ଇଣ୍ଟିଗ୍ରେଟେଡ୍‌ ବିଏଡ୍‌, ଏମ୍‌ଏଡ୍‌ ପାସ୍‌ ପ୍ରମାଣପତ୍ରକୁ ଅଣଦେଖା: ପ୍ରତିବାଦରେ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ

ବାଲେଶ୍ୱର ଅଫିସ,୨୪।୭: ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟର ନୂତନ କ୍ୟାମ୍ପସ୍‌ରେ ଇଣ୍ଟିଗ୍ରେଟେଡ୍‌ ବିଏଡ୍‌, ଏମ୍‌ଏଡ୍‌ ଯୋଗ୍ୟତା ହାସଲ କରିଥିବା ୧୫୦ ଛାତ୍ରୀଛାତ୍ର ଓଟିଇଟି, ସିଟିଇଟି, ଓଏସ୍‌ଏସ୍‌ଟିଇଟି, ଆଦର୍ଶ ବିଦ୍ୟାଳୟ, କେନ୍ଦ୍ରୀୟ ବିଦ୍ୟାଳୟରେ ଶିକ୍ଷକତା ପାଇଁ ଫର୍ମ ପକାଇବାକୁ ଅସମର୍ଥ ହେଉଥିବା ଅଭିଯୋଗ କରିଛନ୍ତି। ଏଭଳି ସମସ୍ୟାର କୌଣସି ପ୍ରତିକାର ହେଉ ନ ଥିବାରୁ ଏହର ପ୍ରତିବାଦର ସେମାନେ ବୁଧବାର ପୂର୍ବାହ୍ନରେ ଫକୀରମୋହନ ବିଶ୍ୱବିଦ୍ୟାଳୟର ରେଜିଷ୍ଟାରଙ୍କୁ ଘେରାଉ କରି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏହି ଅବସରରେ ସେମାନେ କର୍ତ୍ତୃପକ୍ଷଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ।
ବିକ୍ଷୋଭପ୍ରଦର୍ଶନକାରୀ ଅଭିଯୋଗ କରିଛନ୍ତି ଯେ, ସେମାନେ ଭବିଷ୍ୟତରେ ଶିକ୍ଷକତା ବୃତ୍ତି ଆଦରିବା ଆଶା ରଖି ଫକୀରମୋହନ ବିଶ୍ୱବିଦ୍ୟାଳୟରେ ଉଚ୍ଚଶିକ୍ଷା ଲାଭ କରି ଇଣ୍ଟିଗ୍ରେଟେଡ୍‌ ବି.ଏଡ୍‌, ଏମ୍‌.ଏଡ୍‌, ପ୍ରମାଣପ୍ରତ୍ର ପାଉଛନ୍ତି। ଏହାସତ୍ତ୍ୱେ ସମ୍ପୃକ୍ତ ଛାତ୍ରୀଛାତ୍ରଙ୍କୁ ଓଟିଇଟି, ସିଟିଇଟି, ଓଏସ୍‌ଏସ୍‌ଟିଇଟି, ଆଦର୍ଶ ବିଦ୍ୟାଳୟ, କେନ୍ଦ୍ରୀୟ ବିଦ୍ୟାଳୟରେ ଶିକ୍ଷକତା ଲାଗି ଫର୍ମ ପକେଇବା ସକାଶେ ଯୋଗ୍ୟ ବିବେଚନା କରାଯାଉ ନାହିଁ। ଏହାର କାରଣ ବୁଝିବାକୁ ଛାତ୍ରୀଛାତ୍ର ସମର୍ଥ ହୋଇ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। କିନ୍ତୁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଏ ନେଇ ନୀରବ ରହିବା ଦୁର୍ଭାଗ୍ୟଜନକ ବୋଲି ସେମାନେ ଅଭିଯୋଗ କରି ସମସ୍ୟାର ଆଶୁ ସମାଧାନ ଲାଗି ବିଶ୍ୱବିଦ୍ୟାଳୟର ରେଜିଷ୍ଟାରଙ୍କୁ ଘେରାଉ କରିଥିଲେ। ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ଏହି ଛାତ୍ରୀଛାତ୍ରଙ୍କ ଦାବିକୁ ସମର୍ଥନ ଜଣାଇ ସହଯୋଗ କରୁଥିବା ସୂଚନା ମିଳିଛି। ସମସ୍ୟାର ଶୀଘ୍ର ସମାଧାନ ନ ହେଲେ ଛାତ୍ରୀଛାତ୍ର ଆଗାମୀ ଦିନରେ ନାମାଙ୍କନ ଦାଖଲ ବନ୍ଦ କରିବାକୁ ନିଷ୍ପତ୍ତି ନେଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri