ଇଟାର ଜବାବ ପଥରରେ ଦିଆଯିବ

ଇସ୍‌ଲାମାବାଦ,୧୫ା୮(ପି.ଟି./ଆଇଏଏନ୍‌ଏସ୍‌):ଭାରତର ପ୍ରତ୍ୟେକ ଇଟା ମାଡ଼ର ଜବାବ ପଥରରେ ଦିଆଯିବ ବୋଲି ଜମ୍ମୁ-କଶ୍ମୀର ସମ୍ପର୍କିତ ନିଷ୍ପତ୍ତିକୁ ନେଇ ବିଚଳିତ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ବୁଧବାର ପୁଣି ଯୁଦ୍ଧ ଧମକ ଦେଇଛନ୍ତି। କଶ୍ମୀର ପ୍ରସଙ୍ଗକୁ ଜାତିସଂଘ ସମେତ ସମସ୍ତ ବିଶ୍ୱ ମଞ୍ଚରେ ଉଠାଯିବ ବୋଲି କହିବା ସହ ସମ୍ପୃକ୍ତ ଅଞ୍ଚଳରେ ଉତ୍ତେଜନାକୁ ନେଇ ଅନ୍ତର୍ଜାତୀୟ ସମୁଦାୟର ନୀରବତା ଉପରେ ସେ ପ୍ରଶ୍ନ ଉଠାଇଛନ୍ତି।
ପାକିସ୍ତାନର ସ୍ବାଧୀନତା ଦିବସ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ପିଓକେ ରାଜଧାନୀ ମୁଜାଫରାବାଦରେ ବିଧାନସଭାକୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ଭାରତ-ପାକିସ୍ତାନ ମଧ୍ୟରେ ଯୁଦ୍ଧ ହେଲେ ସେଥିପାଇଁ ଅନ୍ତର୍ଜାତୀୟ ସମୁଦାୟ ଦାୟୀ ରହିବ। ଜମ୍ମୁ-କଶ୍ମୀରରୁ ସ୍ବତନ୍ତ୍ର ମାନ୍ୟତା ପ୍ରତ୍ୟାହାର କରିବା ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ରଣନୈତିକ ଭୁଲ। ମୋଦି ତାଙ୍କର ଶେଷ କାର୍ଡ ଖେଳିଛନ୍ତି। ଏଥିପାଇଁ ମୋଦି ଓ ଭାଜପାକୁ ବହୁମୂଲ୍ୟ ଦେବାକୁ ପଡ଼ିବ। କାରଣ ସେମାନେ କଶ୍ମୀର ପ୍ରସଙ୍ଗର ଆନ୍ତର୍ଜାତିକୀକରଣ କରିଛନ୍ତି। ଏବେ ବିଶ୍ୱର ନଜର କଶ୍ମୀର ଓ ପାକିସ୍ତାନ ଉପରେ ରହିଛି। ତେଣୁ ପ୍ରତ୍ୟେକ ଅନ୍ତର୍ଜାତୀୟ ମଞ୍ଚରେ କଶ୍ମୀରୀଙ୍କ ସ୍ବର ଉଠାଇବା ପାଇଁ ନିଜେ ଆମ୍ବାସାଡର ହେବାକୁ ଚାହଁାନ୍ତି ବୋଲି ଇମ୍ରାନ୍‌ କହିଛନ୍ତି। କଶ୍ମୀରରେ କିଛି କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଭାରତ ଯୋଜନା କରୁଛି ବୋଲି ପାକିସ୍ତାନ ପାଖରେ ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri