ଇଣ୍ଟରନ୍ୟାଶନାଲ ମେଗା ଟ୍ରେଡ୍‌ ଫେୟାର ଆରମ୍ଭ: ୫୦୦ ଷ୍ଟଲ୍‌ରେ ୭ ଦେଶ, ୧୦ ରାଜ୍ୟର ଉତ୍ପାଦ

ଭୁବନେଶ୍ୱର, ୩।୧୧(ବ୍ୟୁରୋ): କ୍ରେଡାଇ ଭୁବନେଶ୍ୱର, ଉତ୍କଳ ଚାମ୍ବର ଅଫ୍‌ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି (ୟୁସିସିଆଇ), ବେଙ୍ଗଲ ଚାମ୍ବର ଅଫ୍‌ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି ଏବଂ ଜି.ଏସ୍‌. ମାର୍କେଟିଂ ଆସୋସିଏଟ୍‌ସ ମିଳିତ ଆନୁକୂଲ୍ୟରେ ଶନିବାରଠାରୁ ସ୍ଥାନୀୟ ଜନତା ମଇଦାନରେ ‘କ୍ରେଡାଇ ଭୁବନେଶ୍ୱର ହୋମ୍‌ ଆଣ୍ଡ ଡେକୋର ଏବଂ ୧୬ତମ ଇଣ୍ଡିଆ ଇଣ୍ଟରନ୍ୟାଶନାଲ ମେଗା ଟ୍ରେଡ୍‌ ଫେୟାର’ ଆରମ୍ଭ ହୋଇଯାଇଛି। ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ମେଗା ଟ୍ରେଡ୍‌ ଫେୟାରକୁ ପଞ୍ଚାୟତିରାଜ, ପାନୀୟ ଜଳ, ଆଇନ୍‌, ନଗର ଉନ୍ନୟନ ବିଭାଗ ମନ୍ତ୍ରୀ ପ୍ରତାପ ଜେନା ଉଦ୍‌ଘାଟନ କରିଛନ୍ତି। ଏହି ପ୍ରଦର୍ଶନୀରେ ବିଭିନ୍ନ ରିୟଲ-ଇଷ୍ଟେଟ୍‌ ଡେଭଲପର୍ସ ସେମାନଙ୍କ ପ୍ରକଳ୍ପ ପ୍ରଦର୍ଶିତ କରୁଥିବାବେଳେ ଏ ସମ୍ବନ୍ଧିତ ବିଭିନ୍ନ ଉପକରଣ କମ୍ପାନୀ ଏବଂ ବ୍ୟାଙ୍କ୍‌ ପ୍ରମୁଖ ଭାଗ ନେଇଛନ୍ତି।
ଚଳିତବର୍ଷ ଇଣ୍ଡିଆ ଇଣ୍ଟରନ୍ୟାଶନାଲ ମେଗା ଟ୍ରେଡ୍‌ ଫେୟାରକୁ ୟୁସିସିଆଇ ସହଯୋଗିତାରେ ଆୟୋଜନ କରାଯାଉଥିବାବେଳେ ସହଯୋଗୀ ଦେଶଭାବେ ବାଂଲାଦେଶ ଓ ଥାଇଲାଣ୍ଡ, ଫୋକସ୍‌ ରାଷ୍ଟ୍ର ଭାବେ ଆଫଗାନିସ୍ତାନ ଏବଂ ତୁର୍କୀ ରହିଛନ୍ତି। ଓଡ଼ିଶା ଏଥର ଆୟୋଜକ ରାଜ୍ୟ ହୋଇଥିବାବେଳେ କର୍ନାଟକ ଓ ପଶ୍ଚିମବଙ୍ଗ ସହଯୋଗୀ ରାଜ୍ୟ ଏବଂ ତାମିଲନାଡ଼ୁ ଓ ମହାରାଷ୍ଟ୍ର ଫୋକସ୍‌ ରାଜ୍ୟ ରହିଛନ୍ତି। ମୋଟ ୫୦୦ ଷ୍ଟଲ୍‌ରେ ୭ ଦେଶ ଓ ଭାରତର ୧୦ ରାଜ୍ୟ ଅଂଶଗ୍ରହଣ କରି ସେମାନଙ୍କ ଉତ୍ପାଦ ପ୍ରଦର୍ଶନ କରୁଛନ୍ତି। ତୁର୍କୀ, ଆଫଗାନିସ୍ତାନ, ବାଂଲାଦେଶ, ଦୁବାଇ, ମାଲେସିଆ, ଭାରତ ଏବଂ ଥାଇଲାଣ୍ଡ ଭଳି ଦେଶ ଏଥର ଫେୟାରରେ ଯୋଗ ଦେଇଛନ୍ତି। ସେହିଭଳି କର୍ନାଟକ, ପଶ୍ଚିମବଙ୍ଗ, ତାମିଲନାଡ଼ୁ, ମହାରାଷ୍ଟ୍ର, ଦିଲ୍ଲୀ, ରାଜସ୍ଥାନ, ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ, ପଞ୍ଜାବ, ହରିୟାଣା, ଆନ୍ଧ୍ରପ୍ରଦେଶ, ଓଡ଼ିଶା ଆଦି ରାଜ୍ୟର କାରୁକାର୍ଯ୍ୟପୂର୍ଣ୍ଣ ସାମଗ୍ରୀ ଏଠାରେ ସୁଲଭ ମୂଲ୍ୟରେ ଗ୍ରାହକଙ୍କ ପାଇଁ ଉପଲବ୍ଧ ହେଉଛି। ଘରକରଣା ସାମଗ୍ରୀଠାରୁ ଆରମ୍ଭ କରି ଅନ୍ତର୍ଜାତୀୟସ୍ତରର ବିଭିନ୍ନ ଦ୍ରବ୍ୟ ଏଠାରେ ମିଳୁଛି। ଏହି ମେଗା ଟ୍ରେଡ୍‌ ଫେୟାର ସମ୍ପର୍କରେ ସୂଚନା ଦେଇ କ୍ରେଡାଇ ଭୁବନେଶ୍ୱର ସଭାପତି କାନ୍ତିଲାଲ ପଟେଲ କହିଛନ୍ତି, ବିଶ୍ୱର ପ୍ରମୁଖ ୧୪ ଶିଳ୍ପକ୍ଷେତ୍ର ମଧ୍ୟରୁ ନିର୍ମାଣ ଶିଳ୍ପ ତୃତୀୟ ସ୍ଥାନରେ ରହିଛି। ଏହି କ୍ଷେତ୍ରର ଅଭିବୃଦ୍ଧି ନିମନ୍ତେ କେନ୍ଦ୍ର ସରକାର ଘର କିଣାବିକା ଉପରେ ଜିଏସ୍‌ଟିକୁ ୧୨%ରୁ ୫%କୁ କମାଇ ଦେଇଛନ୍ତି। ହେଲେ ମେଟ୍ରୋ ସହରଗୁଡ଼ିକରେ ପ୍ରକଳ୍ପ ଆରମ୍ଭ କରିବା ପାଇଁ ଡେଭଲପର୍ସଙ୍କୁ କିଭଳି ସହଜରେ ଅନୁମତି ମିଳିବ ସେନେଇ କେନ୍ଦ୍ର ସରକାର ଚିନ୍ତା କରିବା ଆବଶ୍ୟକ ବୋଲି ସେ କହିଥିଲେ। ଚଳିତବର୍ଷ ଟ୍ରେଡ୍‌ ଫେୟାରରେ ସୁଲଭ ହାଉସିଂ ଏବଂ ରେଡି ଟୁ ମୁଭ୍‌ ପ୍ରକଳ୍ପ ପ୍ରଦର୍ଶନ ହେଉଥିବା କ୍ରେଡାଇ ଭୁବନେଶ୍ୱର ସାଧାରଣ ସମ୍ପାଦକ ଉମେଶ ପଟ୍ଟନାୟକ ସୂଚନା ଦେଇଛନ୍ତି। ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାୟକ ସୁଶାନ୍ତ କୁମାର ରାଉତ, ନାଲ୍‌କୋ ମାନବ ସମ୍ବଳ ବିଭାଗ ନିର୍ଦ୍ଦେଶକ ବସନ୍ତ କୁମାର ଠାକୁର, ୟୁସିସିଆଇ ସଭାପତି ରମେଶ ମହାପାତ୍ର, ଆୟୋଜନ କମିଟି ଅଧ୍ୟକ୍ଷ ପ୍ରକାଶ ଶାହା, ଜିଏସ୍‌ ମାର୍କେଟିଂ ଆସୋସିଏଟସ୍‌ ସିଇଓ ସୁପର୍ଣ୍ଣା ଦତ୍ତ ଗୁପ୍ତା ପ୍ରମୁଖ ଉପସ୍ଥିତ ଥିଲେ। ପ୍ରତିଦିନ ଅପରାହ୍ନ ୨ଟାରୁ ରାତି ୯ଟା ପର୍ଯ୍ୟନ୍ତ ଏହି ଟ୍ରେଡ୍‌ ଫେୟାର ଖୋଲା ରହୁଥିବାବେଳେ ପ୍ରବେଶ ଶୁଳ୍କ ୨୦ଟଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗ ସହ ଖେଳ: ଅନଲାଇନରେ ମହାପ୍ରସାଦ, ଖଜା ବିକ୍ରି ନେଇ…

ପୁରୀ, ୧।୬ (ଅଜିତ କୁମାର ମହାନ୍ତି): ପୁଣିଥରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ଅପମାନ ହେଉଥିବା ସହ ଭକ୍ତମାନଙ୍କ ଭାବାବେଗ ସହିତ ଖେଳାଯାଉଥିବା ଘଟଣା ସାମ୍ନାକୁ ଆସିଛି। ଅନଲାଇନ…

କବିସୂର୍ଯ୍ୟନଗର ଥାନାରେ ଥାର୍ଡ ଡିଗ୍ରୀ ମାମଲା; ବଡ଼ ଆକ୍ସନ, ୩ ପୋଲିସ….

ଭୁବନେଶ୍ବର,୧।୬: କବିସୂର୍ଯ୍ୟନଗର ଥାନାରେ ଥାର୍ଡ ଡିଗ୍ରୀ ମାମଲା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ବର୍ତ୍ତମାନ ବଡ଼ ଆକ୍ସନ ନିଆଯାଇଛି । କବିସୂର୍ଯ୍ୟନଗର ଥାନା ଓ ବାଲିଚାଇ…

ଅର୍ଥ ବିଭାଗର ବଡ଼ ନିର୍ଦ୍ଦେଶ: ସରକାରୀ କାର୍ଯ୍ୟରେ EV ବାଧ୍ୟତାମୂଳକ

ଭୁବନେଶ୍ୱର,୧।୬: ଅର୍ଥ ବିଭାଗ ପକ୍ଷରୁ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶାବଳି ଜାରି କରାଯାଇଛି। ସରକାରୀ କାର୍ଯ୍ୟରେ ଇଲେକ୍ଟ୍ରିକ ଯାନବାହନ (EV) ବ୍ୟବହାର ପାଇଁ ଅର୍ଥ ବିଭାଗ ପକ୍ଷରୁ…

ରାଜ୍ୟ ସଭା ଉପ-ନିର୍ବାଚନ ବିଜ୍ଞପ୍ତି ପ୍ରକାଶ, ନିଯୁକ୍ତ ହେଲେ ରିଟର୍ଣ୍ଣିଂ ଅଫିସର

ଭୁବନେଶ୍ୱର,୧।୬: ରାଜ୍ୟ ସଭା ଉପ-ନିର୍ବାଚନ ପାଇଁ ବିଧାନସଭା ସଚ୍ଚିବାଳୟ ପକ୍ଷରୁ ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତିରେ ଉପନିର୍ବାଚନ ପାଇଁ ରିଟର୍ଣ୍ଣିଂ ଅଫିସର ନିଯୁକ୍ତ କରାଯାଇଛି।…

ଆଇସ୍‌କ୍ରିମ୍‌ ଖାଉଥିଲେ ସାବଧାନ! କ୍ଷୀର ବଦଳରେ ମିଶୁଛି…

ଭୁବନେଶ୍ୱର,୧ା୬(ବନ୍ଦନା ସେଠୀ): ପିଲାଙ୍କଠାରୁ ବୟସ୍କ ବଜାରରୁ ଯେଉଁ ଆଇସ୍‌କ୍ରିମ୍‌ କିଣି ଖାଉଛନ୍ତି, ତାହା ପ୍ରାୟତଃ କୌଣସି କ୍ଷୀରରୁ ପ୍ରସ୍ତୁତ ହୁଏନାହିଁ, ବରଂ ତାଳ ଗଛରୁ ବାହାରୁଥିବା ଶସ୍ତା…

ଚଳନ୍ତା ଅବସ୍ଥାରେ ଆମ୍ବୁଲାନ୍ସରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଭୁବନେଶ୍ୱର,୧ା୬: ଖଣ୍ଡଗିରି ନିକଟ ଜାଗମରାରେ ଏକ ଆମ୍ବୁଲାନ୍ସରେ ନିଆଁ ଲାଗି ସମ୍ପୂର୍ଣ୍ଣ ଜଳିଯାଇଛି। ଚଳନ୍ତା ଅବସ୍ଥାରେ ହିଁ ଆମ୍ବୁଲାନ୍ସଟିରେ ନିଆଁ ଲାଗିଯାଇଥିଲା। ଫଳରେ ସମ୍ପୂର୍ଣ୍ଣ ଭାବେ ଜଳିଯାଇଛି…

ଆଜି ଏହି ଜିଲାକୁ କାଳବୈଶାଖୀ: ଘଡ଼ଘଡ଼ି ବିଜୁଳି ସହ ପ୍ରବଳ ବର୍ଷା ନେଇ ସତର୍କତା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧ା୬: ରାଜ୍ୟରେ ଏବେ କାଳବୈଶାଖୀ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ଦିନ ତାପମାତ୍ରା ହ୍ରାସ ପାଉଛି। ଆହୁରି ୪ଦିନ ଏଭଳି ସ୍ଥିତି ଲାଗି ରହିବ ବୋଲି…

ଦୁଇ ବର୍ଷର କାର୍ଯ୍ୟଦକ୍ଷତା ନେଇ ପ୍ରଧାନମନ୍ତ୍ରୀ ମାଗିଛନ୍ତି ତଥ୍ୟ: ମନମୋହନ କହିଲେ…

ଭୁବନେଶ୍ୱର,୩୧।୫: ରାଜ୍ୟରେ ବିଜେପି ସରକାରଙ୍କ ଦୁଇ ବର୍ଷର କାର୍ଯ୍ୟଦକ୍ଷତା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତଥ୍ୟ ମାଗିଥିବା ସୂଚନା ମିଳିଛି। ଏନେଇ ରାଜ୍ୟ ଭାଜପା ସଭାପତି ମନମୋହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri