେ, ବ୍ରହ୍ମପୁର ଟାଉନ ଥାନା ବିଜିପୁର ଲକ୍ଷ୍ମୀ ସାହିର ସାଗରଙ୍କ ସହ ବସନ୍ତଙ୍କ ମଧ୍ୟରେ କିଛିଦିନ ପୂର୍ବେ ଗଣ୍ଡଗୋଳ ହୋଇଥିଲା। ବସନ୍ତ ରାଗିଯାଇ ସାଗରଙ୍କୁ ହତ୍ୟା କରିବା ପାଇଁ ବ୍ଲ୍ୟୁ ପ୍ରିଣ୍ଟ ପ୍ରସ୍ତୁତ କରିବା ସହ ୨ ଜଣ ସୁପାରିକିଲରଙ୍କୁ ନିୟୋଜିତ କରିଥିଲେ। ଗତ ଗୁରୁବାର ସାଗର ଇଟାଭାଟିରେ କାମ କରୁଥିବା ବେଳେ ୨ ଜଣ ଦୁର୍ବୃତ୍ତ ଏକ ବାଇକ୍‌ରେ ଆସି ଇଟା କିଣିବେ ବୋଲି ସାଗରଙ୍କୁ କହିଥିଲେ। ଭାଟିରେ ଇଟା ଷ୍ଟକ ନ ଥିବାରୁ ନୂଆଁ ଇଟା ବାହାରିଲେ ବିକ୍ରି କରାଯିବ ବୋଲି ସାଗର କହିଥିଲେ। ଯୁବକ ଦ୍ୱୟ ସେଠାରୁ ଫେରି ଯାଇଥିଲେ। ପୁଣି ସେମାନେ ପ୍ରାୟ ୫ ମିନିଟ ପରେ ଆସି ସାଗରଙ୍କୁ ତାଙ୍କ ଫୋନ ଦେଇ ଦାଦାଙ୍କ ସଙ୍ଗେ କଥା ହେବାକୁ ବାଧ୍ୟ କରିଥିଲେ। ସାଗର ମନା କରିବାରୁ ଜଣେ ଦୁର୍ବୃତ୍ତ ତାଙ୍କୁ ଗୁଳି କରି ଚମ୍ପଟ ମାରିଥିଲେ। ଏତଲା ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଇଟାଭାଟି ପରିସରରୁ ଖୋକା ଜବତ କରିଥିଲା। ସୁପାରିକିଲର ସାଗରଙ୍କୁ ଗୁଳି ମାଡ କରିବା ବେଳେ ଅଭିଯୁକ୍ତ ବସନ୍ତ ଅନ୍ୟ ଏକ ବାଇକ୍‌ରେ କିଛି ଦୂରରେ ଛକି ରହି ପରିସ୍ଥିତି ପ୍ରତି ନଜର ରଖିଥିବା ତଦନ୍ତ ସମୟରେ ଜଣାପଡିଥିବା ଆଇଆଇସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଛତ୍ରପୁରରେ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ଆକର୍ଷଣ ସାଜିଛି ପାରମ୍ପରିକ ବାଘ ବେଶ

ଛତ୍ରପୁର (ଦିଲୀପ ସାମଲ), ୨୩।୫: ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ଅବସରରେ ଏବେ ସାରା ସହର ଉତ୍ସବମୁଖର ହୋଇଉଠିଛି।…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଭଞ୍ଜନଗର ଯାତ୍ରାରେ ଆତଙ୍କ ମାମଲାରେ ୪ ଗିରଫ, ମ୍ୟୁନିସିପାଲଟି ଅଧ୍ୟକ୍ଷଙ୍କ ଘରକୁ ବୋମା ମାଡ଼ ଘଟଣାରେ ଅଭିଯୁକ୍ତ…

ଭଞ୍ଜନଗର,୨୩।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହରରେ ଠାକୁରାଣୀ ଯାତ୍ରା ଚାଲିଥିବା ସମୟରେ ଗତ ୧୭ ତାରିଖ ରାତିରେ ସହରର ଦୁଇ ଯୁବ ଗୋଷ୍ଠୀ ମଧ୍ୟରେ ହୋଇଥିବା ଗଣ୍ତଗୋଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri